ଭୁବନେଶ୍ୱର,୮।୮(ବ୍ୟୁରୋ)- ଓଡିଶା ସିଭିଲ୍ ସର୍ଭିସ୍-୨୦୧୫ ଏବଂ ସହକାରୀ ଉପବିଭାଗ ଅଧିକାରୀ-୨୦୧୮(ଏ.ଏସ୍.ଓ) ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ହେଲେ ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଗୁରୁବାର ଏହାକୁ ଖଣ୍ଡନ କରାଯାଇଛି। ଆୟୋଗ ପକ୍ଷରୁ କୁହାଯାଇଛି ଯେ, କେତେକ ପ୍ରାର୍ଥୀ ଗଣମାଧ୍ୟମ ଆଗରେ ସେମାନଙ୍କ ପ୍ରତି ଅନ୍ୟାୟ ହୋଇଥିବା ଦର୍ଶାଇ ମିଥ୍ୟା ଗୁଜବ ପ୍ରଚାର କରିବା ଲକ୍ଷ୍ୟ କରାଯାଉଛି। ଏହି ଅଭିଯୋଗଗୁଡିକୁ ଲୋକସେବା ଆୟୁକ୍ତ ଯାଞ୍ଚ କରିଛନ୍ତି। ଯାଞ୍ଚରୁ ଜଣାପଡିଛି ଯେ, ସେସବୁ ଅଭିଯୋଗ ଭିତ୍ତିହୀନ ଓ ସେଥିରେ ପୁନଃ ମୂଲ୍ୟାଙ୍କନ ପାଇଁ ଦାବିରେ ମନ୍ଦ ଉଦ୍ଦେଶ୍ୟ ନିହିତ। ଜଣେ ପ୍ରାର୍ଥୀ ମଧ୍ୟ ପରୀକ୍ଷକ ଏବଂ ମୁଖ୍ୟପରୀକ୍ଷକଙ୍କ ଦ୍ୱାରା କରାଯାଇଥିବା ମୂଲ୍ୟାଙ୍କନ ପ୍ରତି ସନ୍ଦେହ ପ୍ରକଟ କରିଛନ୍ତି। ତଦନ୍ତରୁ ଜଣାଯାଇଛି ଯେ, ଯଦିଓ ସେହି ପ୍ରାର୍ଥୀଙ୍କୁ ପରୀକ୍ଷକ ବା ମୁଖ୍ୟ ପରୀକ୍ଷକଙ୍କ ଦ୍ୱାରା ମୂଲ୍ୟାୟନ ପରେ ଅଧିକ ନମ୍ବର ମିଳିଛି। ସଂପୃକ୍ତ ବର୍ଗରେ ଧାର୍ଯ୍ୟ କଟ୍ ଅଫ୍ ନମ୍ବରଠାରୁ ସେହି ପରୀକ୍ଷାର୍ଥୀ ବହୁ ପଛରେ ଅଛନ୍ତି। ଏ ବିଷୟରେ ସେହି ପ୍ରାର୍ଥୀଙ୍କୁ ମଧ୍ୟ ବ୍ୟକ୍ତିଗତ ଭାବେ ଜଣାଯାଇଛି।
ପରୀକ୍ଷା ପରିଚାଳନା କ୍ଷେତ୍ରରେ କମିଶନ ସର୍ବାଧିକ ସାଧୁତା ଓ ସ୍ବଚ୍ଛତା ଅବଲମ୍ବନ କରାଯାଇଛି। ସେହିପରି ବଳିଷ୍ଠ ଅଭିଯୋଗ ଶୁଣାଣି ପ୍ରକ୍ରିୟା ବ୍ୟବସ୍ଥା କାର୍ଯ୍ୟକାରୀ ହେଉଛି। ଦକ୍ଷତାର ସହ ପରୀକ୍ଷା ପରିଚାଳନା ଯୋଗୁଁ କମିଶନଙ୍କ ଦ୍ୱାରା ଅତୀତରେ ସର୍ବାଧିକ ପ୍ରାର୍ଥୀ ମନୋନୀତ ହୋଇଥିବା ବେଳେ ଅଳ୍ପସଂଖ୍ୟକ ଆଇନ୍ଗତ ମାମଲା ଆସିଥିଲା।
ଆୟୋଗ ପକ୍ଷରୁ ସମସ୍ତ ପ୍ରାର୍ଥୀମାନଙ୍କୁ ଅନୁରୋଧ କରାଯାଉଛି ଯେ, ସେମାନେ ସେମାନଙ୍କର ଅଭିଯୋଗଗୁଡିକୁ ସିଧାସଳଖ କମିଶନଙ୍କ ଦୃଷ୍ଟିକୁ ଆଣନ୍ତୁ। ଏ ସଂକ୍ରାନ୍ତରେ ଗଣମାଧ୍ୟମକୁ ବିଭ୍ରାନ୍ତିକର ତଥ୍ୟ ଦିଅନ୍ତୁ ନାହିଁ । ଗଣତାନ୍ତ୍ରିକ ଅଧିକାର ସାବ୍ୟସ୍ତ କରିବା ପାଇଁ ଜଣେ ନିଜର ଦାବି ପୂରଣ ପାଇଁ ସହାୟତା ନେଇପାରେ। ମାତ୍ର ମନ୍ଦ ଉଦ୍ଦେଶ୍ୟ ରଖି ଏଭଳି ମିଥ୍ୟା ଅପପ୍ରଚାର କରିବା ଉଚିତ ନୁହେଁ ବୋଲି ଆୟୋଗ ପକ୍ଷରୁ କୁହାଯାଇଛି। ସେହିଭଳି ଅପପ୍ରଚାର କଲେ, ଓଡିଶା ଲୋକସଭା ଆୟୋଗ ଓ କେନ୍ଦ୍ରୀୟ ଲୋକସେବା ଆୟୋଗ ଦ୍ୱାରା ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଥିବା ପରୀକ୍ଷାରେ ଅଂଶଗ୍ରହଣ ପାଇଁ ଅଯୋଗ୍ୟ ବିବେଚିତ ହେବେ ବୋଲି ଆୟୋଗର ସଚିବ ଜଣାଇଛନ୍ତି।
ଆୟୋଗ ବିରୋଧରେ ଅପପ୍ରଚାରକୁ ଓପିଏସ୍ସିର ଖଣ୍ଡନ: -ଅପପ୍ରଚାର କଲେ ପରବର୍ତ୍ତୀ ପରୀକ୍ଷାରୁ ବଞ୍ଚିତ ହେବେ
ରାଜଧାନୀରେ ଯୁବକଙ୍କୁ ବୀଭତ୍ସ ହତ୍ୟା: ପରିବାର ଲୋକଙ୍କ ଆଗରେ ପିଟିପିଟି …
ଭୁବନେଶ୍ୱର,୨୯।୬: ରାଜଧାନୀ ଭୁବନେଶ୍ୱରରେ ଘଟିଛି ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ। ଖଣ୍ଡଗିରି ଥାନା ଅନ୍ତର୍ଗତ କୋଳଥିଆ ଛକ ନିକଟରେ ବିଳମ୍ବିତ ରାତିରେ ତିନିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜଣେ ଯୁବକଙ୍କୁ…
ଟ୍ରାକ୍ଟର ଧକ୍କାରେ ଶ୍ରମିକ ମୃତ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ
ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହସ୍ପିଟାଲ ଛକ ମୁଖ୍ୟରାସ୍ତାରେ ସୋମବାର ପୂର୍ବାହ୍ନ ପ୍ରାୟ ୧୦ ଟାରେ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି୦୭…
୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ
କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ…
ଜି ଉଦୟଗିରିରେ ମହାପ୍ରଭୁଙ୍କ ହାତୀବେଶ, ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ…
ଜି ଉଦୟଗିରି, ୨୯ା୬(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ଆଜି ଅର୍ଥାତ୍ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ସୋମବାର ଦିନ ସ୍ନାନ ପୂର୍ଣ୍ଣିମା ଉପଲକ୍ଷେ…
କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ଦେବସ୍ନାନ ପୂର୍ଣ୍ଣିମା: ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି, ଭକ୍ତଙ୍କ ପ୍ରବଳ ଭିଡ଼
କୋରାପୁଟ,୨୯ା୬(ଅମିତାଭ ବେହେରା): ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସୋମବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି । ପୂର୍ବାହ୍ନ ୧୦ଟା ୩୦ ମିନିଟ…
ପୁରୁଷୋତ୍ତମପୁରରେ ସ୍ନାନଯାତ୍ରା; ସ୍ନାନବେଦିରେ କଳାଠାକୁରଙ୍କୁ ପାଇ ଭାବବିହ୍ବଳ ଭକ୍ତ, ପରିଚାଳନା ତଦାରଖ କଲେ ତହସିଲଦାର
ପୁରୁଷୋତ୍ତମପୁର,୨୯।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି ।ରଥସାହି ଜଗନ୍ନାଥ ମନ୍ଦିରରେ ସେବାୟତମାନେ ଶ୍ରୀଜୀଉଙ୍କୁ ରତ୍ନବେଦିରୁ ପହଣ୍ଡିକରାଇ ଆଣି ସ୍ନାନବେଦିରେ…
ଝାରପଡ଼ା ଜେଲ୍ରେ କଏଦୀଙ୍କ ମୃତ୍ୟୁ, ରାତିରେ ଖାଇପିଇ ଶୋଇଥିଲେ, ସକାଳୁ…
ଭୁବନେଶ୍ୱର,୨୯ା୬: ଝାରପଡ଼ା ଜେଲ୍ରେ ଜଣେ କଏଦୀଙ୍କ ସୋମବାର ସକାଳୁ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ୫୫ ବର୍ଷୀୟ ଯବାନ ନାୟକ। ତାଙ୍କ ଘର ତାରିଣୀ ବସ୍ତିରେ।…
ପୁରୀରେ ମୁଖ୍ୟମନ୍ତ୍ରୀ, ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରି…
ପୁରୀ,୨୯ା୬: ସ୍ନାନପୂର୍ଣ୍ଣିମା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀରେ ପହଞ୍ଚିଛନ୍ତି। ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ଦର୍ଶନ ମୁଖ୍ୟମନ୍ତ୍ରୀ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ…
Archives

