ଜୁନାଗଡ,୨୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମୁଣ୍ଡରାଗୁଡା ପଞ୍ଚାୟତ ପଣ୍ଡରାପଲାରେ ବୁଧବାର ମଧ୍ୟାହ୍ନରେ ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ ସୃଷ୍ଟି ହୋଇଛି। ଏଥିଯୋଗୁ ଶତାଧିକ ଏକର ଚାଷ ଜମି ଜଳମଗ୍ନ ହୋଇଛି ା ଫଳରେ ଧାନ ଫସଲ ନଷ୍ଟ ହେବା ଆଶଙ୍କା ରହିଛି।
ମିଳିଥିବା ସୂଚନା ଅନୁଯାୟୀ, ଜୁନାଗଡ଼ ବ୍ଲକ ପଣ୍ଡରାପଲାଠାରେ ଦୁର୍ବଳ ହିଡ଼ (ବନ୍ଦ) ଯୋଗୁ ବୁଧବାର ମଧ୍ୟାହ୍ନରେ ହଠାତ୍ ଦକ୍ଷିଣ ମୁଖ୍ୟ କେନାଲରେ ପ୍ରାୟ ୧୦ରୁ ୧୫ ଫୁଟର ଘାଇ ସୃଷ୍ଟି ହୋଇଥିଲା। ସେହି ଘାଇ ଦେଇ କେନାଲ ପାଣି ନିକଟସ୍ଥ ଚାଷ ଜମିକୁ ମାଡ଼ି ଯିବାରୁ ଶତାଧିକ ଏକର ଚାଷ ଜମି ଜଳମଗ୍ନ ହୋଇଛି। ଫଳରେ ସେଠାରେ ରୁଆ ହୋଇଥିବା ଧାନ ଫସଲ ନଷ୍ଟ ହୋଇଛି ବୋଲି ସ୍ଥାନୀୟ ଚାଷୀମାନେ କହିଛନ୍ତି। ଘାଇ ହେବା ଜାଣିବା ପରେ ବିଭାଗୀୟ କର୍ତ୍ତୃପକ୍ଷ ମଙ୍ଗଲପୁର ବ୍ୟାରେଜର ଦକ୍ଷିଣ ମୁଖ୍ୟ କେନାଲର ଏଚ୍ଆର ଗେଟ୍କୁ ବନ୍ଦ କରି ଦେଇଛନ୍ତି। ସେହିପରି କେନାଲ ଉପର ମୁଣ୍ଡରେ ଥିବା ୫ଟି ଏସ୍କେବି ଗେଟ୍କୁ ଖୋଲାଯାଇଥିବାରୁ ରାତି ସୁଦ୍ଧା ଜଳସ୍ରୋତ କମିବ ବୋଲି ଜଣାପଡିଛି। ଏଥିଯୋଗୁ ପଣ୍ଡରାପାଲି ଗ୍ରାମର ମେଦୁ ମାଝି, ପ୍ରଶାନ୍ତ ମାଝି, ନବୀନ ମାଝି, ସନ୍ଥ ମାଝି, ପ୍ରଭାକର ମାଝି, ସୁମନ୍ତ ପଟେଲ, ଚକ୍ର ନାଏକ, ନେତ୍ର ମାଝି ପ୍ରମୁଖ ଚାଷୀଙ୍କ ଧାନ ଫସଲ ନଷ୍ଟ ହୋଇଥିବା ଅଭିଯୋଗ କରିଛନ୍ତି। ତୁରନ୍ତ କ୍ଷତିଗ୍ରସ୍ତ ଚାଷୀଙ୍କୁ ଚିହ୍ନଟ କରି ସହାୟତା ଯୋଗାଇ ଦେବାକୁ ଦାବି ହେଉଛି।
ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ; ଶତାଧିକ ଏକର ଚାଷ ଜମି ଜଳମଗ୍ନ
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

