ଇଂଲଣ୍ଡରେ ଟେନିସ କୋର୍ଟ, ଗଲ୍ଫ କୋର୍ସ ପୁଣି ଖୋଲାଯିବ

ଲଣ୍ଡନ,୧୧।୫ (ଏପି): ବୁଧବାରଠାରୁ ଇଂଲଣ୍ଡରେ ଟେନିସ କୋର୍ଟ ଓ ଗଲ୍ଫ କୋର୍ସ ସବୁ ପୁଣି ଖୋଲାଯିବ ବୋଲି ବ୍ରିଟିଶ୍‌ ସରକାର କହିଛନ୍ତି। ତେବେ ନିଜ ସାଥି ଖେଳାଳିଙ୍କ ସହ କ୍ରୀଡ଼ାବିତ୍‌ମାନେ ଖେଳିପାରିବେ ବୋଲି କୁହାଯାଇଛି। କରୋନା ଭାଇରସ୍‌ ସଂକ୍ରମଣ କାରଣରୁ ମାର୍ଚ୍ଚ ବ୍ରିଟେନ୍‌ରେ ଲକ୍‌ଡାଉନ୍‌ ଜାରି କରାଯାଇଥିଲା। ଫଳରେ ସ୍ପୋଟର୍‌ସ ଭେନ୍ୟୁଗୁଡିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।
ଜିମ ଓ ସୁଇମିଂପୁଲକୁ ବନ୍ଦ ରଖାଯାଇଥିଲା। ତେବେ ସମୁଦ୍ର ଓ ହ୍ରଦରେ ସନ୍ତରଣ କରିବାକୁ ଅନୁମତି ପ୍ରଦାନ କରାଯାଇଥିଲା। ସ୍କଟଲାଣ୍ଡ, ଓ୍ବେଲ୍ସ ଓ ନର୍ଦନ ଆୟର୍ଲାଣ୍ଡ ଟେନିସ କୋର୍ଟ, ଗଲ୍ଫ କୋର୍ସ ଖୋଲିବା ନେଇ ସେମାନଙ୍କର ସ୍ବତନ୍ତ୍ର ନିଷ୍ପତ୍ତି ନେଇପାରିବେ। ଏହି ୩ଟି ଅଞ୍ଚଳର ପ୍ରଶାସକ ଲକ୍‌ଡାଉନ ନିୟମକୁ ଆହୁରି କଡାକଡି କରିବେ ବୋଲି ସୂଚନା ଦେଇଛନ୍ତି। ରବିବାର ବ୍ରିଟିଶ୍‌ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଏନେଇ ଦେଶକୁ ଉଦ୍‌ବୋଧନ ଦେଇଥିଲେ। କେତେକ କଟକଣା ଉଠାଇବାକୁ ସେ କହିଥିଲେ। ତେବେ ସାମାଜିକ ଦୂରତ୍ୱ ରକ୍ଷା ଉପରେ ସେ ଅଧିକ ଗୁରୁତ୍ୱ ଦେଇଥିଲେ। ଲୋକେ କ୍ରୀଡ଼ାରେ ଅଂଶଗ୍ରହଣ କରିପାରିବେ, କିନ୍ତୁ ନିଜର ସାଥୀ ଖେଳାଳିଙ୍କ ସହ ଖେଳିପାରିବେ ବୋଲି ସେ ସ୍ପଷ୍ଟ କରିଥିଲେ। ତେବେ ପେସାଦାର କ୍ରୀଡ଼ାର ପୁନଃଆରମ୍ଭ ନେଇ ସେ କୌଣସି ସୂଚନା ଦେଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri