ଭଞ୍ଜନଗର/ସୋରଡା,୨୬।୪ (ଡି.ଏନ.ଏ.)- ସୋରଡା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ନୀଳମଣି ବିଷୋୟୀ ଇଭିଏମ୍ ମେଶିନ ଭାଙ୍ଗିବା ଅଭିଯୋଗରେ ଗତ ୧୮ ତାରିଖରୁ ସୋରଡା ଜେଲରେ ଅଛନ୍ତି। ଏହି ମାମଲାରେ ନୀଳମଣି ଜାମିନ ପାଇବା ପାଇଁ ଆବେଦନ କରିଥିବାବେଳେ ପୋଲିସ ୨ଜଣଙ୍କ ଏତଲାକୁ ଭିତ୍ତିକରି ଆଉ ୨ ମାମଲା ନୀଳମଣିଙ୍କ ନାମରେ ଯୋଡି ଦେଇଛନ୍ତି। ନୀଳମଣି ଖୁବ୍ଶୀଘ୍ର ଜାମିନରେ ବାହାରିବେ ବୋଲି ତାଙ୍କ ସମର୍ଥକମାନେ ଯେଉଁ ଆଶା ରଖିଥିଲେ ତାହା ୨ ତାରିଖ ପର୍ଯ୍ୟନ୍ତ ଘୁଞ୍ଚତ୍ୟାଇଛି। ଯାହାକୁ ନେଇ ନୀଳମଣିଙ୍କ ସମର୍ଥକମାନେ ନିରାଶ ହୋଇଛନ୍ତି। ଗୁରୁବାର ନୀଳମଣିଙ୍କୁ ଇଭିଏମ୍ ଭଙ୍ଗାରୁଜା ମାମଲାରେ ଜାମିନ ମିଳିବ ବୋଲି ତାଙ୍କ ସମର୍ଥକମାନେ ଆଶା ରଖିଥିଲେ। ଏନେଇ ନୀଳମଣିଙ୍କ ଓକିଲ ସୋରଡା ଏଡିଜେ କ୍ୟାମ୍ପ କୋର୍ଟରେ ଜାମିନ ଆବେଦନ କରିଥିଲେ। କିନ୍ତୁ ସୋରଡା ପୋଲିସ ନିର୍ବାଚନରେ ବ୍ୟସ୍ତ ଥିବା ଯୋଗୁ ଆଜି ସିଡି ଦାଖଲ କରିପାରି ନ ଥିଲା। ଫଳରେ ଆଜି ନୀଳମଣିଙ୍କୁ ଜାମିନ ମିଳିପାରି ନ ଥିଲା। ଏହାର ପରବର୍ତ୍ତୀ ଶୁଣାଣି ୨ରେ ହେବ ବୋଲି ଏଡିଜେ ମହଲତ ସା ତାଙ୍କ ରାୟରେ ନିର୍ଦ୍ଦେଶ ଦେଇଛନ୍ତି। ସୋରଡା କୋର୍ଟରେ ସରକାରଙ୍କ ପକ୍ଷରୁ ଗଞ୍ଜାମ ପିପି ଅଜିତ କୁମାର ପଟ୍ଟନାୟକ ଓ ଭଞ୍ଜନଗର ଅତିରିକ୍ତ ପିପି ଏମ୍. ତାଜ୍ ଆଦେନୀ ମକଦ୍ଦମା ପରିଚାଳନା କରୁଥିଲେ। ଏନେଇ ଆଦେନୀ ଏଠାରେ ସୂଚନା ଦେଇଛନ୍ତି ଯେ, ଆଉ ଏକ ମାମଲାରେ ନୀଳମଣିଙ୍କୁ ଶୁକ୍ରବାର ଭଞ୍ଜନଗର କୋର୍ଟରେ ହାଜର କରାଯିବ। ସେହିଭଳି ସୋରଡା ଜେଏମ୍ଏଫସିଙ୍କ ଅନୁପସ୍ଥିତିରେ ଭଞ୍ଜନଗର ଏସ୍ଡିଜେମ୍ କୋର୍ଟରେ ନୀଳମଣିଙ୍କୁ ଆଉ ଏକ ମାମଲାରେ ଗୁରୁବାର କଡା ସୁରକ୍ଷା ମଧ୍ୟରେ ହାଜର କରାଯାଇଥିଲା। ଏହାପରେ ତାଙ୍କୁ ସୋରଡା ଜେଲ ହାଜତକୁ ପଠାଇ ଦିଆଯାଇଛି। ଅପରପକ୍ଷେ ନୀଳମଣିଙ୍କ ଓକିଲ ଖରାଂଶୁ ଶେଖର ଦାସ ଏଠାରେ କହିଛନ୍ତି ଯେ, ରାଜନୈତିକ ଉଦ୍ଦେଶ୍ୟ ରଖି ନୀଳମଣିଙ୍କୁ ହଇରାଣ କରାଯାଉଛି। ଆଗାମୀ ଦିନରେ ନିଶ୍ଚିତ ନ୍ୟାୟ ମିଳିବ।
ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ
ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…
ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…
ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…
ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…
ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍ ପରୀକ୍ଷା…
ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…
ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…
ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ
ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…
ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର
ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…
ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…
Archives

