ଇସ୍ରୋ ଗଲେ ନବରଙ୍ଗପୁରର ୨ ଛାତ୍ରୀ

ନବରଙ୍ଗପୁର,୪ା୬(ବି.ପ୍ର.)- ନବରଙ୍ଗପୁର ଜିଲାର ୨ ଜଣ ୧୦ମ ଶ୍ରେଣୀ ଛାତ୍ରୀ ଇସ୍ରୋ ଯିବା ପାଇଁ ମନୋନୀତ ହୋଇ ସୋମବାର ଅହମ୍ମଦାବାଦ ଗସ୍ତ କରିଛନ୍ତି। ଛାତ୍ରୀ ୨ ଜଣ ହେଲେ ଇପସିତା ଦାଶ ଓ ମିତା ହରିଜନ। ଟାଟାଷ୍ଟିଲ ପକ୍ଷରୁ ହୋଇଥିବା ୟଙ୍ଗ ଆଷ୍ଟ୍ରନମର ଟ୍ୟାଲେଣ୍ଟ ସର୍ଚ୍ଚ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଇସ୍ରୋ ଯିବା ପାଇଁ ସେମାନେ ମନୋନୀତ ହୋଇଥିଲେ। ଆସନ୍ତା ୫,୬,୭ ଓ ୮ ତାରିଖରେ ଇସ୍ରୋଠାରେ ବୈଜ୍ଞାନିକଙ୍କ ସହ ଭାବ ବିନିମୟ କରିବେ । ଏଥି ସହ ଛାତ୍ରୀମାନଙ୍କ କିଛି ପ୍ରଶ୍ନର ଉତ୍ତର ବୈଜ୍ଞାନିକମାନେ ଦେବା ସହ ଭାରତୀୟ ବୈଜ୍ଞାନିକ ପଦ୍ଧତି ବିଷୟରେ ଜାଣିବାର ସୁଯୋଗ ସେମାନେ ପାଇବେ।
ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଅଧୀନ ମିରଗାନଗୁଡା ଗାଁର ଦୁର୍ଗା ମାଧବ ଦାଶଙ୍କ ଝିଅ ଇପ୍‌ସିତା ଦାଶ ଏବେ ନବରଙ୍ଗପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ୧୦ମ ଶ୍ରେଣୀରେ ପାଠ ପଢୁଛନ୍ତିି ା ସେହିଭଳି ପାପଡାହାଣ୍ଡି ବ୍ଲକ ବରଦେଇ ଗାଁର ଲଛମନ ହରିଜନଙ୍କ ଝିଅ ମିତା ହରିଜନ ନନ୍ଦାହାଣ୍ଡି ବ୍ଲକ ବି. ମାଳିଗୁଡା ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରରେ ୧୦ମ ଶ୍ରେଣୀରେ ପଢୁଛନ୍ତି ା ୨୦୧୮ ଅଗଷ୍ଟ ମାସରେ ୟଙ୍ଗ ଆଷ୍ଟ୍ରନମର ଟ୍ୟାଲେଣ୍ଟ ସର୍ଚ୍ଚ ପରୀକ୍ଷାରେ ଆଗାମୀ ୫୦ ବର୍ଷ ମଧ୍ୟରେ ମହାକାଶର ପରିକଳ୍ପନା ବିଷୟବସ୍ତୁ ଉପରେ ପ୍ରବନ୍ଧ ପ୍ରତିଯୋଗିତା ହୋଇଥିଲା ା ସେଥିରେ ସେମାନେ ଭାଗ ନେଇଥିଲେ। ରାଜ୍ୟର ୬୦ ଜଣ ପ୍ରତିଯୋଗୀ କୃତିତ୍ୱ ହାସଲ କରିଥିଲେ। ପରେ ଡିସେମ୍ବର ୨୦୧୮ରେ ଭୁବନେଶ୍ୱର ପଠାଣୀ ସାମନ୍ତ ଅଡିଟୋରିୟମ ଠାରେ ମୌଖିକ ପରୀକ୍ଷା ହୋଇଥିଲା ା ପ୍ରତ୍ୟେକଙ୍କୁ ୫ଟି ଲେଖାଏଁ ପ୍ରଶ୍ନ ପଚରା ଯାଇଥିଲା ା ସେଥିରେ ରାଜ୍ୟର ୨୦ ଜଣ କୃତିତ୍ୱ ହେବା ପରେ ମାନପତ୍ର ସହ କିଛି ବହି ପ୍ରଦାନ କରାଯାଇଥିଲା ା ରାଜ୍ୟର ୨୦ ଜଣଙ୍କ ମଧ୍ୟରେ ଇପ୍‌ସିତା ଓ ମିତା ରହିଥିଲେ। ୨ଛାତ୍ରୀଙ୍କ କୃତିତ୍ୱ ପାଇଁ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକ, ଜିଲାବାସୀ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭବିଷ୍ୟତରେ ବୈଜ୍ଞାନିକ ହେବାର ସ୍ବପ୍ନ ରହିଛି ବୋଲି ଇପ୍‌ସିତା ଓ ମିତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନକୁ ନେଇ ମମତାଙ୍କ ବଡ଼ ଘୋଷଣା, ବିରୋଧୀ ହେଲେ କାବା!

