ଇରାନିଆନ ଗ୍ୟାଙ୍ଗ ମାଷ୍ଟରମାଇଣ୍ଡ ସିକନ୍ଦର ଗିରଫ : ୮ ଘଟଣାର ପର୍ଦ୍ଦାଫାଶ, କର୍ନାଟକ ଯିବ ଏକ ଟିମ୍‌

ବ୍ରହ୍ମପୁର ଅଫିସ,୩ା୧୦-ବ୍ରହ୍ମପୁର ପୋଲିସ ମଙ୍ଗଳବାର କର୍ନାଟକ, ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ବିହାର ଓ ପଶ୍ଚିମବଙ୍ଗ ଅଞ୍ଚଳରେ ଲୁଟ୍‌ କରୁଥିବା ଓ ପରେ ଓଡିଶାରେ ଡକାୟତି ଚଳାଇଥିବା ଇରାନିଆନ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ସିକନ୍ଦର ଅଲିିଙ୍କୁ ଗିରଫ କରିଛିି। ମଙ୍ଗଳବାର ରାତିରେ ଗୋଷାଣୀନୂଆଗଁା ପୋଲିସ ଅନ୍ଧପସରା ରୋଡ଼ରେ ଗାଡି ଚେକିଂ କରୁଥିବା ବେଳେ ସିକନ୍ଦରଙ୍କୁ ଧରି ତାଙ୍କ ଗାଡି କାଗଜପତ୍ର ଯାଞ୍ଚ କରିଥିଲା। ପରେ ସେ ଜଣେ ଆନ୍ତଃ ରାଜ୍ୟ ଲୁଟେରା ସହ ଇରାନିଆନ ଗ୍ୟାଙ୍ଗ ମୁଖ୍ୟ ବୋଲି ପୋଲିସ ଜାଣିବାକୁ ପାଇଥିଲା। ସହର ତଥା ପଡୋଶୀ ଆନ୍ଧ୍ରପ୍ରଦେଶରେ ବର୍ଷକ ମଧ୍ୟରେ ପୋଲିସ ପରିଚୟ ଦେଇ ଲୁଟ ହୋଇଥିବା ୮ ଘଟଣାର ବ୍ରହ୍ମପୁର ପୋଲିସ ବୁଧବାର ପର୍ଦ୍ଦାଫାଶ କରିଛି। ଏନେଇ ଗୋଷାଣୀନୂଆଗଁା ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଅତିରିକ୍ତ ଏସ୍‌ପି ପ୍ରଭାତ ରାଉତରାୟ ଏହି ସୂଚନା ଦେଇଛନ୍ତି। ସିକନ୍ଦରଙ୍କ ଘର କର୍ନାଟକର ବିଦର ଜିଲା ଗାନ୍ଧିଗଞ୍ଜ ଥାନା ଅନ୍ତର୍ଗତ ହୁସେନ କଲୋନୀ ବୋଲି ସେ କହିଛନ୍ତି। ମାମଲା ନଂ. ୬୯/୧୯ରେ ସିକନ୍ଦରଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି। ଫେରାର ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ କର୍ନାଟକ ଯିବ ବୋଲି ଅତିରିକ୍ତ ଏସ୍‌ପି ରାଉତରାୟ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri