ଇନଭର୍ଟ ମାଇସିନ୍‌ ଦ୍ୱାରା ୨ ଦିନରେ ସଂକ୍ରମିତ ହେବେ କରୋନା ମୁକ୍ତ

ଓ୍ବାଶିଂଟନ/ମେଲବୋର୍ନ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏହି ମହାମାରୀକୁ କିଭଳି ରୋକା ଯିବ ସେ ନେଇ ବୈଜ୍ଞାନିକମାନେ ଉଦ୍ୟମ ଜାରି ରଖିଛନ୍ତି। ନିକଟରେ ଆମେରିକା ନର୍ଥଶୟାର ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି ଯେ, ଆଣ୍ଟି ପାରାସାଇଟ୍‌ ଔଷଧ ଇନଭର୍ଟ ମାଇସିନ୍‌ର ବ୍ୟବହାର ଦ୍ୱାରା ମାତ୍ର ୨ ଦିନରେ କରୋନା ସଂକ୍ରମିତ ଭଲ ହୋଇଯିବେ। ବିଶ୍ୱବିଦ୍ୟାଳୟର ହେଲଥ୍‌ ସିଷ୍ଟମ୍‌ ବିଭାଗର ସଂକ୍ରାମକ ରୋଗ ବିଶେଷଜ୍ଞ ପ୍ରଫେସର ଡ. ନୀରଜ ଶାହା କହିଛନ୍ତି। ଏହି ଔଷଧ ସହଜରେ ପୃଥିବୀବ୍ୟାପୀ ଉପଲବ୍ଧ ହେଉଥିବାବେଳେ ଏହାର ଉପଯୋଗ ସହଜରେ କରାଯାଇ ପାରିବ ବୋଲି ସେ କହିଛନ୍ତି। ସେହିପରି ଅଷ୍ଟ୍ରେଲିଆ ମେଲବୋର୍ନର ମୋନାସା ବାୟୋମେଡ଼ିସିନ୍‌ ଡିସକଭରି ଇନଷ୍ଟିଚ୍ୟୁଟ୍‌ର ଡ. କାଇଲି ଓ୍ବାଙ୍ଗ୍‌ଷ୍ଟାଫ୍‌ କହିଛନ୍ତି ଯେ, ଇନଭର୍ଟ ମାଇସିନ୍‌କୁ ଗୋଟିଏ ଥର ସେବନ କରିବା ଦ୍ୱାରା କରୋନା ଭୂତାଣୁର ଆର୍‌ଏନ୍‌ଏ ୨୪ରୁ ୪୮ ଘଣ୍ଟା ମଧ୍ୟରେ ନଷ୍ଟ ହୋଇଯାଇଥାଏ। ଫ୍ଲୋରିଡ଼ାର ବ୍ରୋବାର୍ଡ ହେଲଥ୍‌ ମେଡିକାଲ ସେଣ୍ଟରର ଡ.ଜ୍ୟାକ୍ସ୍‌ ରେଜ୍ଟର କହିଛନ୍ତି ଯେ, ଇନଭର୍ଟ ମାଇସିନ୍‌ ଦ୍ୱାରା କରୋନା ସଂକ୍ରମିତଙ୍କକ ଚିକିତ୍ସା ଜାରି ରହିଛି। ଏହାର ଉପଯୋଗ ବେଶ୍‌ ସଫଳ ମଧ୍ୟ ରହିଥିବା ସେ କହିଛନ୍ତି। ସେହିପରି ଅଟାଓ୍ବା ବିଶ୍ୱବିଦ୍ୟାଳୟର ଡ. ଅମିତ ପଟେଲ କହିଛନ୍ତି ଯେ, ଭେଣ୍ଟିଲେଟରରେ ଥିବା କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଇନଭର୍ଟ ମାଇସିନ୍‌ ଭଲ ଭାବେ କାର୍ଯ୍ୟ କରୁଛି। ୧୯୭୦-୮୦ରୁ ଇନଭର୍ଟ ମାଇସିନ୍‌ ଅତ୍ୟାବଶ୍ୟକ ଔଷଧ ତାଲିକାରେ ସାମିଲ୍‌ ହୋଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ମଧ୍ୟ ଏହାକୁ ସ୍ବୀକୃତି ଦେଇଛି। ତେବେ ଆମେରିକାର ଫୁଡ୍‌ ଆଣ୍ଡ ଡ୍ରଗ୍‌ ଆଡମିନିଷ୍ଟ୍ରେଶନ୍‌ ପକ୍ଷରୁ କୁହାଯାଇଛି ଯେ, ଇନଭର୍ଟ ମାଇସିନ୍‌ ଉପରେ ଅଧିକ ପରୀକ୍ଷା ନିରୀକ୍ଷାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri