ଆୟ ବହିର୍ଭୂତ ସମ୍ପତ୍ତି :ଜେଲ ଗଲେ ପୌର ନିର୍ବାହୀ ଅଧିକାରୀ

ଫୁଲବାଣୀ ଅଫିସ/ବ୍ରହ୍ମପୁର ଅଫିସ, ୨ା୭-ଆୟ ବହିର୍ଭୂତ ସମ୍ପତ୍ତିି ଠୁଳ ଘଟଣାରେ ଛନ୍ଦି ହୋଇ ପଡିଥିବା ଫୁଲବାଣୀ ପୌର ପରିଷଦ ନିର୍ବାହୀ ଅଧିକାରୀ ରାଧାମୋହନ ବେହେରାଙ୍କୁ ସୋମବାର ଭିଜିଲାନ୍ସ ବିଭାଗ କୋର୍ଟ ଚାଲାଣ କରିଛି ା ସେଠାରେ ଜାମିିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗ ହାଜତକୁ ୧୪ ଦିନ ପାଇଁ ପଠାଇ ଦିଆଯାଇଛି ା ରବିବାର ଭିଜିଲାନ୍ସ ବିଭାଗ ବେହେରାଙ୍କୁ ଗିରଫ କରିଥିଲା ା ବିଚାରପତି ଭଗବାନ ପ୍ରଧାନ ବେହେରାଙ୍କ ଜାମିନ ଆବେଦନ ଖାରଜ କରିଥିଲେ ା
ପୌର ନିର୍ବାହୀ ଅଧିକାରୀ ବେହେରା ଆୟ ବହିର୍ଭୂତ ସମ୍ପତ୍ତିି ଠୁଳ କରିଥିବା ନେଇ ବ୍ରହ୍ମପୁର ଭିଜିଲାନ୍ସରେ ଅଭିଯୋଗ ହୋଇଥିଲା ା ଅଭିଯୋଗ ପାଇବା ପରେ ସର୍ଚ୍ଚ ୱାରେଣ୍ଟ ଅଣାଯାଇ ଗତ ୨୮ ତାରିଖରେ ବେହେରାଙ୍କ ଅଫିସ ଚାମ୍ବର, ସରକାରୀ ବାସଭବନ, ତାଙ୍କ ଅଫିସିର ଜଣେ ସହକର୍ମୀଙ୍କ ଘର, ବ୍ରହ୍ମପୁରସ୍ଥିତ ବାସଭବନ ଓ ଜରଡା ସ୍ଥିତ ଶ୍ୱଶୁରଙ୍କ ବାସଭବନ ଉପରେ ଏକ ସଙ୍ଗେ ଚଢାଉ କରାଯାଇଥିଲା ା ଚଢାଉ ବେଳେ ବେହେରାଙ୍କର ୧ କୋଟି ୩୨ ଲକ୍ଷ ୮ ହଜାର ୨୫୫ ଟଙ୍କାର ସମ୍ପତ୍ତି ଥିବା ଆକଳନ କରାଯାଇଥିଲା। ବେହେରାଙ୍କ ଚାକିରି କାଳ ମଧ୍ୟରେ ହୋଇଥିବା ଆୟ ଓ ବ୍ୟୟର ହିସାବ କରିବାରେ ସେ ମାତ୍ର ୧୧ ଲକ୍ଷ ୭୭ ହଜାର ୩୧୦ ଟଙ୍କା ସଞ୍ଚୟ କରିଥିଲେ ା ବାକି ୧ କୋଟି ୨୦ ଲକ୍ଷ ୩୦ ହଜାର ୯୪୫ ଟଙ୍କାର ହିସାବ ସେ ଦେଇ ପାରି ନ ଥିଲେ ା ଫଳରେ ଭିଜିଲାନ୍ସ ବିଭାଗ ବେଆଇନ ଭାବେ ଆୟ ବହିର୍ଭୂତ ସମ୍ପତ୍ତିି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଥିଲା ା ବ୍ରହ୍ମପୁର ଭିଜିଲାନ୍ସ ଥାନାରେ ନଂ.୧୫/୧୯ ମାମଲା ରୁଜୁ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ଗଞ୍ଜାମରେ ଜୋନାଲ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା, ଅଂଶଗ୍ରହଣ କରିବେ ୨୫୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର

ଗଞ୍ଜାମ,୭।୯ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ଆରମ୍ଭ ହେବ ଜୋନାଲ ସ୍ତରୀୟ କ୍ରୀଡା ପ୍ରତିଯୋଗିତା । ଏଥିରେ ବ୍ଲକର ଚାରୋଟି…

୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ଡାକ୍ତର ଅଛନ୍ତି ମାତ୍ର ୧୦…ଛତ୍ରପୁର ହସ୍ପିଟାଲରେ ICU ଓ ଟ୍ରମା କେୟାର ପାଇଁ ଉଠିଲା ଦାବି

ଛତ୍ରପୁର,୬ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ପର୍ଯ୍ୟାପ୍ତ ସଂଖ୍ୟକ…

ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର

ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ୯ ବରପଲ୍ଲୀ ଗ୍ରାମକୁ ଉପଯୁକ୍ତ ରାସ୍ତା ଟିଏ ନଥିଲା । ଦୀର୍ଘ ବର୍ଷ ହେବ ମୋରମ ବିଛା…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri