Posted inଖେଳ

ଇଣ୍ଡୋନେସିଆ ଓପନ୍‌ ବ୍ୟାଡମିଣ୍ଟନ : ଫାଇନାଲରେ ହାରିଲେ ସିନ୍ଧୁ

ଜାକର୍ତ୍ତା,୨୧।୭(ପି.ଟି.): ଅଲିମ୍ପିକ୍ସ ରୌପ୍ୟପଦକ ବିଜୟିନୀ ତଥା ମହିଳା ବ୍ୟାଡମିଣ୍ଟନ ତାରକା ପି.ଭି. ସିନ୍ଧୁ ଆଉ ଏକ ଫାଇନାଲରେ ପରାସ୍ତ ହୋଇଛନ୍ତି। ଏଠାରେ ଅନୁଷ୍ଠିତ ବିଡବ୍ଲ୍ୟୁଏଫ୍‌ ଟୁର ସୁପର ୧୦୦୦ ଟୁର୍ନାମେଣ୍ଟ ଇଣ୍ଡୋନେସିଆ ଓପନର ଫାଇନାଲରେ ପରାସ୍ତ ହୋଇ ସିନ୍ଧୁ ରନର୍ସଅପ୍‌ ହୋଇଛନ୍ତି। ରବିବାର ଖେଳାଯାଇଥିବା ଟାଇଟଲ ମୁକାବିଲାରେ ସିନ୍ଧୁ ଚତୁର୍ଥ ସିଡ୍‌ ଜାପାନର ଅକେନ ୟାମାଗୁଚିଙ୍କଠାରୁ ୧୫-୨୧, ୧୬- ୨୧ ସିଧାସଳଖ ଗେମ୍‌ରେ ପରାସ୍ତ ହୋଇ ଟାଇଟଲ ହାସଲରୁ ବଞ୍ଚିତ ହୋଇଛନ୍ତି।
ୟାମଗୁଚିଙ୍କ ବିପକ୍ଷରେ ୧୦-୪ ବ୍ୟବଧାନର ଭଲ ରେକର୍ଡ ରହିଥିଲେ ମଧ୍ୟ ସିନ୍ଧୁଙ୍କୁ ଶେଷରେ ପରାଜୟର ମୁହଁ ଦେଖିବାକୁ ପଡିଛି। ପରାସ୍ତ ହୋଇଥିଲେ ମଧ୍ୟ ବିଶ୍ୱର ୫ ନମ୍ବର ଖେଳାଳି ସିନ୍ଧୁଙ୍କ ପାଇଁ ଚଳିତ ସେସନରେ ଏହା ଶ୍ରେଷ୍ଠ ପ୍ରଦର୍ଶନ ସାବ୍ୟସ୍ତ ହୋଇଛି। ଏହାପୂର୍ବରୁ ୨୪ ବର୍ଷୀୟା ସିନ୍ଧୁ ସିଙ୍ଗାପୁର ଓ ଇଣ୍ଡିଆ ଓପନ୍‌ରେ ମଧ୍ୟ ସେମିଫାଇନାଲରେ ପ୍ରବେଶ କରିଥିଲେ। ଶନିବାର ସେମିଫାଇନାଲରେ ସିନ୍ଧୁ ଅଲ୍‌ ଇଂଲଣ୍ଡ ଚାମ୍ପିୟନ ଚାଇନାର ଚେନ୍‌ ୟୁ ଫେଇଙ୍କୁ ୨୧-୧୯, ୨୧-୧୦ରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

Plane Crash: ମିଆମି ବିମାନବନ୍ଦରରେ ବଡ଼ ଦୁର୍ଘଟଣା; ୫ ମୃତ ୫ ଆହତ ଦେଖନ୍ତୁ Video

ଓ୍ବାଶିଂଟନ,୭।୯: ଆମେରିକାର ମିଆମି ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହା ଫଳରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri