Posted inଖେଳ

ଇଣ୍ଡିଆନ ଓମେନ୍ସ ଲିଗ୍‌: ଅଂଶଗ୍ରହଣ ପାଇଁ ୧୦୦ରୁ ଊର୍ଦ୍ଧ୍ୱ କ୍ଲବ ଆଗ୍ରହୀ

ନୂଆଦିଲ୍ଲୀ, ୧୦ା୧୨ (ପି.ଟି.)- ଇଣ୍ଡିଆନ ଓମେନ୍ସ ଲିଗ୍‌ରେ ଅଂଶଗ୍ରହଣ ଲାଗି ୧୦୦ରୁ ଊର୍ଦ୍ଧ୍ୱ କ୍ଲବ ଆଗ୍ରହ ପ୍ରକାଶ କରିଛନ୍ତି। ସର୍ବଭାରତୀୟ ଫୁଟବଲ ସଂଘ (ଏଆଇଏଫଏଫ୍‌)ର କାର୍ଯ୍ୟନିର୍ବାହୀ କମିଟି ଏ ବିଷୟରେ ସୂଚନା ଦେଇଛି। ମଙ୍ଗଳବାର ଏଠାରେ ଏଆଇଏଫ୍‌ଏଫ୍‌ର କାର୍ଯ୍ୟନିର୍ବାହୀ କମିଟି ବୈଠକ ଏହାର ସଭାପତି ପ୍ରଫୁଲ ପଟେଲଙ୍କ ଅଧ୍ୟକ୍ଷତାରେ ବସିଥିଲା। ହିରୋ ଇଣ୍ଡିଆନ ଓମେନ୍ସ ଲିଗ୍‌ରେ ଖେଳିବା ଲାଗି ୧୪ଟି ରାଜ୍ୟରୁ ୧୦୮ଟି କ୍ଲବ ଖେଳିବା ଲାଗି ଆଗ୍ରହ ପ୍ରକାଶ କରିଛନ୍ତି। ମ୍ୟାଚ ସଂଖ୍ୟା ବୃଦ୍ଧି କରିବା ଆମର ଲକ୍ଷ୍ୟ ବୋଲି ଆଇ-ଲିଗ୍‌ ସିଇଓ ସୁନନ୍ଦୋ ଧର୍‌ ପ୍ରକାଶ କରିଛନ୍ତି। ଦ୍ୱିତୀୟ ଡିଭିଜନ ଲିଗ୍‌ରେ ୨୦ଟି ଦଳ ଭାଗ ନେବେ। ଏହା ଜାନୁୟାରୀରୁ ମେ ମାସ ପର୍ଯ୍ୟନ୍ତ ଚାଲିବ। ହିରୋ ସନ୍ତୋଷ ଟ୍ରଫି ପାଇଁ ଏଥିରେ ମଧ୍ୟାନ୍ତର ରହିବ। ଧର ସୂଚନା ଦେଇ କହିଛନ୍ତି, ଏଏଫ୍‌ସି କାର୍ଯ୍ୟନିର୍ବାହୀ କମିଟି ବୈଠକରେ ଗୃହୀତ ନିୟମ ଅନୁସାରେ ୨୦୧୯-୨୦ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସଏଲ)ର ବିଜେତା ଏଏଫ୍‌ସି ଚାମ୍ପିୟନ୍ସ ଲିଗ୍‌ ୨୦୨୧ରେ ସିଧାସଳଖ ସ୍ଥାନ ପାଇବ। ଅନ୍ୟପକ୍ଷ୍ୟରେ ୨୦୧୯-୨୦ ଆଇ-ଲିଗ୍‌ ଚାମ୍ପିୟନ ଏଏଫ୍‌ସି କପ୍‌ ୨୦୨୧ ପାଇଁ ଯୋଗ୍ୟତା ଅର୍ଜନ କରିବ। ନେପାଳରେ ଅନୁଷ୍ଠିତ ସାଉଥ୍‌ ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିଥିବା ଭାରତୀୟ ସିନିୟର ମହିଳା ଦଳ ଏବଂ ଅର୍ଜୁନ ପୁରସ୍କାର ବିଜେତା ଗୁର୍‌ପ୍ରୀତ ସିଂ ସାନ୍ଧୁଙ୍କୁ କମିଟି ତରଫରୁ ଶୁଭେଚ୍ଛା ଜ୍ଞାପନ କରାଯାଇଥିଲା। ଭାରତରେ ଫିଫା ୧୭ ବର୍ଷରୁ କମ୍‌ ମହିଳା ବିଶ୍ୱକପ୍‌ ଆୟୋଜନ ପାଇଁ ପ୍ରସ୍ତୁତି କାର୍ଯ୍ୟ ଜୋର୍‌ଦାର ଚାଲିଛି। ଖେଳାଳିମାନେ ନୂଆ ମୁଖ୍ୟ କୋଚ୍‌ ଥୋମାସ ଡେନର୍ବିଙ୍କ ଅଧୀନରେ ଟ୍ରେନିଂ ନେଉଥିବା ଧର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

ରୋଚକ ଘଟଣା: ଟିମ ଇଣ୍ଡିଆଠାରୁ ଛଡ଼ାଇ ନିଆଗଲା ଡ୍ରେସିଂ ରୁମ! ଆଫଗାନିସ୍ତାନ ସିରିଜରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚର T20 ସିରିଜ ଆସନ୍ତା ସେପ୍ଟେମ୍ବର ୧୩ରୁ ଆରମ୍ଭ ହେବ। ସିରିଜର ସମସ୍ତ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?