Posted inଖେଳ

ଇଡେନ ଗାର୍ଡେନରେ ମ୍ୟାଚ୍‌ ଦେଖିବେ ଅମିତ ଶାହ

ନୂଆଦିଲ୍ଲୀ,୧୫।୧୧: କୋଲକାତାର ଐତିହାସିକ ଇଡେନ ଗାର୍ଡେନ କ୍ରିକେଟ ଷ୍ଟାଡିୟମରେ ନଭେମ୍ବର ୨୨ରୁ ୨୬ ମଧ୍ୟରେ ପ୍ରଥମ ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌କୁ ଉପଭୋଗ କରିବା ପାଇଁ ଷ୍ଟାଡିୟମରେ ଉପସ୍ଥିତ ରହିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ଏହାଛଡା ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି ମଧ୍ୟ ମ୍ୟାଚ୍‌ ଦେଖିବାର କାର୍ଯ୍ୟକ୍ରମ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ପୂର୍ବତନ ଶୁଟର ଅଭିନବ ବିନ୍ଦ୍ରା ଏବଂ ବକ୍ସର ମେରି କମଙ୍କ ଭଳି ଅନେକ ବିଶ୍ୱସ୍ତରୀୟ ଖେଳାଳି ଯୋଗ ଦେବେ। ଏନେଇ କ୍ରିକେଟ ଆସେିଏଶନ ଅଫ୍‌ ବଙ୍ଗାଲ(ସିଏବି) ସଚିବ ଅଭିଷେକ ଡାଲମିୟା ଏହି ସୂଚନା ଦେଇଛନ୍ତି। ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କାର୍ଯ୍ୟକ୍ରମରେ ଯୋଗ ଦେବେ କି ନାହିଁ ପ୍ରଶ୍ନ ହେବାରୁ ଅଭିଷେକ କହିଛନ୍ତି, ଧୋନୀଙ୍କୁ ଆମନ୍ତ୍ରଣ କରାଯାଇଛି। ସେ ଆସିବେ କି ନାହିଁ ଜଣାପଡିନି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..

ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri