ଭୁବନେଶ୍ୱର,୮।୮(ବ୍ୟୁରୋ)- ଓଡିଶା ସିଭିଲ୍ ସର୍ଭିସ୍-୨୦୧୫ ଏବଂ ସହକାରୀ ଉପବିଭାଗ ଅଧିକାରୀ-୨୦୧୮(ଏ.ଏସ୍.ଓ) ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ହେଲେ ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଗୁରୁବାର ଏହାକୁ ଖଣ୍ଡନ କରାଯାଇଛି। ଆୟୋଗ ପକ୍ଷରୁ କୁହାଯାଇଛି ଯେ, କେତେକ ପ୍ରାର୍ଥୀ ଗଣମାଧ୍ୟମ ଆଗରେ ସେମାନଙ୍କ ପ୍ରତି ଅନ୍ୟାୟ ହୋଇଥିବା ଦର୍ଶାଇ ମିଥ୍ୟା ଗୁଜବ ପ୍ରଚାର କରିବା ଲକ୍ଷ୍ୟ କରାଯାଉଛି। ଏହି ଅଭିଯୋଗଗୁଡିକୁ ଲୋକସେବା ଆୟୁକ୍ତ ଯାଞ୍ଚ କରିଛନ୍ତି। ଯାଞ୍ଚରୁ ଜଣାପଡିଛି ଯେ, ସେସବୁ ଅଭିଯୋଗ ଭିତ୍ତିହୀନ ଓ ସେଥିରେ ପୁନଃ ମୂଲ୍ୟାଙ୍କନ ପାଇଁ ଦାବିରେ ମନ୍ଦ ଉଦ୍ଦେଶ୍ୟ ନିହିତ। ଜଣେ ପ୍ରାର୍ଥୀ ମଧ୍ୟ ପରୀକ୍ଷକ ଏବଂ ମୁଖ୍ୟପରୀକ୍ଷକଙ୍କ ଦ୍ୱାରା କରାଯାଇଥିବା ମୂଲ୍ୟାଙ୍କନ ପ୍ରତି ସନ୍ଦେହ ପ୍ରକଟ କରିଛନ୍ତି। ତଦନ୍ତରୁ ଜଣାଯାଇଛି ଯେ, ଯଦିଓ ସେହି ପ୍ରାର୍ଥୀଙ୍କୁ ପରୀକ୍ଷକ ବା ମୁଖ୍ୟ ପରୀକ୍ଷକଙ୍କ ଦ୍ୱାରା ମୂଲ୍ୟାୟନ ପରେ ଅଧିକ ନମ୍ବର ମିଳିଛି। ସଂପୃକ୍ତ ବର୍ଗରେ ଧାର୍ଯ୍ୟ କଟ୍ ଅଫ୍ ନମ୍ବରଠାରୁ ସେହି ପରୀକ୍ଷାର୍ଥୀ ବହୁ ପଛରେ ଅଛନ୍ତି। ଏ ବିଷୟରେ ସେହି ପ୍ରାର୍ଥୀଙ୍କୁ ମଧ୍ୟ ବ୍ୟକ୍ତିଗତ ଭାବେ ଜଣାଯାଇଛି।
ପରୀକ୍ଷା ପରିଚାଳନା କ୍ଷେତ୍ରରେ କମିଶନ ସର୍ବାଧିକ ସାଧୁତା ଓ ସ୍ବଚ୍ଛତା ଅବଲମ୍ବନ କରାଯାଇଛି। ସେହିପରି ବଳିଷ୍ଠ ଅଭିଯୋଗ ଶୁଣାଣି ପ୍ରକ୍ରିୟା ବ୍ୟବସ୍ଥା କାର୍ଯ୍ୟକାରୀ ହେଉଛି। ଦକ୍ଷତାର ସହ ପରୀକ୍ଷା ପରିଚାଳନା ଯୋଗୁଁ କମିଶନଙ୍କ ଦ୍ୱାରା ଅତୀତରେ ସର୍ବାଧିକ ପ୍ରାର୍ଥୀ ମନୋନୀତ ହୋଇଥିବା ବେଳେ ଅଳ୍ପସଂଖ୍ୟକ ଆଇନ୍ଗତ ମାମଲା ଆସିଥିଲା।
ଆୟୋଗ ପକ୍ଷରୁ ସମସ୍ତ ପ୍ରାର୍ଥୀମାନଙ୍କୁ ଅନୁରୋଧ କରାଯାଉଛି ଯେ, ସେମାନେ ସେମାନଙ୍କର ଅଭିଯୋଗଗୁଡିକୁ ସିଧାସଳଖ କମିଶନଙ୍କ ଦୃଷ୍ଟିକୁ ଆଣନ୍ତୁ। ଏ ସଂକ୍ରାନ୍ତରେ ଗଣମାଧ୍ୟମକୁ ବିଭ୍ରାନ୍ତିକର ତଥ୍ୟ ଦିଅନ୍ତୁ ନାହିଁ । ଗଣତାନ୍ତ୍ରିକ ଅଧିକାର ସାବ୍ୟସ୍ତ କରିବା ପାଇଁ ଜଣେ ନିଜର ଦାବି ପୂରଣ ପାଇଁ ସହାୟତା ନେଇପାରେ। ମାତ୍ର ମନ୍ଦ ଉଦ୍ଦେଶ୍ୟ ରଖି ଏଭଳି ମିଥ୍ୟା ଅପପ୍ରଚାର କରିବା ଉଚିତ ନୁହେଁ ବୋଲି ଆୟୋଗ ପକ୍ଷରୁ କୁହାଯାଇଛି। ସେହିଭଳି ଅପପ୍ରଚାର କଲେ, ଓଡିଶା ଲୋକସଭା ଆୟୋଗ ଓ କେନ୍ଦ୍ରୀୟ ଲୋକସେବା ଆୟୋଗ ଦ୍ୱାରା ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଥିବା ପରୀକ୍ଷାରେ ଅଂଶଗ୍ରହଣ ପାଇଁ ଅଯୋଗ୍ୟ ବିବେଚିତ ହେବେ ବୋଲି ଆୟୋଗର ସଚିବ ଜଣାଇଛନ୍ତି।
ଆୟୋଗ ବିରୋଧରେ ଅପପ୍ରଚାରକୁ ଓପିଏସ୍ସିର ଖଣ୍ଡନ: -ଅପପ୍ରଚାର କଲେ ପରବର୍ତ୍ତୀ ପରୀକ୍ଷାରୁ ବଞ୍ଚିତ ହେବେ
ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ
ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...
ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…
ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...
ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ
ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...
ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...
ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…
ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...
ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ
ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...
ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ
ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...
ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ
ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...
Archives


