‘ଇନ୍‌ ମେମୋରି ଅଫ୍‌ ବାପୁ’ ଶ୍ରେଷ୍ଠ ଫିଲ୍ମ

ଭୁବନେଶ୍ୱର,୫ା୩(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ପ୍ରଡକ୍ସନ ହାଉସ୍‌ ‘ସ୍ପର୍ଶ’ ପକ୍ଷରୁ ‘ଇଗ୍‌ନାଇଟ୍‌ ଶର୍ଟ ଫିଲ୍ମ ଫେଷ୍ଟିଭାଲ୍‌-୨୦୨୦’ର ତୃତୀୟ ସଂସ୍କରଣ ବୁଧବାର ନୟାପଲ୍ଲୀସ୍ଥିତ ୟୁସିସିଆଇ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ‘ଗାନ୍ଧୀଙ୍କ ଜୀବନ ଦର୍ଶନ’ ଉପରେ ଆଧାରିତ ଏହି ଫେଷ୍ଟିଭାଲରେ ମହାତ୍ମା ଗାନ୍ଧୀଙ୍କୁ ନେଇ ନିର୍ମିତ ଫିଲ୍ମଗୁଡ଼ିକ ସାମିଲ ହୋଇଥିଲା। ଫିଲ୍ମଗୁଡ଼ିକ ସମାଜକୁ ସଚେତନ କରିବା ସହ ଗାନ୍ଧିଜୀଙ୍କ ଆଦର୍ଶକୁ ଉଜ୍ଜୀବିତ ରଖିବାରେ ସହାୟକ ହେବ ବୋଲି ଅତିଥିମାନେ ମତବ୍ୟକ୍ତ କରିଛନ୍ତି।
ପୁରସ୍କାର ବିତରଣ ସମାରୋହରେ ଅତିଥିଭାବେ ବରିଷ୍ଠ ସାମ୍ବାଦିକ ସମ୍ପଦ ମହାପାତ୍ର, ସନ୍ଦୀପ ସାହୁ ଏବଂ ଜାତୀୟ ପୁରସ୍କାରପ୍ରାପ୍ତ ଫିଲ୍ମନିର୍ମାତା ଅମର୍ତ୍ତ୍ୟ ଭଟ୍ଟାଚାର୍ଯ୍ୟ ପ୍ରମୁଖ ଯୋଗଦେଇଥିଲେ। ଯୁବ ଫିଲ୍ମ ନିର୍ମାତା ଶେଖ୍‌ ଗୁଲ୍‌ଜାର ହୁସେନ୍‌ ‘ଇନ୍‌ ମେମୋରି ଅଫ୍‌ ବାପୁ’ ଫିଲ୍ମ ପାଇଁ ପ୍ରଥମ ପୁରସ୍କାର ଲାଭ କରିବାସହ ୨୦ ହଜାର ଟଙ୍କାର ପୁରସ୍କାର ରାଶି ଗ୍ରହଣ କରିଥିଲେ। ସେହିଭଳି ଅନ୍ୟତମ ଯୁବ ଫିଲ୍ମନିର୍ମାତା ସଂଗ୍ରାମ କେଶରୀ ‘ଗାନ୍ଧୀ ଆଉ ନାହାନ୍ତି’ ଫିଲ୍ମ ପାଇଁ ପ୍ରଥମ ରନର୍ସଅପ୍‌ ଓ ଜ୍ଞାନରଞ୍ଜନ ସାଥୁଆ ‘ସ୍ବଚ୍ଛ ସଙ୍କଳ୍ପ’ ଫିଲ୍ମ ପାଇଁ ଦ୍ୱିତୀୟ ରନର୍ସଅପ୍‌ ପୁରସ୍କାର ପାଇଥିଲେ। ଏହି ଅବସରର ସାମ୍ବାଦିକ ସମ୍ପଦ ମହାପାତ୍ର କହିଥିଲେ, ପରିବେଶ ଓ ସ୍ବାସ୍ଥ୍ୟ ଉପରେ ଚଳଚ୍ଚିତ୍ର ନିର୍ମାଣ କରିବା ସହଜ, ହେଲେ ଅତୀତ ଘଟଣା ଆଧାରିତ ଫିଲ୍ମ କରିବା କଷ୍ଟସାଧ୍ୟ। ୧୦୦ ବର୍ଷ ପୁରୁଣା ଘଟଣା ଉପରେ ଫିଲ୍ମ ନିର୍ମାଣ କରି ଏହି ଯୁବ ନିର୍ମାତାମାନେ ନିଜ ଦକ୍ଷତାର ପରିଚୟ ଦେଇଛନ୍ତି ବୋଲି ସେ କହିଥିଲେ। ପୂର୍ବବର୍ଷ ତୁଳନାରେ ଚଳିତବର୍ଷ ପ୍ରତିଯୋଗୀଙ୍କ ସଂଖ୍ୟା କମ୍‌ ଥିଲା। ହେଲେ ଯେତିକି ବି ଫିଲ୍ମ ଆସିଥିଲା ତାହାମଧ୍ୟରୁ ଶ୍ରେଷ୍ଠ ଫିଲ୍ମ ବାଛିବା ଆମପାଇଁ କଷ୍ଟକର ଥିଲା ବୋଲି ଅମର୍ତ୍ତ୍ୟ ଭଟ୍ଟାଚାର୍ଯ୍ୟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri