ପିପିଲି,୨୪ା୩(ସ୍ବ.ପ୍ର)- କରୋନା ସଂକ୍ରମଣ ରୋକିବା ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଜିଲାର ସମସ୍ତ ହାଟ, ମେଳଣ, ବାହାଘର, ସଭାକୁ ରୋକ ଲାଗିଥିବା ବେଳେ ପିପିଲି ହାଟକୁ ପ୍ରଶାସନ ବନ୍ଦ କରିଛନ୍ତିି। ହାଟର ବ୍ୟବସାୟୀ ଓ ଖାଉଟିଙ୍କ ସୁବିଧା ପାଇଁ ପିପିଲି ହାଟକୁ ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ସ୍ଥାନୀୟ ଇନ୍ଦିରା ମଇଦାନ(ପଦା ପଡିଆ)କୁ ଅସ୍ଥାୟୀ ଭାବେ ସ୍ଥାନାନ୍ତର କରିଦିଆଯାଇଛି। ଏ ନେଇ ସୋମବାର ପିପିଲି ଥାନା ଅଧିକାରୀଙ୍କ ପ୍ରକୋଷ୍ଠରେ ପିପିଲି ହାଟର ବ୍ୟବସାୟୀ ପ୍ରତିନିଧି ଓ ପିପିଲି ପ୍ରଶାସନିକ ଅଧିକାରୀଙ୍କ ମିଳିତରେ ଏକ ଗୁରୁତ୍ୱପୁର୍ଣ୍ଣ ବୈଠକ ବସିଥିଲା। ଏଥିରେ ପିପିଲି ତହସିଲଦାର ସପନ କୁମାର ନନ୍ଦ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନୀଳକଣ୍ଠ ବେହେରା, ପିପିଲି ଥାନା ଆଇଆଇସି ଗୈାରାଙ୍ଗ ଚରଣ ପୃଷ୍ଟି, ସମିତି ସଭ୍ୟ ଧରଣୀ ଧର ସାହୁ, ସେକ୍ ବାବୁ ଏବଂ ହାଟ ବ୍ୟବସାୟୀ ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ। ଆଲୋଚନାରେ ସାମାଜିକ ଦୂରତ୍ୱ ରଖିବା ସହ ବ୍ଲିଚିଙ୍ଗ ଓ ସାନିଟାଇଜର ବ୍ୟବସ୍ଥା ରହିବ। ଏକ ୫ଜଣିଆ ଟିମ ଏହି ଅସ୍ଥାୟୀ ହାଟର ତଦାରଖ କରିବେ ବୋଲି ନିଷ୍ପତ୍ତି ହୋଇଛି।
Posted inଆମ ଜିଲା ଖବର, ପୁରୀ View All
କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….
ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…
ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ
ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ…
କେସିଙ୍ଗା ଅଞ୍ଚଳରେ ବୃଦ୍ଧି ପାଉଛି ମଦ ବ୍ୟବସାୟ: ଯୁବପିଢି ନିଶାରେ ଆଶକ୍ତ
କେସିଙ୍ଗା,୨୫।୭:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା, କାଣ୍ଡେଲ, ବୋରିଆ, ନୁନ ମାଠ, ତୁର୍ଳାଖମାନ, ତୁଣ୍ଡଳା, ବେଲଖଣ୍ଡି, ଗୋକୁଳେଶ୍ୱର, ଅଧମୁଣ୍ଡା, ଆଦି ଗ୍ରାମପଞ୍ଚାୟତ ଅଞ୍ଚଳରେ ଦେଶୀ,…
ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୩ ମୃତ
ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ…
ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍ଫର୍ମର
ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…
ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ
ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍ ଚାଷକାର୍ଯ୍ୟ ଜୋରସୋର୍ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ…
ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ
ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…
ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା
ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…
Archives

