Posted inଖେଳ

ଇଣ୍ଡିଆ ଓପନ୍‌ ବକ୍ସିଂ: ଶିବ, ଅମିତ୍‌ ସେମିରେ

ଗୁଆହାଟୀ,୨୩।୫ (ପି.ଟି.)- ଏଠାରେ ଆରମ୍ଭ ହୋଇଥିବା ଦ୍ୱିତୀୟ ଇଣ୍ଡିଆ ଓପନ ବକ୍ସିଂ ଟୁର୍ନାମେଣ୍ଟରେ ଦୁଇ ଭାରତୀୟ ବକ୍ସର ଶିବ ଥାପା ଓ ଅମିତ ପଙ୍ଘାଲ ଆଶାନୁରୂପ ପ୍ରଦର୍ଶନ କରି ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସ୍ଥାନୀୟ କର୍ମବୀର ନବିନ ଚନ୍ଦ୍ର ବୋର୍ଦୋଲୋଇ ଇଣ୍ଡୋର ଷ୍ଟାଡିୟମରେ ଚାଲିଥିବା ଏହି ପ୍ରତିଯୋଗିତାରେ ଅନ୍ୟ ୫ ଭାରତୀୟ ବକ୍ସର ମଧ୍ୟ ସେମିରେ ପ୍ରବେଶ କରିଛନ୍ତି। ବିଶ୍ୱ ଚାମ୍ପିୟନଶିପ୍‌ ବ୍ରୋଞ୍ଜ୍‌ ପଦକ ବିଜେତା ଥାପା ୫-୦ ରେ ମରିସସ୍‌ର ହେଲେନ ଡାମିଏନ୍‌ଙ୍କୁ ହରାଇ ସେମିକୁ ଉଠିଛନ୍ତି। ୬୦ କେ.ଜି. ବର୍ଗ ସେମିରେ ସେ ୫-୦ରେ ହେଲେନ ଡାମିଏନଙ୍କୁ ଭେଟିବେ। ଗତ ମାସ ଥାପା ପ୍ରଥମ ଭାରତୀୟ ପୁରୁଷ ବକ୍ସର ଭାବେ କ୍ରମାଗତ ଚତୁର୍ଥଥର ପାଇଁ ଏସିଆନ୍‌ ପଦକ ହାସଲ କରିଥିଲେ। ସେହିପରି ଅଙ୍କିତ୍‌ ଓ ମନୀଷ କୌଶିକ ୫-୦ରେ ସେମାନଙ୍କ ପ୍ରତିପକ୍ଷ ଖେଳାଳିଙ୍କୁ ହରାଇ ୬୦ କେ.ଜି. ବର୍ଗ ସେମିରେ ପ୍ରବେଶ କରିଛନ୍ତି। ଫଳରେ ଭାରତୀୟ ୩ ଖେଳାଳି ୬୦ କେ.ଜି. ବର୍ଗ ସେମିକୁ ଉଠିଛନ୍ତି। ୫୨ କେ.ଜି. ବର୍ଗରେ ଭାରତ ଅମିତ ପଙ୍ଘାଲ, ନ୍ୟାଶନାଲ ଚାମ୍ପିୟନ ପି.ଏଲ. ପ୍ରସାଦ, ପୂର୍ବତନ ବିଶ୍ୱ ଯୁବ ଚାମ୍ପିୟନ ସଚିନ ସିଓ୍ବାଚ ଓ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଚାମ୍ପିୟନ ଗୌରବ ସୋଲାଙ୍କି ସେମିରେ ପ୍ରବେଶ କରିଛନ୍ତି। ଫଳରେ ୪ ଭାରତୀୟ ସେମିରେ ମୁହଁାମୁହିଁ ହେବା ସ୍ପଷ୍ଟ ହୋଇଛି। ଅମିତ୍‌ ୫-୦ରେ ଥାଇଲାଣ୍ଡର ଚକାପୋଙ୍ଗ ଚାନପିରୋମଙ୍କୁ ହରାଇଥିଲେ। ସେମିରେ ଅମିତ ଏବେ ପ୍ରସାଦଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri