ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ସତ୍ୟପ୍ରକାଶ

ପୁରୀ ଅଫିସ, ୨୨।୯: ଆଇସ୍‌କ୍ରିମ କାଠିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ତିଆରି କରି ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ନିଜ ନଁାକୁ ସ୍ଥାନିତ କରିଛନ୍ତି ପୁରୀର ଯୁବ ଶିଳ୍ପୀ ସତ୍ୟପ୍ରକାଶ ନାୟକ। ମାତ୍ର ୧୮ ବର୍ଷ ବୟସରେ ଏହି ସଫଳତା ପାଇଛନ୍ତି କୁଣ୍ଢେଇବେଣ୍ଟ ସାହିର ରାଜଲକ୍ଷ୍ମୀ ଏବଂ ବାଳକୃଷ୍ଣଙ୍କ ପୁଅ ସତ୍ୟପ୍ରକାଶ। ଗତ ଜୁନ୍‌ ୨୫ରେ ସେ ୬୫୦ ଖଣ୍ଡ କାଠିରେ ୩୮ ସେମି ଉଚ୍ଚତା ଏବଂ ୩୨ ସେମି ଦୈର୍ଘ୍ୟ ଓ ପ୍ରସ୍ଥ ବିଶିଷ୍ଟ କୁନି ରଥକୁ ୫ ଦିନରେ ନିର୍ମାଣ କରିଥିଲେ। ସାରଥୀ, ଘୋଡ଼ା, ପାର୍ଶ୍ୱ ଦେବାଦେବୀ ମଧ୍ୟ ଆଇସ୍‌କ୍ରିମ କାଠିରେ ତିଆରି କରିଥିଲେ। ଏଥିସହ ଶ୍ରୀଜଗନ୍ନାଥଙ୍କ ପ୍ରତିମୂର୍ତ୍ତିି ଏବଂ ରଥ ଦଉଡ଼ି ତିଆରି କରିଥିଲେ। ରବିବାର ତାଙ୍କ ପାଖରେ ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସ ପକ୍ଷରୁ ପଠାଯାଇଥିବା ପ୍ରମାଣପତ୍ର, ପଦକ, ପେନ୍‌, ପରିଚୟପତ୍ର ଓ ବ୍ୟାଚ୍‌ ଆଦି ଆସି ପହଞ୍ଚତ୍ଛି। ଏଭଳି ସଫଳତାର ଶ୍ରେୟ ସେ ମହାପ୍ରଭୁ ଏବଂ ମା, ବାପାଙ୍କୁ ଦେଇଛନ୍ତି। ସତ୍ୟପ୍ରକାଶ କହିଛନ୍ତି, ଏଥର କରୋନା ପାଇଁ ରଥଯାତ୍ରାରୁ ବଞ୍ଚତ୍ତ ହୋଇଥିଲି। ତେଣୁ ଆଇସ୍‌କ୍ରିମ୍‌ କାଠିରେ ରଥ ଗଢିବାକୁ ସ୍ଥିର କରିଥିଲି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

ବାଇକ-ବଳଦ ମୁହାଁମୁହିଁ ଧକ୍କା: ଯୁବକ ଗୁରୁତର, ଘଟଣାସ୍ଥଳରେ ବଳଦର ମୃତ୍ୟ

ଥୁଆମୂଳ ରାମପୁର, ୨୭।୮ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଭବାନୀପାଟଣା ରାସ୍ତାର କୃଷି କାର୍ଯ୍ୟାଳୟ ନିକଟସ୍ଥ ସ୍କିଲ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର ନିକଟରେ ବୁଧବାର ସା ପ୍ରାୟ ୬ଟା…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

ପୋଖରୀରେ ବୁଡି ବୃଦ୍ଧା ମୃତ

ଦେବଗଡ, ୨୭।୮ (ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ଠିଆନାଳ ବିଡିଘାଟ ଗ୍ରାମରେ ଗୁରୁବାର ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri