ଉଜୁଡ଼ି ଯାଇଛି ରବି ଫସଲ: ଇନପୁଟ୍‌ ସବସିଡି ସହାୟତା ଦାବିକଲେ ଚାଷୀ

ବରଗଡ଼ ଅଫିସ୍‌,୯।୬- କୁଆପଥର ବୃଷ୍ଟି ଯୋଗୁ ବରଗଡ଼ ଜିଲା ଭେଡ଼େନ ବ୍ଲକ ଅର୍ଜୁଣ୍ଡା ରାଜସ୍ବ ସର୍କଲ ଅଧିନରେ ରହିଥିବା ଗ୍ରାମରେ ରବି ଫସଲ ଉଜୁଡ଼ି ଯାଇଥିଲା । ଏ ପର୍ଯ୍ୟନ୍ତ ଉକ୍ତ ଅଞ୍ଚଳର ଚାଷୀଙ୍କୁ କୌଣସି ସହାୟତା ମିଳିନାହିଁ । ସହାୟତା ପାଇଁ ସ୍ଥାନୀୟ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ଆବେଦନପତ୍ର ଦାଖଲ କରାଯାଉଥିଲେ ସୁଦ୍ଧା ସେ ନେଇ ଉକ୍ତ ଗ୍ରାମର ଚାଷୀଙ୍କୁ କୌଣସି ସୂଚନା ଦିଆଯାଇ ନଥିବା ଅଭିଯୋଗ ହୋଇଛି । ଏପରିକି ଚାଷୀମାନେ ଇନପୁଟ୍‌ ସବସିଡି ସହାୟତା ପାଇଁ ଆବେଦନ କରିବାକୁ ଗଲେ ସ୍ଥାନୀୟ ରାଜସ୍ବ ନିରୀକ୍ଷକ ସମୟସୀମା ସରି ଯାଇଥିବା ଏବଂ ଉଦ୍ଦିଷ୍ଟ ଆବେଦନ ଫର୍ମ ନଥିବା କହୁଥିବା ଚାଷୀମାନେ କହିଛନ୍ତି । ଏଭଳି ଅଭିଯୋଗ ଆଣି ମଙ୍ଗଳବାର ଚାଷୀମାନେ ବରଗଡ଼ ଜିଲାପାଳଙ୍କୁ ଫେରାଦ ହୋଇଥିଲେ । ଜିଲାପାଳ ଜୋତିରଞ୍ଜନ ପ୍ରଧାନଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରି ଏ ଦିଗରେ ବିହିତ ପଦକ୍ଷେପ ନେବା ପାଇଁ ଚାଷୀମାନେ ଅନୁରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା,  ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା…

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୩୮ ତମ ବାର୍ଷିକୋତ୍ସବ: ବୃନ୍ଦ ଯୋଗଦେଇ ଥିଲେ …

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ରାଜବାଟି ପରିସରରେ…

୧୨ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା: ଶିକ୍ଷା କ୍ଷେତ୍ରରେ ନେତୃତ୍ୱର ଭୂମିକା…

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ବ୍ଲକର ୧୨ ଜଣ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜଣାଯାଇଛି। ଗୋଷ୍ଠୀ ଉନ୍ନୟନ…

ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ତଦନ୍ତ କଲା ସାଇଣ୍ଟିଫିକ୍‌ ଟିମ୍‌

କେନ୍ଦୁଝର,୧୦ା୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଜଣେ ୬ ବଷର୍ର ଶିଶୁକନ୍ୟାଙ୍କୁ ତାଙ୍କର ସମ୍ପର୍କୀୟ ମାମୁ ବଳାତ୍କାର କରି ହତ୍ୟା…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର…

ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri