ଇରାକ୍‌ରେ ଆତଙ୍କବାଦୀଙ୍କ ବଡ଼ ଧରଣର ଆକ୍ରମଣ

ର୍କିକୁକ(ଇରାକ),୫।୯: ତାଲିବାନ୍‌ ଆତଙ୍କବାଦୀ ସଙ୍ଗଠନ ଆଫ୍‌ଗାନିସ୍ତାନ ଦଖଲ ପରେ ବର୍ତ୍ତମାନ ଇରାକ୍‌ରେ ଆତଙ୍କବାଦୀ ଆଇଏସ୍‌ଆଇଏସ୍‌ର ବର୍ବର କାଣ୍ଡ ଦେଖିବାକୁ ମିଳିଛି। ଆଇଏସ୍‌ଆଇଏସ୍‌ ଆତଙ୍କବାଦୀଙ୍କ ଗୁଳିରେ ୧୩ ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନେକ ଲୋକ ଗୁରୁତର ଆହତ ହୋଇଛନ୍ତି। ଉତ୍ତର ଇରାକର କିରଫୁକ ସହରରେ ଏହି କାଣ୍ଡ ଘଟିଛି।

ଇରାକ ପୋଲିସର ଜଣେ ଅଧିକାରୀ କହିଛନ୍ତି, ସହରର ଏକ ଚେକ୍‌ ପଏଣ୍ଟ ନିକଟରେ ଆତଙ୍କବାଦୀମାନେ ଆଖିବୁଜା ଗୁଳି ଫୁଟାଇଥିଲେ। ଫଳରେ ଘଟଣାସ୍ଥଳରେ ପୋଲିସ କର୍ମୀଙ୍କ ମଧ୍ୟରୁ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନେକ ଜନସାଧାରଣ ଏବଂ ପୋଲିସ କର୍ମଚାରୀ ଗୁରୁତର ହୋଇଛନ୍ତି । କିଛିଦିନ ହେଲା ଆଇଏସ୍‌ଆଇଏସ୍‌ ଆତଙ୍କବାଦୀ ଇରାକ୍‌ ସେନା ଓ ପୋଲିସକୁ ଟାର୍ଗେଟ କରୁଛନ୍ତି । ଏହା ଚଳିତ ବର୍ଷ ଆତଙ୍କବାଦୀ ସଂଗଠନର ସବୁଠାରୁ ବଡ ଆକ୍ରମଣ।

ସୂଚନା ଯୋଗ୍ୟ, କାବୁଲ ବିମାନବନ୍ଦର ବାହାରେ ହୋଇଥିବା ବୋମା ବିସ୍ଫୋରଣରେ ଆତଙ୍କବାଦୀ ସଂଗଠନ ଆଇଏସ୍‌ଆଇଏସ୍‌ର ହାତ ଥିବା ସଂଗଠନ ପକ୍ଷରୁ ଦାବି କରାଯାଇଥିଲା। ବିସ୍ଫୋରଣରେ ୧୫୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri