Posted inଖେଳ

ଇଷ୍ଟ ଜୋନ୍‌ ସ୍ନୁକର: ଶାହାବାଜ ଚାମ୍ପିୟନ

ଭୁବନେଶ୍ୱର,୧୫।୯(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ପଟିଆସ୍ଥିତ ୬ ପକେଟ୍ସଠାରେ ଚାଲିଥିବା ଫାଲ୍‌କନ ଚିଲିକା ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌ ଶନିବାର ଶେଷ ହୋଇଛି। ପଶ୍ଚିମବଙ୍ଗର ଶାହାବାଜ ଆଦିଲ ଖାଁ ଟାଇଟଲ ହାସଲ କରିଛନ୍ତି। ପ୍ରତିଯୋଗିତାର ଦଶମ ଦିବସରେ ଅନୁଷ୍ଠିତ ଫାଇନାଲ ମୁକାବିଲାରେ ସେ ଓଡ଼ିଶାର ସୁବ୍ରତ ଦାସଙ୍କୁ ୬-୪ରେ ହରାଇ ଚାମ୍ପିୟନ ହୋଇଛନ୍ତି। ଫାଇନାଲ ମ୍ୟାଚ୍‌ରେ ସଂଘର୍ଷ ଦେଖିବାକୁ ମିଳିଥିଲା। ତେବେ ଶାହାବାଜ ୫୮-୬୩, ୪୨- ୬୮, ୬୩- ୨୫, ୫୮-୧୪, ୬୭-୦, ୪୩- ୫୭, ୬୯- ୪୩, ୬୫- ୯୧, ୫୮- ୦୧, ୭୧-୧୭ ଫ୍ରେମ୍‌ରେ ବିଜୟୀ ହୋଇ ବାଜି ମାରିଛନ୍ତି।
ଶୁକ୍ରବାର ଖେଳାଯାଇଥିବା ପ୍ରଥମ ସେମିଫାଇନାଲରେ ଶାହାବାଜ ନିଜ ରାଜ୍ୟର ମନୀଷ ଜୈନଙ୍କୁ ୫-୩ (୬୨- ୨୭, ୪୭- ୭୬, ୩୦- ୫୬, ୪୭- ୩୪, ୭୨-୦, ୪୨- ୭୨, ୧୨୦-୦, ୬୯- ୨୬)ରେ ହରାଇ ଫାଇନାଲକୁ ଉଠଥିଲେ। ସେହିପରି ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ରେ ସୁବ୍ରତ ଓଡ଼ିଶାର ଅନ୍ୟତମ ଖେଳାଳି ଆକାଶ ମହାପାତ୍ରଙ୍କୁ ୫-୧ (୫୯- ୫୭, ୫୯- ୩୨, ୬୩- ୬୭, ୬୦- ୩୫, ୬୧- ୧୭, ୪୦- ୧୪)ରେ ହରାଇ ଫାଇନାଲରେ ପ୍ରବେଶ କରଥିଲେ। ୧୦ ଦିନ ଧରି ଚାଲିଥିବା ଏହି ସ୍ନୁକର ଟୁର୍ନାମେଣ୍ଟ ସଫଳତାର ସହ ଅନୁଷ୍ଠିତ ହୋଇଛି।
ଟୁର୍ନାମେଣ୍ଟ କୋଅର୍ଡିନେଟର ଗୋବିନ୍ଦ ଶର୍ମା ପୁରସ୍କାର ବିତରଣ ଉତ୍ସବ ଆୟୋଜନ କରିଥିଲେ। ଏହି ଅବସରରେ ସମସ୍ତ ପ୍ରାୟୋଜକ ଓ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିବା ଖେଳାଳିଙ୍କୁ ୬ ପକେଟ୍ସ କ୍ଲବ ତରଫରୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri