ଇମ୍ରାନଙ୍କ ୟୁ-ଟର୍ନ

ଇସଲାମାବାଦ୍‌,୩୦।୩:ପାକିସ୍ତାନ ରାଜନୈତିକ ଅସ୍ଥିରତା ଭିତରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ୟୁ-ଟର୍ନ ନେଇଛନ୍ତି। ବୁଧବାର ସେ ଦେଶକୁ ସମ୍ବୋଧିକ କରିବାର ପୂର୍ବରୁ କାର୍ଯ୍ୟକ୍ରମ ଥିଲା। କିନ୍ତୁ ସେ ପାକିସ୍ତାନ ସେନା ମୁଖ୍ୟ ଜେନେରାଲ କମର ଜାଭେଦ ବାଜୱା ଏବଂ ଆଇଏସଆଇ ମୁଖ୍ୟ ନଦିମ ଅଞ୍ଜୁମଙ୍କ ଭେଟିବା ପରେ ନିଜ ନିଷ୍ପତ୍ତି ବଦଳାଇ ଆଜିର ସମ୍ବୋଧନ କାର୍ଯ୍ୟକ୍ରମକୁ ବାତିଲ କରିଛନ୍ତି। ସେନାଧ୍ୟକ୍ଷ ଓ ଆଇଏସଆଇ ମୁଖ୍ୟଙ୍କ ସହ ବୈଠକ ପରେ ଇମ୍ରାନ ଖାନ ଜାତୀୟ ସୁରକ୍ଷା ପରିଷଦର ମିଟିଂ ଡାକିଛନ୍ତି। ବୈଠକରେ ଇମ୍ରାନ ଅଧ୍ୟକ୍ଷତା କରି କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ ବୋଲି କୁହାଯାଇଛି।

ଅନାସ୍ଥା ପୂର୍ବରୁ ଆଜି ଇମ୍ରାନଙ୍କ ଘନିଷ୍ଠ ତଥା ଗୁରୁତ୍ୱପୂର୍ଣ୍ଣ ସହଯୋଗୀ ଏମକ୍ୟୁଏମ ସରକାରଙ୍କ ହାତ ଛାଡି ଦେଇଛି। ଏହାପରେ ପାକିସ୍ତାନ ସଂସଦରେ ଇମ୍ରାନଙ୍କ ପିଟିଆଇ ଦଳ ସଂଖ୍ୟା ଗରିଷ୍ଠତା ହରାଇଛି। ଗାଦି ବଞ୍ଚାଇବାକୁ ହେଲେ ଇମ୍ରାନଙ୍କୁ ୧୭୨ ଜଣ ସାଂସଦଙ୍କ ସମର୍ଥନ ଦରକାର। ଏବେ କିନ୍ତୁ ପିଟିଆଇ ସରକାରଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି।
ସୂଚନାଯୋଗ୍ୟ, ଅର୍ଥନୀତି ଏବଂ ବୈଦେଶିକ ନୀତିକୁ ଠିକ ଭାବରେ ପରିଚାଳନା କରୁ ନ ଥିବାରୁ ବିରୋଧୀଦଳ ଇମ୍ରାନଙ୍କୁ ବାରମ୍ବାର ଟାର୍ଗେଟ୍‌ କରୁଛନ୍ତି। ସେମାନେ ପିଟିଆଇ ସରକାରକୁ ହଟାଇବାକୁ ଚାହୁଁଛନ୍ତି। ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମ୍‌ଏଲ-ଏନ୍‌) ଏବଂ ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ର ପ୍ରାୟ ୧୦୦ ଏମ୍‌ପି ଚଳିତ ମାସ ୮ରେ ଜାତୀୟ ବିଧାନସଭା ସଚିବାଳୟରେ ଅବିଶ୍ୱାସ ପ୍ରସ୍ତାବର ନୋଟିସ ଦେଇଛନ୍ତି।
ଇମ୍ରାନଙ୍କ ବିରୋଧରେ ସଂସଦରେ ମାର୍ଚ୍ଚ ୨୮ରେ ଅବିଶ୍ୱାସ ପ୍ରସ୍ତାବ ଆଗତ ହୋଇଥିଲା। ମାର୍ଚ୍ଚ ୩୧ରେ ଭୋଟିଂ ହୋଇ ଫଳାଫଳ ଆସିବ। ଅବିଶ୍ୱାସ ପ୍ରସ୍ତାବ ଜିତିବା ପାଇଁ, ସଂସଦର ନିମ୍ନ ଗୃହରେ ସମୁଦାୟ ୩୪୨ ଜଣ ସଦସ୍ୟଙ୍କ ମଧ୍ୟରୁ ୧୭୨ ଜଣ ସଦସ୍ୟଙ୍କ ସମର୍ଥନ ଆବଶ୍ୟକ। ଜାତୀୟ ସଭାରେ ଇମ୍ରାନ ଖାନ ବହୁମତ ରହିଛି। ଏଠାରେ ତାଙ୍କ ପିଟିଆଇର ୧୫୫ ସଦସ୍ୟ ଏବଂ ମିଳିତ ସହଯୋଗୀ ଦଳର ୨୩ ସଦସ୍ୟ ଅଛନ୍ତି। ବିରୋଧୀ ଦଳର ୧୬୩ ସଦସ୍ୟ ଅଛନ୍ତି। ବିରୋଧୀ ଦଳ ଆଶା କରୁଛନ୍ତି ଯେ ଶାସକ ମିଳିତ ମଞ୍ଚର କିଛି ଅସନ୍ତୁଷ୍ଟ ବିଧାୟକ ତାଙ୍କ ସରକାରକୁ ହଟାଇବାରେ ସେମାନଙ୍କୁ ସମର୍ଥନ କରିବେ। ୨୦୧୮ରେ କ୍ରିକେଟରୁ ରାଜନେତା ପାଲଟିଥିବା ଇମ୍ରାନ କ୍ଷମତାକୁ ଆସିଥିଲେ ଏବଂ ପରବର୍ତ୍ତୀ ସାଧାରଣ ନିର୍ବାଚନ ୨୦୨୩ ରେ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri