ଇପିଏଫ୍‌ ପେନସନର୍ସଙ୍କ ବିକ୍ଷୋଭ

ବାଲେଶ୍ୱର ଅଫିସ, ୧୨।୨-ଅଲ୍‌ ଓଡ଼ିଶା ଇପିଏଫ୍‌ ପେନସନର୍ସ ଆସୋସିଏଶନ୍‌ ଆହ୍ବାନରେ ବାଲେଶ୍ୱର ଶାଖା ପକ୍ଷରୁ ବିଭିନ୍ନ ସରକାରୀ ଓ ବେସରକାରୀ ସଂସ୍ଥାରେ ଦୀର୍ଘବର୍ଷ କାର୍ଯ୍ୟ କରି ଅବସର ନେବା ପରେ ଇପିଏଫ୍‌ରୁ ପେନ୍‌ସନ ପାଉଥିବା ଶହ ଶହ କର୍ମଚାରୀ ୪ଦଫା ଦାବିରେ ମଙ୍ଗଳବାର ଜିଲାପାଳଙ୍କ ଅଫିସ୍‌ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏକ ପ୍ରତିନିଧି ଦଳ ଜିଲାପାଳଙ୍କ ଜରିଆରେ ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ମାସିକ ସର୍ବନିମ୍ନ ପେନ୍‌ସନ ଏକହଜାର ପରିବର୍ତ୍ତେ ୯ ହଜାର ଟଙ୍କା ପ୍ରଦାନ, ମାସିକ ବେତନ ଅନୁପାତରେ ହାଇକୋର୍ଟଙ୍କ ଆଦେଶ ଅନୁଯାୟୀ ବର୍ଦ୍ଧିତ ପେନସନ୍‌ ପ୍ରଦାନ, ମହଙ୍ଗା ଭତ୍ତା ଓ ସରକାରୀ ସ୍ବାସ୍ଥ୍ୟବୀମା ଯୋଜନାରେ ସେବା ଯୋଗାଇ ଦେବାକୁ ଦାବି କରାଯାଇଛି।
ସହରସ୍ଥିତ ଫକୀରମୋହନ ଗୋଲେଇଠାରୁ ଏକ ଶୋଭାଯାତ୍ରା ସହର ପରିକ୍ରମା କରି ପେନସନରର୍ସମାନେ ଜିଲାପାଳଙ୍କ ଫାଟକ ନିକଟରେ ପହଞ୍ଚତ୍ଥିଲେ। ସମାବେଶରେ ଜିଲା କମିଟି ସଭାପତି ଇଂ. ଅନାଦି ଚରଣ ବେହେରା ଅଧ୍ୟକ୍ଷତା କରିଥିଲେ। ଜିଲା ସମ୍ପାଦକ ବିଷ୍ଣୁପ୍ରସାଦ ମହାନ୍ତି ୪ ଦଫା ଦାବିର ଯଥାର୍ଥତା ସମ୍ପର୍କରେ ବକ୍ତବ୍ୟ ଦେଇଥିଲେ। ବିକ୍ଷୋଭକାରୀଙ୍କ ଦାବିକୁ ସମର୍ଥନ କରି ଏଆଇଟିୟୁସିର ସଭାପତି ଭାଗବତ ପ୍ରତିହାରୀ ଓ ପ୍ରସ୍ତାବିତ ଆନ୍ଦୋଳନକୁ ଦୃଢ଼ ସମର୍ଥନ ଜଣାଇଥିଲେ। ସଙ୍ଗଠନର ଉପଦେଷ୍ଟା ଗୌରାଙ୍ଗ ପାଣିଗ୍ରାହୀଙ୍କ ସମେତ ଇଂ. ଉଜ୍ଜ୍ୱଳ କୁମାର ଚାନ୍ଦ, ଗୌରଚନ୍ଦ୍ର ଦାଶ, ଭବେନ୍ଦ୍ର କର, ମାୟାଧର ନାୟକ ଓ ଇଂ. ସୁଶୀଲ ବାରିକ ପ୍ରମୁଖ ହାଇକୋର୍ଟଙ୍କ ଆଦେଶକୁ କାର୍ଯ୍ୟକାରୀ କରିବାକୁ ନିବେଦନ କରିଥିଲେ। ଆସନ୍ତା ଦିନରେ ରାଜଭବନ ସମ୍ମୁଖ ଓ ସଂସଦ ଭବନ ସମ୍ମୁଖ ସମାବେଶରେ ସମସ୍ତ ପେନସନର୍ସମାନେ ଯୋଗଦେବାକୁ ସମାବେଶରେ ଆହ୍ବାନ ଦିଆଯାଇଛି। ଶୋଭାଯାତ୍ରା ଓ ବିକ୍ଷୋଭରେ ଶ୍ୟାମସୁନ୍ଦର ଜେନା, ସମରେନ୍ଦ୍ର ନାଥ ଦାସ, ଶରତ ଦଳାଇ, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ବଂଶୀଧର ନାୟକ, ନିତ୍ୟାନନ୍ଦ ନଟ ପ୍ରମୁଖ ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri