ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: କୋଟିପତି ଫରେଷ୍ଟର ଅଟକ

ବ୍ରହ୍ମପୁର ଅଫିସ,୨୯ା୧୨: ବ୍ରହ୍ମପୁର ଭିଜିଲାନ୍ସ ବିଭାଗ କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡ ବ୍ରାହ୍ମଣୀଗଁା ଫରେଷ୍ଟର କୈଳାସ ଚନ୍ଦ୍ର ସାହୁଙ୍କୁ ଶନିବାର ଅଟକ ରଖିଛି। ଶୁକ୍ରବାର ତାଙ୍କ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଭିଜିଲାନ୍ସ ଆକଳନ କରିଥିଲା। ସେହିପରି ଭିଜିଲାନ୍ସ ଶନିବାର ମଧ୍ୟ ତାଙ୍କ ସମ୍ପତ୍ତିର ଆକଳନ ଜାରି ରଖିଛି ବୋଲି ଏସ୍‌ପି ମାୟାଧର ସ୍ବାଇଁ ସୂଚନା ଦେଇଛନ୍ତି। ଫରେଷ୍ଟର କୈଳାସଙ୍କ ଠାବ ହୋଇଥିବା ୧ କୋଟି ୧୪ ଲକ୍ଷ ୪୧୧ ଟଙ୍କା ସମ୍ପତ୍ତିର ହିସାବ ଜେରା ସମୟରେ ସେ ଦେଇପାରି ନ ଥିବା ବେଳେ ଶନିବାର ବ୍ରହ୍ମପୁର ଲୋଚପଡା ଅଞ୍ଚଳରେ ଥିବା ତାଙ୍କ ଅନ୍ୟ ଏକ ବାସଭବନର ମୂଲ୍ୟ ଆକଳନ ଚାଲିଥିବା ଏସ୍‌ପି ସ୍ବାଇଁ କହିଛନ୍ତି।
ପ୍ରକାଶଯେ, କୈଳାସ ପୂର୍ବରୁ ତୁମୁଡିବନ୍ଧ, କେ.ନୂଆଗଁା ବ୍ଲକରେ ଫରେଷ୍ଟର ଥିବା ବେଳେ ତାଙ୍କ ନାମରେ ସରକରୀ ଅର୍ଥ ହଡପ ଅଭିଯୋଗ ହୋଇଥିଲା। ଶୁକ୍ରବାର କୈଳାସଙ୍କ ରେଞ୍ଜ ଅଫିସ, ବାଲିଗୁଡା ବଜାର କଲୋନୀ ବାସଭବନ ସମେତ ୭ ସ୍ଥାନରେ ଭିଜିଲାନ୍ସ ଟିମ୍‌ ଚଢାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଗୁରୁବାର ହେଲେ ମନେ ପଡୁଛି ସ୍ବଚ୍ଛତା କଥା: ପର୍ଯ୍ୟଟନକ୍ଷେତ୍ର, ସ୍ବାସ୍ଥ୍ୟକେନ୍ଦ୍ରକୁ ସଫେଇ କଲେ…

ଦାରିଙ୍ଗବାଡି, ୧୧। ୬ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ର ଭାବେ ରାଜ୍ୟ ଓ ରାଜ୍ୟ ବାହାରେ ପରିଚିତ ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡିକୁ…

ଗେଦେ ବଂଶର ତୃତୀୟତମ ସମ୍ମିଳନୀ, ନିଜ ବଂଶଧର ଲୋକଙ୍କୁ ଚିହ୍ନିବା ପାଇଁ….

ଦାରିଙ୍ଗବାଡି,୧୧।୬(ଅରୁଣ ସାହୁ): ନିଜ ବଂଶଧର ଲୋକଙ୍କ ସହ ଯୋଡି ହେବା ସେମାନଙ୍କୁ ଚିହ୍ନିବା ଓ ଜାଣିବା ପାଇଁ ଏକ ପ୍ରୟାସ କରୁଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଆକ୍ସନମୋଡ଼ରେ ଦାରିଙ୍ଗବାଡି ପୋଲିସ:  ୭ ଅଟୋ, ୫ ବାଇକ ଜବତ

ଦାରିଙ୍ଗବାଡି, ୯।୬ (ଅରୁଣ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ କରିବା ସହ ଦୁର୍ଘଟଣାରେ ପୀଡ଼ିତ ପରିବାରମାନେ ଯଥୋଚିତ ନ୍ୟାୟ ଏବଂ ବୀମା ରାଶି ପାଇପାରନ୍ତୁ, ସେଥିପାଇଁ ଦାରିଙ୍ଗବାଡି…

କନ୍ଧମାଳରୁ ହେଉଥିଲା ଗଞ୍ଜେଇ ଚାଲାଣ: ବାଟରେ ମାଡ଼ି ବସିଲା ପୋଲିସ,ଆଉ ତା’ପରେ…

ବାଲିଗୁଡ଼ା,୯ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ପୋଲିସ ୫୯ ନଂ.ଜାତୀୟ ରାଜପଥ ସୀତାପଡ଼ି ଗ୍ରାମ ନିକଟରେ ମଙ୍ଗଳବାର ପାଟ୍ରୋଲିଂ କରୁଥିବା ବେଳେ ଏକ କାର୍‌…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍‌ରୁ ମିଳିଲା ଏତେ ପରିମାଣର… ଦେଖିକି ଭିଜିଲାନ୍ସ ତାଜୁବ

ବାଲିଗୁଡା, ୮।୬:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ସହକାରୀ ନିର୍ବାହୀ ଯନ୍ତ୍ରୀ ବେକୁଣ୍ଠ ନାଥ ବେହେରାଙ୍କ ପଞ୍ଚମ ଲକରକୁ ଓଡ଼ିଶା…

ଦାରିଙ୍ଗବାଡ଼ିରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ, ମାଡ଼ି ବସିଲା ପୋଲିସ, ୩ ଜଣଙ୍କୁ ଧରି…

ଦାରିଙ୍ଗବାଡ଼ି,୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରୁ କର୍ନାଟକ ରାଜ୍ୟ ବେଙ୍ଗାଲୁରୁକୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡ଼ି ବସିଲା ଦାରିଙ୍ଗବାଡ଼ି ପୋଲିସ। ୨୩ କେଜି ଗଞ୍ଜେଇକୁ…

ପୁରୁଣା ଓ୍ବାରେଣ୍ଟିଙ୍କୁ ଧରିବାକୁ ଯାଇ ମଦଭାଟି ଠାବକଲା ପୋଲିସ

ରାଇକିଆ,୮ା୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ଅଞ୍ଚଳରେ ଘଟିଥିବା ବିଭିନ୍ନ ମାମଲାରେ ସଂପୃକ୍ତ ଥିବା ୧୮ ଫେରାର ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଥାନା ଅଧିକାରୀ ଏ.ସ୍ବର୍ଣ୍ଣଲତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri