ଇଣ୍ଡିପେଣ୍ଡେଣ୍ଟ କପ୍‌ ଫୁଟବଲ ଟୁର୍ନାମେଣ୍ଟ: ନୂଆପଡାକୁ ହରାଇ କୋମନା ଚାମ୍ପିୟନ

କୋମନା,୨୬।୮(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ତରବୋଡସ୍ଥିତ ରାଜିବ ଗାନ୍ଧୀ ମିନି ଷ୍ଟାଡିୟମରେ ଚାଲିଥିବା ଦ୍ୱାଦଶ ଇଣ୍ଡିପେଣ୍ଡେଣ୍ଟ କପ୍‌ ଫୁଟବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ରେ କୋମନା ଦଳ ନୂଆପଡାକୁ ହରାଇ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି। ପୂର୍ବାହ୍ନରେ ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ କୋମନା ଦଳ ନିର୍ଦ୍ଧାରିତ ସମୟରେ ନୂଆପଡା ଦଳକୁ ୨ ଗୋଲ ଦେଇଥିଲା। ଏହାର ଜବାବରେ ନୂଆପଡା ଦଳ କୋମନାକୁ ଗୋଟିଏ ଗୋଲ ଦେବାରେ ସକ୍ଷମ ହୋଇଥିଲା। ଫଳରେ କୋମନା ଦଳ ୨-୧ ଗୋଲରେ ନୂଆପଡାକୁ ହରାଇ ଚାମ୍ପିୟନ ଟ୍ରଫି ହାସଲ କରିବାରେ ସଫଳ ହୋଇଛି । ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ, ବିଜେଡି ରାଜ୍ୟ ସମ୍ପାଦକ ତଥା ଓସିଏ ଉପସଭାପତି ସରୋଜ କୁମାର ସାହୁ ସ୍ବତନ୍ତ୍ର ଅତିଥ, ସାମାଜିକ କର୍ମୀ ଗୋପମଣି ପାଣିଗ୍ରାହୀ, ନୂଆପଡା ବିଧାନସଭା ନିର୍ବାଚନ ମଣ୍ଡଳୀ ଯୁବ ବିଜେଡି ସଭାପତି ସୁଧୀର କୁମାର ମିଶ୍ର, ସାମାଜିକ କର୍ମୀ କାଳିଆ ପ୍ରଧାନ, ମାଧବ ପ୍ରସାଦ ସାହୁ, ଶ୍ରୀକାନ୍ତ ପ୍ରଧାନ, ସ୍ଥାନୀୟ ରାଜସ୍ବ ନିରିକ୍ଷକ ସୁଖରାମ ସାହୁ, ଠାକରୁ ଜଗତ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଜେତା ଦଳକୁ ପୁରସ୍କାର ପ୍ରଦାନ କରିଥିଲେ। ଫାଇନାଲ ମ୍ୟାଚକୁ ହରିହର ସାହୁ, ବଳରାମ ସରାଫ, ଚୈତନ୍ୟ ମାଝି ଓ ଅମନ ଛତ୍ରିଆ ଖେଳ ପରିଚାଳନା କରିଥିବା ବେଳେ ଭୋଜରାମ ଅହିର, ପରସରାମ ଅହିର ଏବଂ ଦୟାଲାଲ ଅହିର ଧାରାବୀବରଣି ପ୍ରଦାନ କରିଥିଲେ । ଆୟୋଜକ ସଂଘ ପ୍ରତେକ ସଦସ୍ୟ ଟୁର୍ନାମେଣ୍ଟ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ବ୍ଲକରେ ୧୧ ପରୀକ୍ଷା କେନ୍ଦ୍ର: ମାଟ୍ରିକ ପରୀକ୍ଷା ଦେଉଛନ୍ତି ୧୮୦୭ ଜଣ ପରୀକ୍ଷାର୍ଥୀ

କେସିଙ୍ଗା,୧୯।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ୧୧ଟି ପରୀକ୍ଷା କେନ୍ଦ୍ରରେ ୧୮୦୭ଜଣ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାଦେବେ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

କରଡ଼ା ଘାଟିରେ ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ୫୦ ଫୁଟ ଗାତକୁ ଖସିଲା ଟ୍ରକ

ରାଇକିଆ,୧୯।୨(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଳକର କରଡ଼ା ଘାଟିଠାରେ ନିୟନ୍ତ୍ରଣ ହରାଇ ଏକ ମହୁଲ ବୋଝେଇ ଟ୍ରକ ଘାଟିର ୫୦ ଫୁଟ ଘାଟି ତଳକୁ ଖସିଯାଇଛି।…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri