ବଇଣ୍ଡା,୧୫ା୯(ଡି.ଏନ.ଏ) – କିଶୋରନଗର ବ୍ଲକର ମୁଖ୍ୟ ବ୍ୟବସାୟିକ ପେଣ୍ଠସ୍ଥଳୀ ବଇଣ୍ଡା ଛକ ଏବେ ଛାରଖାର ହୋଇଯାଇଛି। ୫୫ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଉଭୟପାର୍ଶ୍ୱରେ ଥିବା ୫ଶହ ଉଠା ଦୋକାନୀ ଓ ବାସଗୃହ ଉଚ୍ଛେଦ ହୋଇଥିବାବେଳେ ଏବେ ଉଠା ଦୋକାନୀଙ୍କ ସମସ୍ୟା ଜଟିଳ ହେଉଛି। ସେମାନଙ୍କୁ ଥଇଥାନ ଏବଂ କ୍ଷତିପୂରଣ ଦିଆଯାଉ ନ ଥିବା ଯୋଗୁ ଅସନ୍ତୋଷ ଦେଖାଦେଇଛି। ଗତ ବର୍ଷ ମେ ୧୭, ୧୮ରେ ଉଚ୍ଛେଦ କରାଯାଇଥିଲା। ସେହି ସମୟରେ କ୍ଷତିପୂରଣ ଦିଆଯାଇ ନ ଥିବାବେଳେ ପୋଲିସ ଛାଉଣୀ କରି ତରବରିଆ ଭାବେ ଉଚ୍ଛେଦ କରାଯାଇଥିଲା। ଏଥିରେ ୪ ଶହ ଉଠାଦୋକାନୀ କ୍ଷତିଗ୍ରସ୍ତ ହୋଇଥିଲେ। ଇତିମଧ୍ୟରେ ଉଚ୍ଛେଦକୁ ଦୀର୍ଘ ୧୬ ମାସ ବିତିଯାଇଥିଲେ ମଧ୍ୟ କ୍ଷତିଗ୍ରସ୍ତଙ୍କୁ ପ୍ରଶାସନ ପକ୍ଷରୁ କ୍ଷତିପୂରଣ ଯୋଗାଇ ଦିଆଯାଇ ନ ଥିବାଳେଳେ ଥଇଥାନ ମଧ୍ୟ କରାଯାଇ ନାହିଁ। ଗତ ୧୧,୧୨, ୧୩ ତାରିଖରେ ୧୪୪ ଧାରା ଲାଗୁ କରାଯାଇ ପୁଣି ଉଚ୍ଛେଦ କରାଯାଇଛି। ଏଥିରେ ୩୫ରୁ ଊର୍ଦ୍ଧ୍ୱ ଦୋକାନୀ କ୍ଷତିଗ୍ରସ୍ତ ହୋଇଛନ୍ତି। ତୁରନ୍ତ ରାଜ୍ୟ ସରକାର ଦୃଷ୍ଟି ଦେଇ ଉଠାଦୋକାନୀଙ୍କୁ ଥଇଥାନ ସହ କ୍ଷତିପୂରଣ ଯୋଗାଇ ଦେବା ପାଇଁ ବ୍ୟବସାୟୀ ସଂଘ ପକ୍ଷରୁ ଦାବି ହୋଇଛି।
ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ
ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...
ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା
ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...
ଆଉଘରକୁ ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍ ସହ ହେଲା…
ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...
ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...
ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ
ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...
ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି
ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...
ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ
ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ...
ଜିଏମ୍ଡିସି: ଗୁଜରାଟରୁ ଆସି ଖାଇଗଲେ
ଅନୁଗୋଳ,୨୮ା୧୦(ଦିବ୍ୟଶାନ୍ତନୁ ନାଥ)/ଛେଣ୍ଡିପଦା (ଅଜିତ ଧଳ): ଖଣି ଖନନ ହେଲେ ରୋଜଗାର ବଢ଼ିବ। ଲୋକଙ୍କ ଆର୍ଥିକ ଅବସ୍ଥାରେ ସୁଧାର ଆସିବ। ଏପରି ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୁଗୋଳ...
Archives


