Posted inଖେଳ

ଇନ୍‌ଷ୍ଟାଗ୍ରାମରେ ଗୋଟିଏ ପୋଷ୍ଟ ପାଇଁ ବିରାଟ କୋହଲି କେତେ ଆୟ କରନ୍ତି ଜାଣନ୍ତି କି?

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ପରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି କ୍ରିକେଟର ଏକ ବିସ୍ମୟ ଭାବେ ଉଭା ହୋଇଛନ୍ତି। ୨୦୦୮ରେ ଅନ୍ତର୍ଜାତୀୟ ଖେଳ ଜୀବନ ଆରମ୍ଭ କରିବା ପରଠାରୁ କୋହଲି ଗୋଟିଏ ପରେ ଗୋଟିଏ କୀର୍ତ୍ତିମାନ ହାସଲ କରି ଚାଲିଛନ୍ତି। କେବଳ ବିଜ୍ଞାପନ ନୁହେଁ, ସୋସିଆଲ୍‌ ମିଡିଆରେ ମଧ୍ୟ ସେ ବେଶ୍‌ ସକ୍ରିୟ। ଇନଷ୍ଟାଗ୍ରାମରେ ତାଙ୍କର ୩୨.୨ ମିଲିୟନ୍‌ ଅନୁଗାମୀ ଅଛନ୍ତି। ସେ ଇନଷ୍ଟାଗ୍ରାମରେ ଗୋଟିଏ ଫଟୋ ଫଟୋ ପୋଷ୍ଟ କରିବା ପାଇଁ ପାଖାପାଖି ୧ କୋଟି ୩୫ ଲକ୍ଷ ଟଙ୍କା ନେଉଛନ୍ତି। ଇନଷ୍ଟାଗ୍ରାମ ଧନୀ ତାଲିକାରେ କୋହଲି ଜଣେ ଖେଳାଳି ଭାବେ ବିଶ୍ୱର ନବମ ସ୍ଥାନରେ ରହିଛନ୍ତି। ଏହି ତାଲିକାର ପ୍ରଥମ ସ୍ଥାନରେ ରହିଛନ୍ତି ପର୍ତ୍ତୁଗାଲର ମହାନ ଫୁଟବଲ୍‌ ଖେଳାଳି ଖ୍ରୀଷ୍ଟିଆନ୍‌ ରୋନାଲଡୋ। ସେ ପ୍ରତି ପୋଷ୍ଟ ପାଇଁ ୬.୭୫ କୋଟି ଟଙ୍କା ନେଉଛନ୍ତି। ତାଲିକାର ଦ୍ୱିତୀୟ ସ୍ଥାନରେ ଅଛନ୍ତି ଫୁଟବଲ୍‌ ଖେଳାଳି ନେମାର। ସେ ପ୍ରତି ପୋଷ୍ଟ ପାଇଁ ୬.୯ କୋଟି ଟଙ୍କା ନେଉଛନ୍ତି। ତୃତୀୟ ସ୍ଥାନରେ ଅଛନ୍ତି ଫୁଟବଲ ଖେଳାଳି ଲିଓନେଲ ମେସି। ସେ ପ୍ରତି ପୋଷ୍ଟା ପିଛା ୪.୪୭ କୋଟି ଟଙ୍କା ନେଉଛନ୍ତି। ବିରାଟ ଏକମାତ୍ର କ୍ରିକେଟ ଖେଳାଳି ଭାବେ ଏହି ତାଲିକାରେ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?