ଇକୋ-ଟୁରିଜମ ସ୍ଥଳୀ ଭାବେ ବିକଶିତ ହେବ ୭ ସ୍ଥାନ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଚାନ୍ଦିପୁର, ଚିତ୍ରକୋଣ୍ଡା, ସତୀଗୁଡା, କୋରାପୁଟ, ଟେନ୍‌ସା, ନୂଆପଡ଼ାର ପାତ୍ରୋଡା ଡ୍ୟାମ୍‌ ଏବଂ ବରଗଡ଼ର ନୃସିଂହନାଥ ଆଦି ୭ଟି ସ୍ଥାନକୁ ନୂଆ ଇକୋ-ଟୁରିଜମ ସ୍ଥଳୀଭାବେ ବିକଶିତ କରାଯିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହିସବୁ ସ୍ଥାନକୁ ପ୍ଲାଷ୍ଟିକ ମୁକ୍ତ ରଖିବା ଏବଂ ସେଠାରେ ପରିମଳ ବ୍ୟବସ୍ଥାକୁ ଠିକ ପରିଚାଳନା ପାଇଁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ନିର୍ଦ୍ଦେଶ ଦେଇଛନ୍ତି। ଇକୋ-ଟୁରିଜମ୍‌ ସ୍ଥାନଗୁଡିକରେ ପର୍ଯ୍ୟଟକଙ୍କ ଆଗମନ ଓ ରାଜସ୍ବ ସଂଗ୍ରହ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ର୍ରଗତି ହାସଲ ହେଉଛି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୁଧବାର ଆଲୋଚନା ହୋଇଥିବା ଇକୋ-ଟୁରିଜମ ପରିଷଦ ବୈଠକରୁ ଏହା ଜଣାପଡିଛି। ପରିବେଶ ପର୍ଯ୍ୟଟନ ସ୍ଥଳୀ ନିକଟରେ ହୋମ୍‌-ଷ୍ଟେ ନିୟାମକ ତିଆରି କରିବା ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ପର୍ଯ୍ୟଟନ ଏବଂ ଜଙ୍ଗଲ ଓ ପରିବେଶ ବିଭାଗକୁ କହିଛନ୍ତି। ଏହି ସ୍ଥାନଗୁଡ଼ିକରେ ପକ୍ଷୀ ପର୍ଯ୍ୟବେକ୍ଷଣ, କ୍ରୀଡ଼ା, ଟ୍ରେକିଂ, ବନ୍ୟଜନ୍ତୁ ଦର୍ଶନ, ସାଇକେଲ ଚାଳନା, ବୋଟିଂ, ଜଙ୍ଗଲ ସଫାରୀ, ଫଟୋଚିତ୍ର ସଂଗ୍ରହ ଏବଂ ଫାର୍ମ ପରିଦର୍ଶନ ଆଦି ସୁବିଧା ଘରୋଇ ଏବଂ ସରକାରୀ ଭାଗୀଦାରିତାରେ ସୃଷ୍ଟି ଲାଗି ନିଷ୍ପତ୍ତି ହୋଇଛି। ଅନ୍ୟପକ୍ଷରେ ରାଜ୍ୟର ଇକୋ-ଟୁରିଜମ ଏବଂ ପରମ୍ପରା-ଟୁରିଜମ ସ୍ଥଳୀକୁ ମିଶାଇ ୩ରୁ ୫ ଦିନିକିଆ ପର୍ଯ୍ୟଟନ ପ୍ୟାକେଜ ପ୍ରସ୍ତୁତ କରିବା ନିମନ୍ତେ ଉନ୍ନୟନ କମିଶନ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବଣପ୍ରାଣୀ ବନ ସଂରକ୍ଷକ ହରିଶଙ୍କର ଉପାଧ୍ୟାୟ କହିଛନ୍ତି, ରାଜ୍ୟରେ ୪୦ଟି ଇକୋ-ଟୁରିଜମ ସ୍ଥଳୀ ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଛି। ଏସବୁ ସ୍ଥାନରେ ପ୍ରାୟ ୩୦୦ କୋଠରି ଏବଂ ଟେଣ୍ଟ ଆଦିର ସୁବିଧା ସୃଷ୍ଟି କରାଯାଇଛି। ଏଠାରେ ୮୦୦ ଲୋକ ରାତ୍ରି ରହଣିର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri