‘ଇନ୍‌-ଶା-ଆଲ୍ଲା’ରେ ସଲମାନ୍‌-ଆଲିଆ

ମୁମ୍ବାଇ: ନିର୍ମାଣ ହେବାକୁ ଯାଉଥିବା ଆଗାମୀ ଫିଲ୍ମ ‘ଇନ୍‌-ଶା-ଆଲ୍ଲା’ରେ ଅଭିନୟ କରିବେ ବଲିଉଡ ସୁପରଷ୍ଟାର ସଲମାନ୍‌ ଖାନ୍‌। ତାଙ୍କ ସହ ଆଲିଅ ଭଟ୍ଟଙ୍କ ଯୋଡି ବେଶ୍‌ ଜମିବ ବୋଲି ଫିଲ୍ମ ନିର୍ମାତା ସଞ୍ଜୟ ଲୀଲା ଭଁସାଲି ସୂଚନା ଦେଇଛନ୍ତି। ଉଭୟ ଭଁସାଲିଙ୍କ ପ୍ରଯୋଜନା ସଂସ୍ଥା ଏବଂ ସଲମାନ୍‌ ଉକ୍ତ ଫିଲ୍ମ ନିର୍ମାଣ ପାଇଁ ସହମତି ପ୍ରକାଶ କରିବା ପରେ ଏଥିସହ ଜଡିତ ଏକ ନିର୍ଭରଯୋଗ୍ୟ ସୂତ୍ରରୁ ଏହି ସୂଚନା ମିଳିଛି। ଏହି ଫିଲ୍ମ ୨୦୨୦ ଇଦ୍‌ରେ ରିଲିଜ ହେବାର ସମ୍ଭାବନା ଅଛି। ୧୯୯୬ରେ ଭଁସାଲିଙ୍କ ପ୍ରଥମ ନିର୍ଦ୍ଦେଶନାରେ ନିର୍ମିତ ସିନେମା ‘ଖାମୋସି-ଦି ମ୍ୟୁଜିକାଲ’ରେ ସଲମାନ୍‌ ଅଭିନୟ କରିଥିଲେ। ଦୀର୍ଘ ଦୁଇ ଦଶନ୍ଧି ପରେ ସଲମାନ୍‌ ଓ ଭଁସାଲିଙ୍କ ସହ-ପ୍ରଯୋଜନାରେ ‘ଇନ୍‌-ଶା-ଆଲ୍ଲା’ ନିର୍ମାଣ ହେବାକୁ ଯାଉଛି। ଏଥିରେ ସଲମାନ୍‌ (୫୩) ପ୍ରମୁଖ ଚରିତ୍ରରେ ଅଭିନୟ କରିବା ଆଶା ଅଛି। ସଲମାନ୍‌ ୧୯୯୯ରେ ‘ହମ୍‌ ଦିଲ୍‌ ଦେ ଚୁକେ ସନମ୍‌’ରେ ଐଶ୍ୱର୍ଯ୍ୟା ରାୟ ଏବଂ ଅଜୟ ଦେବଗନ୍‌ଙ୍କ ସହ ଅଭିନୟ କରିଥିଲେ। ସେ ମଧ୍ୟ ଭଁସାଲିଙ୍କ ନିର୍ମିତ ‘ସାଓ୍ବାରିୟା’ରେ ପ୍ରମୁଖ ଭୂମିକା ନେଇଥିଲେ। ଏଥିରେ ରଣବୀର କପୁର ଏବଂ ସୋନମ କପୁର ଅଭିନୟ କରିବାର ସୁଯୋଗ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri