ଇ- ବିଧାନସଭା: ୪୭ ବିଧାୟକ କିଣିଲେ କମ୍ପ୍ୟୁଟର

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ବିଧାୟକମାନେ ଆଉ କାଗଜପତ୍ର ନୁହେଁ କମ୍ପ୍ୟୁଟର ଜରିଆରେ ସମସ୍ତ ସୂଚନା ପାଇବା ସହ ଅନ୍ୟାନ୍ୟ କାର୍ଯ୍ୟ କରିବେ। ଏପରି କି ବିଧାନସଭାକୁ ମଧ୍ୟ ଲାପଟପ୍‌ ଧରି ଆସି ପାରିବେ । ଅନ୍‌ଲାଇନରେ ସବୁ କିଛି ହେବ। ବିଧାୟକମାନେ ଯାହା କିଛି ଚାହିଁବେ ସେମାନଙ୍କୁ ଅନ୍‌ଲାଇନ ମାଧ୍ୟମରେ ସମସ୍ତ ତଥ୍ୟ ଯୋଗାଇ ଦିଆଯିବ। ଇ-ବିଧାନସଭା ଆରମ୍ଭ କରିବାକୁ ନୀତିଗତ ନିଷ୍ପତ୍ତି ନିଆଯାଇଛି । ଏଥିପାଇଁ ବିଧାନସଭା ପକ୍ଷରୁ ବିଧାୟକମାନଙ୍କୁ ଲାପ୍‌ଟପ ଯୋଗାଇ ଦିଆଯିବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । କମ୍ପ୍ୟୁଟର/ଲାପଟପ୍‌ ବାବଦ ଖର୍ଚ୍ଚ ବିଧାନସଭା ପକ୍ଷରୁ ଯୋଗାଇ ଦିଆଯିବ। ଏ ପର୍ଯ୍ୟନ୍ତ ୪୭ ଜଣ ବିଧାୟକ ଲାପଟପ୍‌/କମ୍ପ୍ୟୁଟର କ୍ରୟ କରି ସାରିଲେଣି। ବୁଧବାର ଏ ବାବଦରେ ଟଙ୍କା ନେବାକୁ ସେମାନେ ରସିଦ ଦାଖଲ କରିଥିବା ବାଚସ୍ପତି ସୂଚନା ଦେଇଛନ୍ତି। କମ୍ପ୍ୟୁଟର କିମ୍ବା ଲାପ୍‌ଟପ କିଣିବା ପାଇଁ ବିଧାନସଭା ପକ୍ଷରୁ ସର୍ବାଧିକ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଯୋଗାଇ ଦିଆଯିବ। ୫ଟି ବଡ଼ ବ୍ରାଣ୍ଡ କମ୍ପାନୀର କମ୍ପ୍ୟୁଟର କିଣିବାକୁ ନ୍ୟାଶନାଲ ଇନ୍‌ଫରମେଟିକ ସେଣ୍ଟର(ଏନ୍‌ଆଇସି) ଏବଂ ରାଜ୍ୟ ସୂଚନା ଓ ପ୍ରଯୁକ୍ତି ବିଭାଗ ପକ୍ଷରୁ ବିଧାୟକମାନଙ୍କୁ ପରାମର୍ଶ ଦିଆଯାଇଛି। ଏହାଛଡ଼ା କମ୍ପ୍ୟୁଟର ବିଷୟରେ ବିଧାୟକମାନଙ୍କୁ ତାଲିମ ଦେବା ପାଇଁ ଏନ୍‌ଆଇସିକୁ ଅନୁରୋଧ କରାଯାଇଛି। ଯେଉଁ ବିଧାୟକମାନଙ୍କର କମ୍‌ କିମ୍ବା ଆଦୌ କମ୍ପ୍ୟୁଟର ବିଷୟରେ ଜ୍ଞାନ ନାହିଁ ସେମାନଙ୍କୁ ତାଲିମ ପ୍ରଦାନ କରାଯିବ। ଅନ୍‌ଲାଇନ ଡାଟା ଏଣ୍ଟ୍ରି, ଇ-ମେଲ ଆଦି ବିଷୟରେ ତାଲିମ ପ୍ରଦାନ କରାଯିବ। ବିଧାନସଭା କର୍ମଚାରୀମାନେ ମଧ୍ୟ ତାଲିମ ନେବେ ବୋଲି ବାଚସ୍ପତି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri