Posted inଖେଳ

ଇତିହାସ ରଚିଲେ ଡୋନାରୁମା ଗୁକେଶ

ନୂଆଦିଲ୍ଲୀ,୧୭।୧୦: ଏମଚେସ୍‌ ରାପିଡ୍‌ ଅନଲାଇନ୍‌ ଚେସ୍‌ ଟୁର୍ନାମେଣ୍ଟରେ ଭାରତର ୧୬ ବର୍ଷୀୟ ଡୋନାରୁମା ଗୁକେଶ ଇତିହାସ ସୃଷ୍ଟି କରିଛନ୍ତି। ସେ ବିଶ୍ୱ ଚାମ୍ପିୟନ ମାଗ୍ନେସ କାର୍ଲସେନଙ୍କୁ ପରାସ୍ତ କରି ରେକର୍ଡ ସ୍ଥାପନ କରିଛନ୍ତି। ବିଶ୍ୱ ଚାମ୍ପିଅନ ଭାବରେ କାର୍ଲସେନ୍‌ଙ୍କୁ ପରାସ୍ତ କରିବାରେ ଗୁକେଶ ଦୁନିଆର ସବୁଠାରୁ କନିଷ୍ଠ ଖେଳାଳି ହୋଇପାରିଛନ୍ତି। ନବମ ରାଉଣ୍ଡ ମ୍ୟାଚରେ ଗୁକେଶ କାର୍ଲସେନଙ୍କୁ ପରାସ୍ତ କରିଥିଲେ। ଏହାପୂର୍ବରୁ ରବିବାର କାର୍ଲସେନ ମଧ୍ୟ ସେହି ଟୁର୍ନାମେଣ୍ଟରେ ଭାରତର ୧୯ ବର୍ଷୀୟ ଅର୍ଜୁନ ଆରିଗାସିଙ୍କଠାରୁ ପରାସ୍ତ ହୋଇଥିଲେ। ଗୁକେଶ ୧୬ ବର୍ଷ, ଚାରି ମାସ ୨୦ ଦିନ ବୟସରେ କାର୍ଲସେନଙ୍କୁ ପରାସ୍ତ କରିଛନ୍ତି। ଏହାପୂର୍ବରୁ ଏହି ରେକର୍ଡ ଭାରତର ଆର ପ୍ରଗନାନନ୍ଦାଙ୍କ ନାମରେ ଥିଲା। ସେ ଚଳିତ ବର୍ଷ ଫେବୃଆରୀରେ ଏୟାରଟିଙ୍ଗସ ମାଷ୍ଟର୍ସରେ ୧୬ ବର୍ଷ, ଛଅ ମାସ ୧୦ ଦିନ ବୟସରେ ବିଶ୍ୱରର ଏକ ନମ୍ବର କାର୍ଲସେନଙ୍କୁ ପରାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତର ରବି ବିଷ୍ଣୋଇ ଏକ ନମ୍ବର ଟି୨୦ ବୋଲର, ସୂର୍ଯ୍ୟଙ୍କ ଚମକ କାଏମ

ନୂଆଦିଲ୍ଲୀ,୬।୧୧: ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ସିରିଜରେ ଭାରତ ଜବରଦସ୍ତ ପ୍ରଦର୍ଶନ କରି ସିରିଜ ହାତେଇଛି। ସୂର୍ଯ୍ୟକୁମାରଙ୍କ ନେତୃତ୍ୱରେ ଭାରତ ୪-୧ରେ ଏହି ସିରିଜ ଜିତିଛି। ତେବେ...

ଟେଷ୍ଟ କ୍ରିକେଟ୍‌ରେ ପ୍ରଥମଥର ପାଇଁ ଏମିତି ଢଙ୍ଗରେ ଆଉଟ୍‌ ହେଲେ ବାଂଲାଦେଶ କ୍ରିକେଟର୍‌: ଦେଖନ୍ତୁ ଭିଡିଓ

ଢାକା,୬।୧୧:ବାଂଲାଦେଶର ରାଜଧାନୀ ଢାକାସ୍ଥିତ ଶେର-ଇ-ବଙ୍ଗଳା ଜାତୀୟ ଷ୍ଟାଡିୟମରେ ଆୟୋଜକ ବାଂଲାଦେଶ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଚାଲିଛି। ଦ୍ୱିତୀୟ ଟେଷ୍ଟ ମ୍ୟାଚର ପ୍ରଥମ...

ସଚିନ-କୋହଲିଙ୍କୁ ମିଳିଲା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ

ନୂଆଦିଲ୍ଲୀ,୬।୧୨: ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ କ୍ରିକେଟର୍‌ ସଚିନ ତେନ୍ଦୁଲକର ଏବଂ ବିରାଟ କୋହଲିଙ୍କୁ ନିମନ୍ତ୍ରଣ  ପଠାଯାଇଛି।  ପ୍ରଥମ ଥର ପାଇଁ କ୍ରିକେଟ...

ପାଣ୍ଡ୍ୟାଙ୍କ ମଜା ଉଡାଇଲେ ଅଜୟ ଜାଡେଜା: କହିଲେ- ସେ ଜଣେ ଭଲ ଖେଳାଳି ହେଲେ…

ନୂଆଦିଲ୍ଲୀ,୬।୧୨: ନିକଟରେ ଗୁଜରାଟ ଟାଇଟନ୍ସରୁ ମୁମ୍ବାଇ ଇଣ୍ଡିଆନ୍ସକୁ ପ୍ରତ୍ୟାବର୍ତ୍ତନ କରିଥିବା ହାର୍ଦ୍ଦିକ ପାଣ୍ଡ୍ୟା ଲଗାତାର ଭାବେ ଚର୍ଚ୍ଚାରେ ରହୁଛନ୍ତି। ତାଙ୍କ ଅଧିନାୟକତ୍ୱରେ ଦୁଇ ବର୍ଷ ଧରି...

ମୁଁ କୋହଲିଙ୍କୁ ଅଧିନାୟିକତ୍ୱ ପଦରୁ ହଟାଇନାହିଁ: ସୌରଭ ଗାଙ୍ଗୁଲି

ନୂଆଦିଲ୍ଲୀ,୬।୧୨:ଟି-୨୦ ବିଶ୍ୱକପ ୨୦୨୧ର ସମୟ ଭାରତୀୟ କ୍ରିକେଟ ପାଇଁ ବହୁତ ଖରାପ ଥିଲା। କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ର ତତ୍କାଳୀନ ସଭାପତି ସୌରଭ...

ଡିସେମ୍ବର ୬ରେ ଏସବୁ ୫ ମହାନ ଭାରତୀୟ କ୍ରିକେଟରଙ୍କ ଜନ୍ମଦିନ, ୩ ଖେଳିଛନ୍ତି ୨୦୨୩ ବିଶ୍ବକପ…

କୋଲକାତା,୬।୧୨: ଡିସେମ୍ବର୬ରେ ଭାରତୀୟ କ୍ରିକେଟ ପାଇଁ ଏକ ବିଶେଷ ଦିନ। ଜଣେ କିମ୍ବା ଦୁଇଜଣ ନୁହେଁ ଏହି ଦିନ ୫ ଜଣ କ୍ରିକେଟର ଜନ୍ମ ହୋଇଛନ୍ତି।...

ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍‌ ପୂର୍ବରୁ ଭାରତର ଚିନ୍ତା ବଢିଲା

ନୂଆଦିଲ୍ଲୀ,୬।୧୨: ଡିସେମ୍ବର ୧୦ରୁ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବ। ଦ୍ରୁତ ବୋଲର ଦୀପକ ଚହର ଟି-୨୦...

କୋହଲି କି ରୋହିତ ନୁହେଁ, ଏହି ଭାରତୀୟ ଭାଙ୍ଗିପାରନ୍ତି ମୋ ରେକର୍ଡ: ବ୍ରାଏନ ଲାରା

ନୂଆଦିଲ୍ଲୀ,୬।୧୨:କ୍ରିକେଟରେ ଏମିତି କିଛି ରେକର୍ଡ ଅଛି, ଯାହା ଭାଙ୍ଗିବା ପ୍ରାୟ ଅସମ୍ଭବ। ଏଥିମଧ୍ୟରେ ସଚିନ ତେନ୍ଦୁଲକରଙ୍କ ୧୦୦ଟି ଅନ୍ତର୍ଜାତୀୟ ଶତକର  ରେକର୍ଡ, ମୁଥିୟା ମୁରଲୀଧରନଙ୍କ ୮୦୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri