ଇସ୍ରାଏଲ୍‌ ସମୁଦ୍ର କୂଳରେ ଶହ ଶହ ଜେଲି ଫିଶ୍‌: ସରକାର ଜାରି କଲେ ସତର୍କ ସୂଚନା

ଜେରୁଜେଲମ୍‌,୭।୭: ଇସ୍ରାଏଲ୍‌ ସମୁଦ୍ର କୂଳରେ ଶହ ଶହ ଜେଲି ଫିଶ୍‌ ଜମା ହେବାରେ ଲାଗିଛନ୍ତି। ସୁରକ୍ଷା ଦୃଷ୍ଟିରୁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ପ୍ରତିବର୍ଷ ଜେଲି ଫିଶ୍‌ ଦଂଶନରେ ଲୋକଙ୍କର ମୃତ୍ୟୁ ଘଟିଥାଏ। ସମୁଦ୍ର କୂଳରେ ଜେଲି ଫିଶ୍‌ ଜମା ହେବାରୁ ପର୍ଯ୍ୟଟକମାନେ ଏଠାକୁ ଆସିବାକୁ ଅମଙ୍ଗ ହେଉଛନ୍ତି। ଫଳରେ ଏଠାକାର ପର୍ଯ୍ୟଟନ ଶିଳ୍ପର ଆର୍ଥତ୍କ କ୍ଷତି ହେବାରେ ଲାଗିଛି। ଏହା ସହିତ ମାଛଧରିବାରେ ମଧ୍ୟ ବାଧା ପହଞ୍ଚୁଥିବା କୁହାଯାଉଛି। ପ୍ରତିବର୍ଷ ପୃଥିବୀରେ ୧୫ କୋଟି ପର୍ଯ୍ୟଟକ ଜେଲି ଫିଶ୍‌ ଦଂଶନର ଶୀକାର ହୋଇଥାନ୍ତି। ଫିଲିପାଇନ୍ସ୍‌ରେ ପ୍ରତି ବର୍ଷ ହାରାହାରି ୧୫୦ରୁ ଅଧିକ ଲୋକଙ୍କର ଜେଲି ଫିଶ୍‌ ଦଂଶନରେ ମୃତ୍ୟ ଘଟିଥାଏ। ସେହିଭଳି ସ୍ବିଡେନ୍‌ ଏବଂ ସ୍କଟ୍‌ଲାଣ୍ଡ୍‌ରେ ଏହାଯୋଗୁ ପର୍ଯ୍ୟଟନ ଶିଳ୍ପର କ୍ଷତି ହୋଇଥାଏ। ୨୦୧୮-୧୯ରେ ଜେଲି ଫିଶ୍‌ ଯୋଗୁ ଅଷ୍ଟ୍ରେଲିଆର ୧୮ଟି ସମୁଦ୍ର କୂଳକୁ ବନ୍ଦ କରି ଦିଆଯାଇଛି। ସୂଚନାଯୋଗ୍ୟ, ଜେଲି ଫିଶ୍‌ ୫୦ କୋଟି ବର୍ଷ ତଳେ ସୃଷ୍ଟି ହୋଇଥିଲା। ଏହାର ଦଂଶନରେ ଉତ୍କଟ ବିଷ ମନୁଷ୍ୟ ଶରୀରକୁ ଯାଇଥାଏ। ଉପଯୁକ୍ତ ଚିକିତ୍ସା କରା ନ ଗଲେ କେତେକ ଘଟଣାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri