ଇଣ୍ଡୋ-ପାକ୍‌ ବିଶ୍ୱକପ୍‌ ମ୍ୟାଚ୍‌ ବିଜ୍ଞାପନକୁ ସାନିଆଙ୍କ ବିରୋଧ

ନୂଆଦିଲ୍ଲୀ,୧୨।୬(ପିଟି): ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍‌ର ବହୁ ପ୍ରତୀକ୍ଷିତ ମ୍ୟାଚ୍‌ ଲାଗି ପ୍ରସାରଣକାରୀ ଚ୍ୟାନେଲରେ ଦେଉଥିବା କିଛି ସ୍ବତନ୍ତ୍ର ବିଜ୍ଞାପନ ଉଭୟ ଦେଶର କ୍ରିକେଟ ପ୍ରଶଂସକଙ୍କ ମଧ୍ୟରେ ତିକ୍ତତା ବୃଦ୍ଧି କରୁଛି। ଏହି ବିଜ୍ଞାପନକୁ ଟେନିସ ଷ୍ଟାର ସାନିଆ ମିର୍ଜା ବୁଧବାର ବିରୋଧ କରିଛନ୍ତି। ପାକିସ୍ତାନର ଜାଜ୍‌ ଟିଭି ଏକ ବିଜ୍ଞାପନ ପ୍ରସାରଣ କରୁଛି, ଯେଉଁଥିରେ ବାଲକୋଟ ଆକ୍ରମଣ ପରେ ପାକିସ୍ତାନ ଆର୍ମି ଦ୍ୱାରା ଗିରଫ ହୋଇଥିବା ଭାରତୀୟ ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ସଦୃଶ୍ୟ ଦେଖାଯାଉଥିବା ଏକ ଚରିତ୍ର ରହିଛି। ୩୩ ସେକେଣ୍ଡ ବିଶିଷ୍ଟ ବିଜ୍ଞାପନରେ ଭାରତୀୟ ଦଳର ଜର୍ସି ପିନ୍ଧିଥିବା ବର୍ଥମାନଙ୍କ ଚରିତ୍ର ତାଙ୍କ ଷ୍ଟାଇଲରେ ନିଶ ମଧ୍ୟ ରଖିଛି। ସେଥିରେ ତାଙ୍କୁ ରବିବାର ଖେଳାଯିବାକୁ ଥିବା ମ୍ୟାଚ୍‌ର ଭାରତୀୟ ଦଳର ରଣନୀତି ସମ୍ପର୍କରେ ପ୍ରଶ୍ନ କରାଯାଉଛି। ଆଉ ଉକ୍ତ ଚରିତ୍ର ଭାଇରାଲ ଡାଇଲଗ ‘ମୁଁ ଦୁଃଖିତ। ତୁମକୁ ଏହା କହି ପାରିବି ନାହିଁ’ ବୋଲି କହୁଛନ୍ତି। ଅନ୍ୟପକ୍ଷରେ ଭାରତରେ ପ୍ରସାରିତ ବିଜ୍ଞାପନରେ ଟିମ୍‌ ଇଣ୍ଡିଆର ପ୍ରଶଂସକମାନେ ନିଜକୁ ପାକିସ୍ତାନର ଆବୁ (ବାପା) ବୋଲି ଅବିହିତ କରୁଛନ୍ତି। ସୀମାର ଉଭୟ ପାର୍ଶ୍ୱରେ ଏଭଳି ବିଜ୍ଞାପନ ଯୋଗୁ ବହୁତ ସାଙ୍ଘାତିକ ଫଳାଫଳ ହୋଇପାରେ। ମ୍ୟାଚ୍‌ର ଆଉ ପ୍ରସାର କରିବା ଦରକାର ନାହିଁ। ଏହାକୁ ବହୁତ ଗୁରୁତ୍ୱ ଦିଆଯାଉଛି। ଏହା କେବଳ ଏକ କ୍ରିକେଟ ମ୍ୟାଚ୍‌। ତା’ଠାରୁ ଅଧିକ କିଛି ନୁହେଁ ବୋଲି ସାନିଆ ଟୁଇଟ୍‌ କରିଛନ୍ତି। ଚଳିତ ବର୍ଷ ଫେବୃୟାରୀରେ ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣରେ ୪୦ ସିଆରପିଏଫ୍‌ ଯବାନଙ୍କ ମୃତ୍ୟୁ ପରେ ଦୁଇ ଦେଶ ମଧ୍ୟରେ ତିକ୍ତତା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କିରୋସିନ ଢାଳି ନିଜକୁ ଜାଳିଦେଲେ ଯୁବତୀ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ବେଳେ ମୃତ୍ୟୁ

ବ୍ରହ୍ମପୁର, ୧୫।୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ବଜାର ଥାନା ଶାନ୍ତିନଗରରେ ଏକ ଅଭାବନୀୟ ଘଟଣା ବୁଧବାର ଘଟିଛି। ଜଣେ ଯୁବତୀ ଘର ଭିତରେ ନିଜ…

ଭିଟାମାଟି ଛାଡ଼ି ଯିବା ପରେ ବି ପିଛା ଛାଡ଼ିଲାନି ମୃତ୍ୟୁ, ୧୪ ବର୍ଷ ପରେ ଖୋଜିଖୋଜି ମାରିଲା ହାତୀ, ଲୋମ ଟାଙ୍କୁରି ଉଠିବ ଏହି ଘଟଣା

କାଠମାଣ୍ଡୁ, ୧୫।୭: ମୃତ୍ୟୁମୁଖରୁ ବୋଧହୁଏ କେହି ବର୍ତ୍ତିପାରିବେ ନାହିିଁ। ଏହି କଥାକୁ ସତ ପ୍ରମାଣିତ କରି ଦେଖାଇଛି ନେପାଳର ଏକ ଭୟଙ୍କର ଜଙ୍ଗଲୀ ହାତୀ। ଯାହାର ନାଁ…

୯ ଶ୍ରେଣୀକୁ ୩ ଶିକ୍ଷକ: ପାଠପଢାରେ ବ୍ୟାଘାତ: ସ୍କୁଲ ଭିତରେ ଅଭିଭାବକଙ୍କ ଧାରଣା

ରୁପ୍ରା ରୋଡ, ୧୫।୭(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧିନସ୍ତ ଅସୁରଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଓ ଶିଶୁବାଟିକାକୁ ମିଶାଇ ମୋଟ…

ଭରଣପୋଷଣ ଟଙ୍କା ଉପରେ ହାଇକୋର୍ଟଙ୍କ ବଡ଼ ରାୟ: ପରିସ୍ଥିତି ଦେଖି ବଦଳିବ ଟଙ୍କା, ସ୍ୱାମୀଙ୍କ ସବୁ ଦରମା ଉପରେ ନାହିଁ ପତ୍ନୀଙ୍କ ହକ୍!

ନୂଆଦିଲ୍ଲୀ, ୧୫।୭: ଭତ୍ତା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି: ସ୍ୱାମୀଙ୍କ ଦରମାର ୨୫% ଦେବା ବାଧ୍ୟତାମୂଳକ ନୁହେଁ, ପରିସ୍ଥିତି ଅନୁସାରେ ବଦଳିପାରେ ରାଶି ଆଲ୍ଲାହାବାଦ ହାଇକୋର୍ଟ…

ଇଂଲଣ୍ଡରୁ ପରାସ୍ତ କରିବା ପରେ ବଡ଼ କଥା କହିଲେ ଶୁବମନ ଗିଲ୍‌

ବର୍ମିଂହାମ,୧୫।୭: ପ୍ରଥମ ଦିନିକିଆରେ ଇଂଲଣ୍ଡ ବିପକ୍ଷରେ ୬ ଉଇକେଟରେ ବିଜୟ ହାସଲ କରିଛି। ଭାରତୀୟ ଅଧିନାୟକ ଶୁବମନ ଗିଲ ମଧ୍ୟକ୍ରମ ବ୍ୟାଟସମ୍ୟାନମାନଙ୍କୁ ପ୍ରଶଂସା କରି କହିଛନ୍ତି, ଚାପ…

ବିପଦରେ ସୋନମ ୱାଙ୍ଗଚୁକଙ୍କ ଜୀବନ: ୮.୫ କିଲୋ କମିଲା ଓଜନ, ଅନଶନ ଭାଙ୍ଗିବାକୁ ଦିଲ୍ଲୀ ହାଇକୋର୍ଟରେ ଆବେଦନ

ନୂଆଦିଲ୍ଲୀ,୧୫।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ବିଶିଷ୍ଟ ଶିକ୍ଷାବିତ୍‌ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ଅର୍ନିଦ୍ଦିଷ୍ଟ କାଳୀନ ଅନଶନ ଏବେ ୧୭ ଦିନରେ ପହଞ୍ଚିଛି। ଦେଶର ଶିକ୍ଷା ବ୍ୟବସ୍ଥାରେ…

NDAରେ ସାମିଲ ହେବେ ଶରଦ ପାୱାର? ଅଧରାତିରେ ହୋଇଗଲା ବଡ଼ ଖେଳ, ରାଜନୀତିରେ ହଇଚଇ

ମୁମ୍ବାଇ,୧୫।୭:ମହାରାଷ୍ଟ୍ର ରାଜନୀତିରେ ‘ଅପରେଶନ ଟାଇଗର୍‌’କୁ ନେଇ ଚର୍ଚ୍ଚା ଏବେ ବି ଶାନ୍ତ ପଡ଼ିନଥିବା ବେଳେ ଏକ ନୂଆ ମୋଡ଼ ସାମ୍ନାକୁ ଆସିଛି। ପ୍ରତିଦିନ ନୂଆ ନୂଆ ଆଶଙ୍କା,…

ଦିବ୍ୟାଙ୍ଗଙ୍କୁ ସହାୟତା ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ

ନୂଆପଡ଼ା,୧୫।୭ (ମକାରୁ ବେମାଲ) : ନୂଆପଡ଼ା ଜିଲା ଖରିଆର ରୋଡ୍‌ ଏନ୍‌ଏସି ୱାର୍ଡ ନଂ.୧୬ ଡୁମେରଡିହିର ଅବତ ରାମ ରାଉତଙ୍କ ଝିଅ ପ୍ରିୟା ରାଉତ(୮) ଜନ୍ମରୁ ବିକଳାଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri