ଇନ୍‌ଫୋସିଟି, ଇନ୍‌ଫୋଭ୍ୟାଲି,ଏସ୍‌ଟିପିଆଇ ଅଞ୍ଚଳରେ ସୁରକ୍ଷାକୁ ଆଇଟି ମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର, ୮।୯(ବ୍ୟୁରୋ): ଆଇଟି ପାର୍କ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ସହ ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ନିଯୁକ୍ତି ସୁଯୋଗ ସମ୍ପର୍କିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଇଲେକ୍‌ଟ୍ରୋନିକ୍ସ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଇନ୍‌ଫୋଭ୍ୟାଲି, ଇନ୍‌ଫୋସିଟି ଏବଂ ଏସ୍‌ଟିପିଆଇ (ଗୋଠପାଟଣା) ଅଞ୍ଚଳର ସୁରକ୍ଷା ବ୍ୟବସ୍ଥା, ନିୟମିତ ପାଟ୍ରୋଲିଂ, ନିଶାଖୋର ଏବଂ ମଦ୍ୟପ ଗୋଷ୍ଠୀଙ୍କ ଉପରେ କଡ଼ା ନଜର ସହ ରାସ୍ତାଘାଟର
ଉନ୍ନତୀକରଣ, କ୍ୟାମ୍ପସ୍‌ର ସୌନ୍ଦର୍ଯ୍ୟକରଣ, ପାଚେରି ନିର୍ମାଣ, ଷ୍ଟ୍ରିଟ୍‌ଲାଇଟ୍‌ ମରାମତି, ଆଇଟି କମ୍ପାନୀଗୁଡ଼ିକୁ ଅଗ୍ନି ନିରାପତ୍ତା ଏବଂ ବୃତ୍ତିଗତ ପ୍ରମାଣପତ୍ର ପ୍ରଦାନ ସହ ଭିତ୍ତିଭୂମିର ଉନ୍ନତୀକରଣ ଉପରେ ଗୁରୁତ୍ୱ ଦିଆଯାଇଥିଲା। ସର୍ବୋପରି ଆଇଟି କ୍ଷେତ୍ରରେ ଅଧିକ ନିଯୁକ୍ତି ପାଇଁ ସୁଯୋଗ ସୃଷ୍ଟି କରିବା ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ବୈଠକରେ ଇଡ୍‌କୋ ସିଏମ୍‌ଡି ସଞ୍ଜୟ କୁମାର ସିଂ ଯୋଗଦେଇ ଉକ୍ତ ଅଞ୍ଚଳରେ ରାସ୍ତାଘାଟର ଉନ୍ନତୀକରଣ, କ୍ୟାମ୍ପସର ସୌନ୍ଦର୍ଯ୍ୟକରଣ, ଫନୀ ବାତ୍ୟାରେ ନଷ୍ଟ ହୋଇଥିବା କ୍ୟାମ୍ପସ୍‌ ପାଚେରି ନିର୍ମାଣ ସହ ଆବଶ୍ୟକ ସମସ୍ତ କାର୍ଯ୍ୟ ଖୁବ୍‌ଶୀଘ୍ର ଶେଷ ହେବ ବୋଲି କହିଥିଲେ । ଡିସିପି ଅନୁପ ସାହୁ ଉପସ୍ଥିତ ରହି ଏହିସବୁ ଅଞ୍ଚଳର ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏକ ସ୍ବତନ୍ତ୍ର ଟିମ୍‌ ଗଠନ ସହିତ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ନେଇ ସୂଚନା ଦେଇଥିଲେ । ଏଥିସହିତ ଆଇଟି କମ୍ପାନୀମାନଙ୍କରେ ପ୍ରତ୍ୟକ୍ଷ ଅନୁଧ୍ୟାନ କରାଯାଇ ମାର୍ଗଦର୍ଶିକା ପାଳନ କରିଥିବା କମ୍ପାନୀଗୁଡ଼ିକୁ ଖୁବ୍‌ଶୀଘ୍ର ଅଗ୍ନି ନିରାପତ୍ତା ଏବଂ ବୃତ୍ତିଗତ ପ୍ରମାଣପତ୍ର ପ୍ରଦାନ କରାଯିବ ବୋଲି ଅଧିକାରୀମାନେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

VRS ପାଇଁ ଆବେଦନ କଲେ ଓଡ଼ିଶାର ସିଇଓ ଆର୍.ଏସ୍. ଗୋପାଳନ୍‌: ଜୋର୍‌ ଧରିଲା ଚର୍ଚ୍ଚା…

ଭୁବନେଶ୍ୱର,୧ା୧୦: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (CEO) ଆର୍. ଏସ୍. ଗୋପାଳନ୍‌ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର (VRS) ପାଇଁ ଆବେଦନ କରିଛନ୍ତି। ୨୦୦୧ ବ୍ୟାଚ୍‌ର ଏହି…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?