ଇନ୍ଦ୍ରାବତୀ ଜଳଭଣ୍ଡାର ମଝିରେ ଡଙ୍ଗା ଅଚଳ: ଅଳ୍ପକେ ବର୍ତ୍ତିଲେ ୧୫ ଯାତ୍ରୀ

କଲମପୁର/ଭବାନୀପାଟଣା,୧୪।୮(ଡି.ଏନ.ଏ.)କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କଣାସୁକୁଲି ଡଙ୍ଗାଘାଟରୁ ୧୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଯାନ୍ତ୍ରିକ ତ୍ରୁଟି ଯୋଗୁ ଇନ୍ଦ୍ରାବତୀ ଜଳଭଣ୍ଡାର ମଝିରେ ଫସି ରହିଥିଲେ। ଡଙ୍ଗା ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଯାତ୍ରୀମାନେ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ଖବର ଅନୁସାରେ, ମଙ୍ଗଳବାର ମାଳିଗାଁ ପଞ୍ଚାୟତ କଣାସୁକୁଲି ଡଙ୍ଗାଘାଟରୁ ତଲନାପି ପଞ୍ଚାୟତ ଲୁଟୁକୁଲି ଘାଟ ଅଭିମୁଖେ ଯାଉଥିବା ଡଙ୍ଗାରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା। ଡଙ୍ଗା ଇନ୍ଦ୍ରାବତୀ ଜଳଭଣ୍ଡାର ମଝିରେ ଅଚଳ ହୋଇପଡିଥିଲା। ଫଳରେ ଦୀର୍ଘ ୨ ଘଣ୍ଟା ଧରି ୧୫ ଜଣ ଯାତ୍ରୀ ଫସି ରହିଥିଲେ। ଚତୁଃପାର୍ଶ୍ୱରେ ଜଳପୂର୍ଣ୍ଣ ହୋଇଥିବାରୁ ସମସ୍ତେ ନିରୁପାୟ ହୋଇଯାଇଥିବା ବେଳେ ଡଙ୍ଗା ଚାଳକ ଜୟ ଗଉଡ ଉପସ୍ଥିତ ବୁଦ୍ଧି ଓ ସାହାସିକତା ଦେଖାଇଥିଲେ। ସେ କୌଶଳକ୍ରମେ ଡଙ୍ଗାକୁ ଏକ ଟାପୁକୁ ନେଇଯାଇଥିଲେ। ଏହି ସମୟରେ ପାଖାପାଖି ୫ କି.ମି. ଦୂରରେ ଯାଉଥିବା ଏକ ଡଙ୍ଗାକୁ ଦେଖି ଡଙ୍ଗା ଚାଳକ ଜୟ ଗଉଡ ସଙ୍କେତ ଦେଇଥିଲେ। ଉକ୍ତ ଡଙ୍ଗା ସେଠାରେ ପହଞ୍ଚତ୍ବା ପରେ ସେହି ଡଙ୍ଗା ସାହାଯ୍ୟରେ ଯାତ୍ରୀମାନଙ୍କ ସହିତ ଫସି ରହିଥିବା ଡଙ୍ଗାକୁ କୂଳକୁ ନେଇ ଆସିଥିଲେ। ଡଙ୍ଗାରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଭାବେ ପହଞ୍ଚତ୍ଥିବା ଜଣାପଡିଛି। ଡଙ୍ଗାରେ ଗୋପୀନାଥପୁର ପଞ୍ଚାୟତ ଓ ମାଲିଗାଁ ପଞ୍ଚାୟତର ୪ ଜଣ ମହିଳାଙ୍କ ସମେତ ୧୧ ଜଣ ପୁରୁଷ ରହିଥିଲେ। ସେମାନେ ବିଭିନ୍ନ କାର୍ଯ୍ୟରେ ନବରଙ୍ଗପୁର ଓ ଖାତିଗୁଡାକୁ ଯାଉଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri