ଇସ୍ପାତ ଓ ଖଣି ବିଭାଗରେ ୬୫ ଅଫିସର ଯୋଗ ଦେଲେ

ଭୁବନେଶ୍ୱର,୧୦ା୨(ବ୍ୟୁରୋ):ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ୫-ଟି, ମୋ ସରକାର ଭଳି ଅଭିନବ କାର୍ଯ୍ୟକ୍ରମ କରିଛନ୍ତି। ଏସବୁ କେତେଦୂର ଆଶ୍ଚର୍ଯ୍ୟଚକିତ ଓ ଅଭିନବ କୌଶଳ ତାହା ବଡ଼ କଥା ନୁହେଁ। ବାସ୍ତବ କ୍ଷେତ୍ରରେ କାର୍ଯ୍ୟକାରିତା ହେଉଛି ଏହାର ସଫଳ ଉପଯୋଗ । ବିିଚାରବନ୍ତ, ସାଧୁତା ଓ ନିଷ୍ଠାପର ଭାବେ ଲୋକମାନଙ୍କ ଉପକାର ପାଇଁ ନିଜକୁ ସମର୍ପିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ପାତ ଓ ଖଣି ବିଭାଗର ନବନିଯୁକ୍ତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଇସ୍ପାତ ଓ ଖଣି ବିଭାଗରେ ୬୫ ଅଫିସରଙ୍କୁ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି । ଗୁରୁବାର ନବନିଯୁକ୍ତ ଅଧିକାରୀମାନଙ୍କର ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଭର୍ଚୁଆଲରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲୋକମାନଙ୍କ ମଙ୍ଗଳ କରିବା ପାଇଁ ରାଜ୍ୟ ସରକାରଙ୍କ ପ୍ରତ୍ୟେକ ପଦକ୍ଷେପ ଉଦ୍ଦିଷ୍ଟ। ଖଣିଜ ପ୍ରଶାସନିକ ସେବା ଏବଂ ଭୂତତ୍ତ୍ୱ ସେବା ନିଜ ନିଜ କ୍ଷେତ୍ରରେ ସ୍ବତନ୍ତ୍ର। ମୂଲ୍ୟବାନ ଖଣିଜ ସମ୍ପଦର ସଂରକ୍ଷଣ ଓ ପରିଚାଳନା କରିବା ଉଭୟର କାର୍ଯ୍ୟ। ଏଥିପାଇଁ ଉପଯୁକ୍ତ ଜ୍ଞାନ ଓ ଅତ୍ୟାଧୁନିକ ବୈଜ୍ଞାନିକ ଜ୍ଞାନକୌଶଳ ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟ ସରକାର ଖଣିଜ ପରିବହନ ପାଇଁ ଏକ ଉତ୍ତମ ତଦାରଖ ବ୍ୟବସ୍ଥା କରିଛନ୍ତି, ଯାହାକି ଦେଶରେ ଓଡ଼ିଶାକୁ ପ୍ରଶଂସା କରାଯାଉଛି। ଓଡ଼ିଶା ଖଣିଜ ନିୟମରେ ଏକ ନୂତନ ପରିବର୍ତ୍ତନ ଆଣିବାକୁ ବିଚାର କରୁଛି। ରାଜ୍ୟର ଖଣିଜ ସମ୍ପଦରୁ ଅଧିକ ରାଜସ୍ବ ସଂଗ୍ରହ କରାଯାଉଛି, ଯାହାକି ଲୋକମାନଙ୍କ କଲ୍ୟାଣରେ ବିନିଯୋଗ ହେଉଛି। ଯୁବ ଓ ଦକ୍ଷ ଅଫିସରମାନଙ୍କ କଠିନ ପରିଶ୍ରମ ଯୋଗୁ ତାହା ସମ୍ଭବ ହୋଇପାରିବ। ଏହାର ଫାଇଦା ଜନସାଧାରଣଙ୍କ ନିକଟକୁ ଯିବ । ଆଜିର ଦିନ ଆପଣମାନଙ୍କ ଜୀବନରେ ଏକ ନୂଆ ଅଧ୍ୟାୟର ଶୁଭାରମ୍ଭ କରିବ ବୋଲି ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ଅଫିସରମାନଙ୍କୁ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଛନ୍ତି, ରାଜ୍ୟର ବିକାଶରେ ଖଣିକ୍ଷେତ୍ର ସବୁଠାରୁ ଅଧିକ ରାଜସ୍ବ ପ୍ରଦାନକରି ଆସୁଛି। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ରାଜ୍ୟର ଖଣି କ୍ଷେତ୍ରକୁ ରୂପାନ୍ତରଣ କରିବାରେ ସହାୟକ ହୋଇଛି। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି, ଖଣି ମେକ୍ଷତ୍ରର ଦ୍ରୁତ ଅଭିବୃଦ୍ଧିରେ ନବନିଯୁକ୍ତ ଅଧିକାରୀମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ସଂଯୋଜନା କରିଥିବା ବେଳେ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡି. କେ. ସିଂ ସ୍ବାଗତ ଭାଷଣ ଦେଇଥିଲେ। ଖଣି ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri