Posted inଖେଳ

ଇଞ୍ଜୁରୀ କାରଣରୁ ୨୦୨୧ ଆରମ୍ଭ ପର୍ଯ୍ୟନ୍ତ ଫେଡରର ଖେଳିବେନି

ଲଣ୍ଡନ,୧୦।୬(ଏପି): ଚଳିତ ୨୦୨୦ ବର୍ଷରେ ଆୟୋଜନ ହେବାକୁ ଥିବା ବାକି ଟୁର୍ନାମେଣ୍ଟଗୁଡିକରୁ ବାଦ୍‌ ପଡିଛନ୍ତି ସୁଇଜରଲାଣ୍ଡ ଅଭିଜ୍ଞ ଟେନିସ୍‌ ତାରକା ରୋଜର ଫେଡରର। ଡାହାଣ ଆଣ୍ଠୁରେ ଦେଖାଦେଇଥିବା ଆଘାତ ସମସ୍ୟା ଓ ଅସ୍ତ୍ରୋପଚାରରୁ ସେ ସମ୍ପୂର୍ଣ୍ଣ ଭାବେ ଆରୋଗ୍ୟ ଲାଭ କରିପାରିନାହାନ୍ତି। ଫଳରେ ତାଙ୍କୁ ଦ୍ୱିତୀୟଥର ପାଇଁ ଆଣ୍ଠୁରେ ଅସ୍ତ୍ରୋପଚାର କରାଇବାକୁ ପଡିଛି। ୨୦୨୧ ଆରମ୍ଭ ପର୍ଯ୍ୟନ୍ତ ସେ ଟେନିସରୁ ଦୂରେଇ ରହିବା ନିଶ୍ଚିତ ହୋଇଛି। ୨୦ଟି ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଥିବା ଫେଡରର ବୁଧବାର ଟୁଇଟରରେ ଏକ ପୋଷ୍ଟ ଅପ୍‌ଲୋଡ କରି ସୂଚନା ଦେଇଛନ୍ତି। ୨୦୨୦ର ବାକିଥିବା ଟୁର୍ନାମେଣ୍ଟରୁ ବାଦ୍‌ ପଡିଛି ବୋଲି ସେ ଉଲ୍ଲେଖ କରିଛନ୍ତି।
ଗତ ଫେବୃୟାରୀରେ ୩୮ ବର୍ଷୀୟ ଫେଡରରଙ୍କର ଡାହାଣ ଆଣ୍ଠୁରେ ଆର୍ଥୋସ୍କୋପିକ୍‌ ସର୍ଜରି କରାଯାଇଥିଲା। ସେତେବେଳେ ସେ ୪ ମାସ ଟେନିସରୁ ଦୂରେଇ ରହିବା ପାଇଁ ନିଷ୍ପତ୍ତି ନେଇଥିଲେ। ତେବେ ଏହାପରେ କୋଭିଡ୍‌-୧୯ ମହାମାରୀର ବିସ୍ଫୋରଣ ହୋଇଥିଲା। ଖେଳିବା ପୂବରୁ ଶତପ୍ରତିଶତ ସୁସ୍ଥ ତଥା ଫିଟ୍‌ ହେବାକୁ ଚାହେଁ। ୨୦୨୧ ସେସନ ଆରମ୍ଭରେ ଟେନିସକୁ ପ୍ରତ୍ୟାବର୍ତ୍ତନ କରିବି ବୋଲି ସେ ଆଶାପ୍ରକାଶ କରିଛନ୍ତି। କରୋନା ଭାଇରସର ଆତଙ୍କ ସତ୍ତ୍ୱେ ଫ୍ରେଞ୍ଚ୍‌ ଓପନ ଓ ୟୁଏସ୍‌ ଓପନ୍‌ ଆୟୋଜନ କରିବାକୁ ଆୟୋଜକମାନେ ବେଶ୍‌ ଆଶାବାଦୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri