ଉଚ୍ଛେଦ ଦାବିରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଛେଣ୍ଡିପଦା,୧୮।୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ଗ୍ରାମ ଯାତ୍ରାପଡ଼ିଆରୁ ଉଚ୍ଛେଦ ଦାବିରେ ଶନିବାର ଗ୍ରାମବାସୀଙ୍କ ପକ୍ଷରୁ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି ।
ପ୍ରକାଶ ଯେ, ବ୍ରାହ୍ମଣବିଲ ଗ୍ରାମର କଲ୍ୟାଣ ମଣ୍ଡପକୁ ଲାଗିଥିବା ସରକାରୀ ଜମିରେ ଉକ୍ତ ଗ୍ରାମର ୭ଟି ପରିବାର ଦୀର୍ଘ ୧୫ ବର୍ଷରୁ ଏଯାବତ୍‌ ଜବର ଦଖଲକରି ରହି ଆସୁଛନ୍ତି। ଏ ନେଇ ବାରମ୍ବାର ତହସିଲ କାର୍ଯ୍ୟାଳୟରେ ଅଭିଯୋଗ ହୋଇ ଆସୁଥିଲେ ମଧ୍ୟ କୌଣସି ସୁଫଳ ନ ମିଳିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ଗ୍ରାମ୍ୟକମିଟ ବୈଠକ ଅନୁଯାୟୀ ଜାନୁୟାରୀ ୧୬ ତାରିଖ ମଧ୍ୟରେ ଉକ୍ତ ପଡ଼ିଆରୁ ଜବରଦଖଲ ଉଚ୍ଛେଦ କରା ନ ଗଲେ ୧୮ତାରିଖରୁ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ଗଣଧାରଣା ଦିଆଯିବ ବୋଲି ଲିଖିତ ଭାବେ ପ୍ରଶାସନକୁ ଜଣା ଯାଇଥିଲା। ଏ ନେଇ ବ୍ରାହ୍ମଣବିଲ ଗ୍ରାମ ସଭାପତି ପ୍ରଫୁଲ୍ଲ କୁମାର ସାହୁଙ୍କ ନେତୃତ୍ୱରେ ଶନିବାର ଗ୍ରାମବାସୀ ତହସିଲ କର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆମେରିକାକୁ ପଛରେ ପକାଇ ଭାରତ ହେବ ୨ୟ ବୃହତ୍‌ ଅର୍ଥନୀତି

ନୂଆଦିଲ୍ଲୀ,୧୪ା୯: ଆସନ୍ତା ୨୫ ବର୍ଷ ମଧ୍ୟରେ ଆମେରିକାକୁ ପଛରେ ପକାଇ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ହେବା ପଥରେ ଅଗ୍ରସର ହେଉଛି। ପରବର୍ତ୍ତୀ ସମୟରେ ଏହା…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?