ଇନ୍‌ଫୋସିଟି, ଇନ୍‌ଫୋଭ୍ୟାଲି,ଏସ୍‌ଟିପିଆଇ ଅଞ୍ଚଳରେ ସୁରକ୍ଷାକୁ ଗୁରୁତ୍ୱ

ଭୁବନେଶ୍ୱର,୭।୯(ବ୍ୟୁରୋ): ଆଇଟି ପାର୍କ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ସହ ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ନିଯୁକ୍ତି ସୁଯୋଗ ସମ୍ପର୍କିତ ଏକ ସମୀକ୍ଷା ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା।
ବୈଠକରେ ଇନ୍‌ଫୋଭ୍ୟାଲି, ଇନ୍‌ଫୋସିଟି ଏବଂ ଏସ୍‌ଟିପିଆଇ(ଗୋଠପାଟଣା) ଅଞ୍ଚଳର ସୁରକ୍ଷା ବ୍ୟବସ୍ଥା, ନିୟମିତ ପାଟ୍ରୋଲିଂ, ନିଶାଖୋର ଏବଂ ମଦ୍ୟପ ଗୋଷ୍ଠୀଙ୍କ ଉପରେ କଡ଼ା ନଜର ସହ ରାସ୍ତାଘାଟର ଉନ୍ନତିକରଣ, କ୍ୟାମ୍ପସ୍‌ର ସୌନ୍ଦର୍ଯ୍ୟକରଣ, ପାଚେରୀ ନିର୍ମାଣ, ଷ୍ଟ୍ରିଟ୍‌ଲାଇଟ୍‌ ମରାମତି, ଆଇଟି କମ୍ପାନୀଗୁଡ଼ିକୁ ଅଗ୍ନିନିରାପତ୍ତା ଏବଂ ବୃତ୍ତିଗତ ପ୍ରମାଣପତ୍ର ପ୍ରଦାନ ସହ ଭିତ୍ତିଭୂମିର ଉନ୍ନତିକରଣ ଉପରେ ଗୁରୁତ୍ୱ ଦିଆଯାଇଥିଲା। ସର୍ବୋପରି ଆଇଟି କ୍ଷେତ୍ରରେ ଅଧିକ ନିଯୁକ୍ତି ପାଇଁ ସୁଯୋଗ ସୃଷ୍ଟି କରିବା ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୯ରୁ ଆବେଦନ, ୩ରେ ମେରିଟ୍‌ ଲିଷ୍ଟ

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ରାଜ୍ୟର ସବୁ ଡିଗ୍ରୀ କଲେଜରେ ଯୁକ୍ତ୩ ପ୍ରଥମ ବର୍ଷ ତୃତୀୟ ପର୍ଯ୍ୟାୟ ନାମଲେଖା ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୯...

୮୦ ପଞ୍ଚାୟତରେ ନାହିଁ ବ୍ୟାଙ୍କ ସେବା

ମାଲକାନଗିରି ଜିଲାର ୮୦ଟି ପଞ୍ଚାୟତରେ ବ୍ୟାଙ୍କ ବ୍ୟବସ୍ଥା ଓ ଟେଲିଫୋନ ସେବା ନାହିଁ। ଫଳରେ ସମ୍ପୃକ୍ତ ଅଞ୍ଚଳର ଲୋକମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜିଲାରେ...

ସହର ଭିତରେ ଫ୍ଲାଏ ଆଶ୍‌ ଇଟା କାରଖାନା

ଯାଜପୁର ସଦର,୨୬।୨(ଡି.ଏନ.ଏ.): ଯାଜପୁର ତହସିଲ ଅନ୍ତର୍ଗତ ଯାଜପୁର ସହର ଭିତରେ ଏକ ଫ୍ଲାଏ ଆଶ୍‌ ଇଟା କାରଖାନା ଚାଲିଛି। ଏହି କାରଖାନାରେ ନମ୍ବର ବିହୀନ ଗାଡ଼ିଗୁଡ଼ିକୁ...

ଯନ୍ତାରେ ପଡ଼ିଲା ଉତ୍ପାତ କରୁଥିବା ହନୁ

ବାରଙ୍ଗ,୪ା୭(ଡି.ଏନ୍‌.ଏ.): ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ ଅନ୍ଧାରୁଆ ଜଗନ୍ନାଥପ୍ରସାଦ ଗ୍ରାମରେ ଗତ ୨ମାସ ହେବ ଉତ୍ପାତ ସୃଷ୍ଟିକରୁଥିବା ଏକ ଲାଞ୍ଜଖଣ୍ଡି ହନୁମାଙ୍କଡ ବୁଧବାର ଧରାପଡିଛି। ବିସ୍କୁଟ ଖାଇବାକୁ...

ଅବପାତ ପରେ ସମସ୍ତ ବନ୍ଦରକୁ ୩ ନମ୍ବର ବିପଦ ସଂକେତ ଜାରି

ଭୁବନେଶ୍ୱର,୯।୮ (ବ୍ୟୁରୋ): ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଭୁବନେଶ୍ୱରଠାରୁ ଉତ୍ତର ଉତ୍ତରପଶ୍ଚିମ ଦିଗରେ ଏହି ଅବପାତ କେନ୍ଦ୍ରୀଭୂତ ହୋଇଛି। ଅବପାତ ପ୍ରଭାବରେ...

ମଦ ଦୋକାନ ବନ୍ଦ ଦାବିରେ ମହିଳାଙ୍କ ରାସ୍ତାରୋକୋ

ପୁରୁଷୋତ୍ତମପୁର(ଡି.ଏନ୍‌ଏ.)/ କବିସୂର୍ଯ୍ୟନଗର,୧୯ା୧୧- ପୁରୁଷୋତ୍ତମପୁର ବ୍ଲକ ତଥା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ବଡ ଖରିଡା ପଞ୍ଚାୟତ ବାଣନଈ ଗ୍ରାମ ନିକଟରେ ଥିବା ଦେଶୀ ମଦ ଦୋକାନକୁ ସମ୍ପୂର୍ଣ୍ଣ...

‘ନବ ଦାସ ହତ୍ୟାକାଣ୍ଡ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାର ବଳିଷ୍ଠ ଉଦାହରଣ’

ଭୁବନେଶ୍ବର,୨୦ା୨(ବ୍ୟୁରୋ): ରାଜ୍ୟର ପ୍ରଭାବଶାଳୀ ମନ୍ତ୍ରୀ ନବ ଦାସଙ୍କୁ ସୁରକ୍ଷା ଦାୟିତ୍ୱରେ ଥିବା ଜଣେ କାର୍ଯ୍ୟରତ ପୋଲିସ ଅଧିକାରୀ ଦିନ ଦ୍ୱିପ୍ରହରରେ ଗୁଳିକରି ହତ୍ୟା କଲେ। ରାଜ୍ୟ...

ଗୋପାଳଙ୍କ ରିମାଣ୍ଡ ଅବଧି ବଢ଼ିଲା

ଝାରସୁଗୁଡ଼ା ଅଫିସ,୪ା୨: ଦିବଂଗତ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାକାରୀ ଏଏସ୍‌ଆଇ ଗୋପାଳ କୃଷ୍ଣ ଦାସଙ୍କ ରିମାଣ୍ଡ ଅବଧି ବଢ଼ିଛି। ପୂର୍ବରୁ ୪ ଦିନିଆ ରିମାଣ୍ଡରେ...

Advertisement
Archives

Model This Week