ଇ-ଟେକ୍‌ ଆବାସିକ କଲେଜ ପ୍ରତିଷ୍ଠା ଦିବସ: ‘ଅଭିଭାବକଙ୍କୁ ସମ୍ମାନ ବିନା ଶିକ୍ଷା ମୂଲ୍ୟହୀନ’

ଢେଙ୍କାନାଳ ଅଫିସ, ୭।୮-ଅଭିଭାବକମାନେ ଚାହାନ୍ତି ସେମାନଙ୍କ ସନ୍ତାନ ଭଲ ପାଠପଢ଼ି ବଡ଼ମଣିଷ ହେଉ। ନିଜ ପିଲାମାନଙ୍କ ପାଇଁ ମା’ବାପା ଏପରି ସ୍ବପ୍ନ ଦେଖିବା ସ୍ବାଭାବିକ। ଏବେ ଦେଖାଯାଉଛି ପିଲାଟିଏ ଉଚ୍ଚଶିକ୍ଷିତ ହେବାପରେ ନିଜର ଜନ୍ମକଲା ମା’ବାପାଙ୍କୁ ହତାଦର କରୁଛି। ଯେତେ ଭଲ ପାଠ ପଢ଼ିଲେ ମଧ୍ୟ ଯଦି ନିଜର ଅଭିଭାବକଙ୍କୁ ସମ୍ମାନ ଦେଇ ନ ପାରିଲ, ତେବେ ସେପରି ଶିକ୍ଷା ମୂଲ୍ୟହୀନ। କେବଳ ଉଚ୍ଚଶିକ୍ଷିତ ହେଲେ ହେବନାହିଁ, ନୈତିକ ମୂଲ୍ୟବୋଧ ଜାଣିବା ଆଜିର ସାମାଜିକ ବ୍ୟବସ୍ଥା ପାଇଁ ଆହ୍ବାନ ବୋଲି କହିଛନ୍ତି ବିଧାୟକ ସୁଧୀର କୁମାର ସାମଲ। ଢେଙ୍କାନାଳ ସଦର ବ୍ଲକ ମଙ୍ଗଳପୁରସ୍ଥିତ ଇ-ଟେକ୍‌ ଆବାସିକ ମହାବିଦ୍ୟାଳୟର ୧୧ତମ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ସେ ଏପରି ବକ୍ତବ୍ୟ ରଖିଛନ୍ତି। ଏଥିସହ ନିଜର ମାତୃଭାଷା, ଐତିହ୍ୟ, ସଂସ୍କୃତିକୁ ବଞ୍ଚାଇ ରଖିବାକୁ ବିଧାୟକ ସାମଲ ଆହ୍ବାନ ଦେଇଥିଲେ।
ସମ୍ମାନିତ ଅତିଥି ଭାବେ ଯୋଗଦେଇ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଡ. ସୁଧାଂଶୁ ଷଡ଼ଙ୍ଗୀ କହିଲେ, ଯେତେ ଅଧିକ ବହି ପଢ଼ିବ ସେତେ ଆଗକୁ ବଢ଼ିବ। ନମ୍ର ହେବା ଲାଗି ପୁସ୍ତକ ପଢ଼ିବା ଜରୁରୀ। ସବୁବେଳେ ଶିଖିବା ଇଚ୍ଛା ରଖୁଥିବା ମଣିଷ ଜୀବନରେ ସଫଳତା ପାଇଥାଏ ବୋଲି ସେ ମତବ୍ୟକ୍ତ କରିଥିଲେ। ଅନ୍ୟତମ ଅତିଥି ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶରତ ନାୟକ କହିଲେ, ସ୍ବଦେଶୀ ସାମଗ୍ରୀ ଆମ ଅସ୍ମିତାର ପ୍ରତୀକ। ନିଜ ଅଞ୍ଚଳର ହାତ ତିଆରି ସାମଗ୍ରୀକୁ ଅଧିକରୁ ଅଧିକ ବ୍ୟବହାର କଲେ ଲୋକଙ୍କ ଆର୍ଥିକ ମାନଦଣ୍ଡ ସୁଦୃଢ଼ ହେବ ବୋଲି ସେ ପରାମର୍ଶ ଦେଇଥିଲେ। ମୁଖ୍ୟବକ୍ତା ଭାବେ ଭୁବନେଶ୍ୱରସ୍ଥିତ ଓଡ଼ିଆ ଭାଷା ସାହିତ୍ୟ ପ୍ରତିଷ୍ଠାନର ନିର୍ଦ୍ଦେଶକ ଡ. ବିଜୟ କୁମାର ନାୟକ କହିଲେ, ସେବା ମନୋବୃତ୍ତି ରଖିଲେ ସୁନାଗରିକ ହୋଇପାରିବ। ଏହି ଅବସରରେ ଅତିଥିଙ୍କ ଦ୍ୱାରା ଅନୁଷ୍ଠାନର ମୁଖପତ୍ର ‘ପୂର୍ବାଶା’ ଉନ୍ମୋଚିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ

ଖଜୁରୀପଡ଼ା,୧୬ା୧୨(ବିଦୁର ବେହେରା): ବାରିକୁମ୍ପା, ସୁଡୁଲି, ଖମାର ଏବଂ ବାରିହାଗୁଡା ଜଙ୍ଗଲରେ ମଙ୍ଗଳବାର ଖଜୁରିପଡା ପୋଲିସ ଓ ଅବକାରୀ ବିଭାଗ ଚଢାଉ କରି ବେଆଇନ ଭାବେ ଚାଷ...

ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର

ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

କଳାହାଣ୍ଡି ଉତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ

କର୍ଲାମୁଣ୍ଡା,୧୬ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷା କୁନି ସାହୁଙ୍କ ଅଧ୍ୟକ୍ଷତାରେ ଜାନୁଆରୀରେ ହେବାକୁ ଥିବା ବ୍ଲକସ୍ତରୀୟ...

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...

କ୍ଷୀର ବ୍ୟବସାୟୀ ହତ୍ୟା ମାମଲା: ୨୩ରେ ଚୂଡାନ୍ତ ରାୟ

ବ୍ରହ୍ମପୁର,୧୬ା୧୨(ସୁବାସଚନ୍ଦ୍ର ପାଢ଼ୀ):ଗୋଷାଣି ନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ ରହୁଥିବା କ୍ଷୀର ବ୍ୟବସାୟୀ ଲମ୍ୱୋଦର ମୁନି ହତ୍ୟା ମାମଲାର ବିଚାର ଏବେ ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍‌-୩...

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri