ଇଂଲଣ୍ଡ ବିଶ୍ୱକପ୍‌ ଦଳରେ ୫ ଅଣବ୍ରିଟିଶ୍‌ ଖେଳାଳି

ଲଣ୍ଡନ,୨୭।୫- ଆସନ୍ତା ୩୦ ତାରିଖଠାରୁ ଆଇସିସି ବିଶ୍ୱକପ୍‌ ଆରମ୍ଭ ହେବାକୁ ଯାଉଛି। ଏହି ବିଶ୍ୱକପ୍‌ ଲାଗି ଫେଭରାଇଟ ଗଣାଯାଉଥିବା ଇଂଲଣ୍ଡ ଦଳରେ ଅଣ ବ୍ରିଟିଶ୍‌ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ଇଆନ ମୋର୍ଗାନ, ଜୋଫ୍ରା ଆର୍ଚର, ବେନ୍‌ ଷ୍ଟୋକ୍ସ, ଜାସନ ରୟ ଓ ଟମ୍‌ କୁରାନ। ଦଳର ଅଧିନାୟକ ଦାୟିତ୍ୱ ପାଇଥିବା ମୋର୍ଗାନ ପ୍ରକୃତରେ ଆୟର୍ଲାଣ୍ଡର ଖେଳାଳି। ସେ ୨୦୦୩ରୁ ୨୦୦୯ ପର୍ଯ୍ୟନ୍ତ ଆୟର୍ଲାଣ୍ଡ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିଲେ। ତା’ପରେ ଇଂଲଣ୍ଡ ପକ୍ଷରୁ ଖେଳିବା ଆରମ୍ଭ କରିଛନ୍ତି। ଇଂଲଣ୍ଡ ବିଶ୍ୱକପ୍‌ ଦଳରେ ସ୍ଥାନ ପାଇଥିବା ଅଭିଜ୍ଞ ଅଲରାଉଣ୍ଡର ଷ୍ଟୋକ୍ସ ନ୍ୟୁଜିଲାଣ୍ଡର ଖ୍ରୀଷ୍ଟଚର୍ଚ୍ଚରେ ଜନ୍ମ ହୋଇଥିଲେ। କ୍ରିକେଟର ହେବା ପାଇଁ ୧୨ ବର୍ଷ ବୟସରେ ସେ ଇଂଲଣ୍ଡ ଆସିଥିଲେ। ନିକଟରେ ପଦାର୍ପଣ କରିଥିବା ପେସର ଆର୍ଚର ଜଣେ ଓ୍ବେଷ୍ଟଇଣ୍ଡିଆନ। ବାର୍ବାଡସ୍‌ରେ ଜନ୍ମିତ ଖେଳାଳି ୧୯ ବର୍ଷରୁ କମ୍‌ ଓ୍ବେଷ୍ଟଇଣ୍ଡିଜ ଦଳରେ ଖେଳିଥିଲେ। ଏହାପରେ ୨୦୧୮ରେ ଇସିବି ଅଣ ବ୍ରିଟିଶ ଖେଳାଳିଙ୍କ ଲାଗି ନିୟମ ପରିବର୍ତ୍ତନ କରିବା ପରେ ଆର୍ଚରଙ୍କୁ ଇଂଲଣ୍ଡ ଦଳରେ ସ୍ଥାନ ମିଳିଥିଲା। ଦଳର ଅନ୍ୟତମ ଅଲରାଉଣ୍ଡର ଟମ୍‌ କୁରାନ ଦକ୍ଷିଣ ଆଫ୍ରିକାର କେପ୍‌ଟାଉନରେ ଜନ୍ମିତ। ତାଙ୍କ ବାପା ଜଣେ ଅନ୍ତର୍ଜାତୀୟ ଜିମ୍ବାଓ୍ବେ କ୍ରିକେଟର ଥିଲେ। କୁରାନଙ୍କ ସ୍କୁଲ ପାଠପଢ଼ା ଜିମ୍ବାଓ୍ବେରେ ଶେଷ ହୋଇଥିଲା। କଲେଜରେ ପଢ଼ିବାବେଳେ ସେ ୨୦୧୫ରେ ଇଂଲଣ୍ଡର ନାଗରିକତା ହାସଲ କରିଥିଲେ। ତାଙ୍କ ଭଳି ଦକ୍ଷିଣ ଆଫ୍ରିକାର ଡର୍ବାନରେ ଜନ୍ମିତ ଜାସନ ରୟ ୧୦ ବର୍ଷ ବୟସରେ ପରିବାର ସହ ଇଂଲଣ୍ଡ ଆସିଥିଲେ। ସୁରେ ପକ୍ଷରୁ ପ୍ରଥମ ଶ୍ରେଣୀ ପଦାର୍ପଣ କରିଥିବା ରୟ ଇଂଲଣ୍ଡ ବିଶ୍ୱକପ୍‌ ଦଳର ଓପ୍‌ନର।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri