Posted inଖେଳ

ଇଂଲଣ୍ଡ ମୁଖ୍ୟକୋଚ୍‌ ସିଲଭରଉଡ୍‌

ଲଣ୍ଡନ,୭।୧୦(ଏଏଫ୍‌ପି): ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ ଖ୍ରିସ ସିଲଭରଉଡ୍‌ ନିଯୁକ୍ତ ହୋଇଛନ୍ତି। ସେ ଏବେ ଟ୍ରେଭର ବାଇଲିସଙ୍କ ସ୍ଥାନ ନେବେ। ଗତ ମାସରେ ଚୁକ୍ତି ଶେଷ ହେବା ପରେ ବାଇଲିସ ଇସ୍ତଫା ଦେଇଥିଲେ। ୪୪ ବର୍ଷୀୟ ସିଲଭରଉଡ୍‌ ଗତ ଦୁଇ ବର୍ଷ ହେଲା ଦଳର ବୋଲିଂ କୋଚ୍‌ ଦାୟିତ୍ୱ ସମ୍ଭାଳିଥିଲେ। ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ସିରିଜ୍‌ରୁ ସିଲଭରଉଡ କୋଚ୍‌ ଭାର ସମ୍ଭାଳିବେ। ଏହି ଗସ୍ତରେ ୫ ଟି୨୦ ଓ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଖେଳାଯିବ। ପୂର୍ବତନ ଭାରତ ଓ ଦକ୍ଷିଣ ଆଫ୍ରିକା କୋଚ୍‌ ଗ୍ୟାରି କର୍ଷ୍ଟେନ ଏବଂ ସରେ କ୍ରିକେଟ ଡାଇରେକ୍ଟର ଆଲେକ ଷ୍ଟଓ୍ବୋର୍ଟ ମଧ୍ୟ କୋଚ୍‌ ପଦ ଦୌଡ଼ରେ ଥିଲେ। ୪୪ ବର୍ଷୀୟ ସିଲଭରଉଡ୍‌ ୧୯୯୬ରୁ ୨୦୦୦ ମଧ୍ୟରେ ୬ ଟେଷ୍ଟ ଓ ୭ ଦିନିକିଆ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଥିଲେ। କୋଚ୍‌ ଭାବେ ତାଙ୍କ ନେତୃତ୍ୱରେ ଏସ୍‌ସେକ୍ସ କାଉଣ୍ଟି ଚାମ୍ପିୟନଶିପ ଟାଇଟଲ ହାସଲ କରିଥିଲା। ଉଲ୍ଲେଖଥାଉ କି, ଇଂଲଣ୍ଡ ଆଇସିସି ବିଶ୍ୱକପ୍‌ ଜିତିବା ପରେ ଅଷ୍ଟ୍ରେଲିଆ ବିପକ୍ଷ ଆଶେସ ଟେଷ୍ଟ ୨-୨ରେ ବରାବର ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?