ନୂଆଦିଲ୍ଲୀ,୨୧।୭: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (TMC) ପ୍ରମୁଖ ମମତା ବାନାର୍ଜୀ ଦଳର ବିଦ୍ରୋହୀ ନେତାମାନଙ୍କ ଉପରେ ଏପର୍ଯ୍ୟନ୍ତର ସବୁଠାରୁ କଡ଼ା ଆକ୍ରମଣ କରିଛନ୍ତି। ସେ ସ୍ପଷ୍ଟ ଶବ୍ଦରେ…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ଭିଟାମାଟି ଛାଡ଼ିଲେ ନାହିଁ ଗ୍ରାମବାସୀ: ଅସ୍ତ୍ର ଶସ୍ତ୍ର ପୂଜାର୍ଚ୍ଚନା କରି ନେଲେ ଶପଥ, ପ୍ରଶାସନ ନାକେଦମ

ବଲାଙ୍ଗୀର, ୨୧।୭ ( ସୁନିଲ କୁମାର ମହାନ୍ତି): ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ସକାଳୁ ଜିଲା ପ୍ରଶାସନ ପକ୍ଷରୁ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ…

ଆନ୍ଦୋଳନ ଭିତରେ ବଡ଼ ଖବର: କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ମାନିନେଲେ ୨ ଦାବି…

ନୂଆଦିଲ୍ଲୀ,୨୧।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ପ୍ରଦର୍ଶନ ମଧ୍ୟରେ ମଙ୍ଗଳବାର ଦିନ ବହୁ ସଂଖ୍ୟାରେ ଭାରତ-ଆମେରିକା ମଧ୍ୟରେ ପ୍ରସ୍ତାବିତ ଟ୍ରେଡ୍ ଡିଲ୍ (ବ୍ୟବସାୟିକ ଚୁକ୍ତି)…

ବିଜୟଙ୍କ ଶେଷ ଚଳଚ୍ଚିତ୍ର ନୁହେଁ ‘ଜନ ନାୟକନ’! ମୁଖ୍ୟମନ୍ତ୍ରୀ ହେବା ପରେ ବି ଜାରି ରହିବ ଅଭିନୟ? ସସପେନ୍ସ ବଢାଇଲେ…

ମୁମ୍ବାଇ: ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ଅଭିନେତା ଥଲାପତି ବିଜୟଙ୍କ ଚଳଚ୍ଚିତ୍ର ‘ଜନ ନାୟକନ’ ଉପରେ ଦୀର୍ଘ ସମୟରୁ କଟକଣା ଲାଗି ରହିଥିଲା। ଏହି ଚଳଚ୍ଚିତ୍ରଟି ଏହି ବର୍ଷ…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

ଭିସୁଟ୍‌ରେ ତେଜୁଛି ଛାତ୍ର ଆନ୍ଦୋଳନ: ହଷ୍ଟେଲ ସମସ୍ୟା-ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ବ୍ୟାପକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ବିଶ୍ୱବିଦ୍ୟାଳୟ ଓ ଛାତ୍ରାବାସରେ ଦେଖାଦେଇଥିବା ବିଭିନ୍ନ…

ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ

ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri