Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ବେଙ୍ଗାଲୁରୁ ୪-୨ରେ କେରଳକୁ ହରାଇଲା

ମାରଗାଓ,୧୩।୧୨(ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ରବିବାର ରାତିରେ ଅନୁଷ୍ଠିତ ମ୍ୟାଚ୍‌ରେ ବେଙ୍ଗାଲୁରୁ ଏଫ୍‌ସି ୪-୨ ଗୋଲରେ କେରଳ ବ୍ଲାଷ୍ଟର୍ସକୁ ପରାସ୍ତ କରିଛି। ସ୍ଥାନୀୟ ଫାଟୋର୍ଡା ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ବେଙ୍ଗାଲୁରୁ ଆଧିପତ୍ୟ ବିସ୍ତାର କରି ଖେଳିଥିଲା। ସବୁ ଦୃଷ୍ଟିକୋଣରୁ ବେଙ୍ଗାଲୁରୁ ଅପେକ୍ଷାକୃତ ଭଲ ଖେଳିଥିଲା। ଏଥି ସହ ୫ଟି ମ୍ୟାଚ୍‌ ଖେଳି ବେଙ୍ଗାଲୁରୁ ୨ ବିଜୟ, ୩ ଡ୍ର ସହ ୯ ପଏଣ୍ଟ ପାଇ ତାଲିକାର ଚତୁର୍ଥ ସ୍ଥାନରେ ରହିଛି। ଅନ୍ୟପଟେ କେରଳ ଏପର୍ଯ୍ୟନ୍ତ ୫ଟି ମ୍ୟାଚ ଖେଳି ୨ ଡ୍ର ଓ ୩ ପରାଜୟ ସହ ୨ ପଏଣ୍ଟ ପାଇ ନବମ ସ୍ଥାନରେ ରହିଛି।

ମ୍ୟାଚର ୧୭ତମ ମିନିଟ୍‌ରେ ରାହୁଲ କାନୋଲି ପ୍ରବୀଣ ପ୍ରଥମ ଗୋଲ ଦେଇ କେରଳକୁ ଅଗ୍ରଣୀ କରାଇଥିଲେ। ତେବେ ବେଙ୍ଗାଲୁରୁର ବ୍ରାଜିଲ ଓ୍ବିଙ୍ଗର କ୍ଲେଇଟନ ସିଲ୍‌ଭା ୨୯ତମ ମିନିଟ୍‌ରେ ଗୋଲ ଦେଇଥିଲେ। ଫଳରେ ପ୍ରଥମାର୍ଦ୍ଧ ଶେଷ ବେଳକୁ ମ୍ୟାଚ ୧-୧ ସମାନସ୍ତରରେ ରହିଥିଲା। ଦ୍ୱିତୀୟାର୍ଦ୍ଧରେ ୫୧ତମ ମିନିଟ୍‌ରେ ନର୍‌ଓ୍ବେ ଷ୍ଟ୍ରାଇକର କ୍ରିଷ୍ଟିଆନ ଓପ୍‌ସେଥ୍‌ ଗୋଲ ଦେଇ ବେଙ୍ଗାଲୁରୁକୁ ଅଗ୍ରଣୀ କରାଇଥିଲେ। ଏହାର ଠିକ ୨ ମିନିଟ୍‌ ପରେ ସ୍ପାନିଶ ମିଡ୍‌ଫିଲ୍ଡର ଡିମାସ ଡେଲଗାଡୋ ଗୋଲ ଦେଇ ବେଙ୍ଗାଲୁରୁକୁ ୩-୧ରେ ଅଗ୍ରଣୀ କରାଇଥିଲେ। ତେବେ କେରଳ ତରଫରୁ ସ୍ପାନିଶ ମିଡ୍‌ଫିଲ୍ଡର ଭିନ୍‌ସେଣ୍ଟ ଗୋମେଜ ୬୧ତମ ମିନିଟ୍‌ରେ ଗୋଲ ଦେଇଥିଲେ। ଫଳରେ ମ୍ୟାଚ ୩-୨ ସ୍ତରରେ ପହଞ୍ଚିଥିଲା। ତେବେ ଏହାର ଠିକ୍‌ ୪ ମିନିଟ୍‌ ପରେ ଅର୍ଥାତ୍‌ ୬୫ତମ ମିନିଟ୍‌ରେ ବେଙ୍ଗାଲୁରୁ ଅଧିନାୟକ ସୁନୀଲ ଛେତ୍ରୀ ଏକ ସୁନ୍ଦର ଗୋଲ ଦେଇ ଗୋଲ ବ୍ୟବଧାନରେ ବୃଦ୍ଧି ଆଣିଥିଲେ। ତେବେ ଏହା ପୂର୍ବରୁ ଛେତ୍ରୀ ଏକ ପେନାଲ୍ଟି ମିସ୍‌ କରିଥିଲେ। ଇଞ୍ଜୁରି ଟାଇମ୍‌ ବାବଦରେ ୫ ମିନିଟ୍‌ ଖେଳ ହୋଇଥିଲେ ମଧ୍ୟ ଆଉ ଗୋଲ ସମ୍ଭବ ହୋଇ ନ ଥିଲା। ଫଳରେ ବେଙ୍ଗାଲୁରୁ ୪-୨ରେ ବିଜୟୀ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri