‘ଇତିହାସରୁ ଉଦାହରଣ ସୃଷ୍ଟି କରିଆସୁଛି ନାରୀ’

ଅନୁଗୋଳ ଅଫିସ୍‌, ୯।୩ : ମହିଳାମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଥିବା ସେମାନଙ୍କର ଅଧିକାରକୁ ସାବ୍ୟସ୍ତ କରିବା ପାଇଁ ପୂର୍ବାହ୍ନରେ ଜିଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲାସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲା ସମାଜ ମଙ୍ଗଳ, ଜିଲା ଶିଶୁ ସୁରକ୍ଷା ୟୁନିଟ ଓ ଜେଏସ୍‌ପିଏଲ୍‌ ଫାଉଣ୍ଡେଶନର ମିଳିତ ସହଯୋଗରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ମନୋଜ କୁମାର ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ କହିଲେ, ଇତିହାସରେ ରାଣୀ ଲକ୍ଷ୍ମୀବାଈଙ୍କଠାରୁ ଆରମ୍ଭ କରି ଆଜି ପର୍ଯ୍ୟନ୍ତ ଅନେକ ମହିଳା ବିଭିନ୍ନ କ୍ଷେତ୍ରରେ ସ୍ବତନ୍ତ୍ର ଛାପ ଛାଡି ଉଦାହରଣ ସୃଷ୍ଟି କରିଆସୁଛନ୍ତି। ତେଣୁ ନାରୀ କେବେ ବି ଅବଳା ବା ଦୁର୍ବଳା ନୁହେଁ ବୋଲି ସେ ମତ ପ୍ରକାଶ କରିଥିଲେ। ଏଥିସହ ଗ୍ରାମାଞ୍ଚଳରେ କାର୍ଯ୍ୟକାରୀ ହେଉଥିବା ସ୍ବାସ୍ଥ୍ୟ ଭିତ୍ତିକ ଯୋଜନା ଓ ଅନ୍ୟାନ୍ୟ ସରକାରୀ ଯୋଜନା ସଫଳ କରାଇବାରେ ମହିଳାମାନଙ୍କର ବିଶେଷ ଭୂମିକା ରହିଥିବା ଜିଲାପାଳ କହିଥିଲେ। ରାଜ୍ୟ ତଥା ଦେଶର ପ୍ରଗତିରେ ସେମାନେ ଆଗେଇ ଆସିବାକୁ ସେ ଆହ୍ବାନ ଦେଇଥିଲେ। ଏଥିସହ ସାମ୍ପ୍ରତିକ ପରିସ୍ଥିତିରେ ବିଶ୍ୱ ସ୍ତରରେ ସବୁଠାରୁ ବଡ଼ ବିପର୍ଯ୍ୟୟ ସୃଷ୍ଟି କରିଥିବା କରୋନା ଭାଇରସ୍‌ ସମ୍ପର୍କରେ ନିଜେ ସଚେତନ ହୋଇ ଅନ୍ୟମାନଙ୍କୁ ସଚେତନ କରାଇବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଅଧ୍ୟାପିକା ଡ. ଇନ୍ଦିରା ଦାସ, ଜିଲା ସମାଜ ମଙ୍ଗଳ ବିଭାଗର ସ୍ଥାନୀୟ ଅଭିଯୋଗ କମିଟିର ଅଧ୍ୟକ୍ଷା ଅର୍ଚ୍ଚନା ପଟ୍ଟନାୟକ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶରତ ଚନ୍ଦ୍ର ସେଠୀ, ପୋଲିସ ଇନ୍ସପେକ୍ଟର ଯାଜ୍ଞସେନୀ ପ୍ରଧାନ, ଜିଲା ମୁଖ୍ୟ ଚିକିତ୍ସାଳୟର ୱାନ ଷ୍ଟପ୍‌ ସେଣ୍ଟର ସଖୀର ସସ୍ମିତା ସାହୁ, ଜେଏସ୍‌ପିଏଲ୍‌ (ସିଏସ୍‌ଆର୍‌)ର ଜେନେରାଲ ମ୍ୟାନେଜର ପୁଷ୍ପଲତା ଶତପଥୀ ପ୍ରମୁଖ ଯୋଗଦେଇଥିଲେ। ଆଇସିଡିଏସ୍‌ର ପ୍ରୋଗ୍ରାମ ଅଫିସର ପୌର୍ଣ୍ଣମାସୀ ରଥ ସମସ୍ତଙ୍କୁ ସ୍ବାଗତ ଜଣାଇଥିଲେ। ଏହି ଉପଲକ୍ଷେ ଆରମ୍ଭ ହୋଇଥିବା ଦସ୍ତଖତ ଅଭିଯାନରେ ଜିଲାପାଳଙ୍କ ସମେତ ଅନ୍ୟ ସମସ୍ତ ପଦାଧିକାରୀ ଓ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ଦସ୍ତଖତ କରିଥିଲେ। ବିଭିନ୍ନ ଆୟ ଉତ୍ପାଦନକାରୀ କାର୍ଯ୍ୟରେ ସଫଳତା ହାସଲ କରିଥିବା ସ୍ବୟଂ ସହାୟକ ଗୋଷ୍ଠୀ ଓ ଅଙ୍ଗନଓ୍ବାଡି କର୍ମୀଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri