Posted inଜାତୀୟ

ଉଝ୍‌ ବହୁମୁଖୀ ପରିଯୋଜନାକୁ ଡିପିଆର୍‌ ମଞ୍ଜୁରୀ

ନୂଆଦିଲ୍ଲୀ,୧୬।୫: କେନ୍ଦ୍ର ସରକାରଙ୍କ ପକ୍ଷରୁ ଉଝ୍‌ ବହୁମୁଖୀ ପରିଯୋଜନାର ସଂଶୋଧିତ ଡିପିଆର୍‌କୁ ମଞ୍ଜୁରୀ ଦିଆଯାଇଛି। ଏହାଦ୍ୱାରା ସିନ୍ଧୁ ଜଳ ଚୁକ୍ତି ଅନୁସାରେ ଭାରତରେ ଏହି ନଦୀ ଜଳର ଉପଯୁକ୍ତ ବ୍ୟବହାର କରାଯାଇ ପାରିବ। ଏହି ପରିଯୋଜନା ଶେଷ ହେବା ପାଇଁ ପ୍ରାୟ ୬ ମାସ ସମୟ ଲାଗିବ। ଏଥିରେ ୯୧୬୭ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ବ୍ୟୟ ଅଟକଳ ପ୍ରସ୍ତୁତ କରାଯାଇଛି। ଜମ୍ମୁ-କଶ୍ମୀର କାଠୁଆ ଜିଲାରେ ଏହି ପରିଯୋଜନା ଅନ୍ତର୍ଗତ ନଦୀବନ୍ଧ ନିର୍ମାଣ କରାଯିବ। ୨୦୦୮ରେ ଏହି ପରିଯୋଜନା ସମ୍ପର୍କରେ ଘୋଷଣା କରାଯାଇଥିଲା। ୨୦୧୩ରେ କେନ୍ଦ୍ରୀୟ ଜଳ ଆୟୋଗର ସିନ୍ଧୁ ନଦୀ ଅବବାହିକା ସଂଗଠନ ପକ୍ଷରୁ ଏହି ପରିଯୋଜନାର ଡିପିଆର୍‌ ପ୍ରସ୍ତୁତ କରାଯାଇଥିଲା। ପରିଯୋଜନା ଶେଷ ହେଲେ ଭାରତ ୭୮୧ ନିୟୁତ କ୍ୟୁବିକ୍‌ ମିଟର ଜଳ ମହଜୁଦ୍‌ ରଖିବାକୁ ସକ୍ଷମ ହେବ। ଉଝ୍‌ ନଦୀ ରାବି ନଦୀର ଏକ ସହାୟକ ନଦୀ। ସୂଚନାଯୋଗ୍ୟ, ୧୯୬୦ ସେପ୍ଟେମ୍ବର ୧୯ରେ ଭାରତର ତତ୍‌କାଳୀନ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁ ଏବଂ ପାକିସ୍ତାନ ରାଷ୍ଟ୍ରପତି ଅୟୁବ ଖାଁଙ୍କ ମଧ୍ୟରେ ସିନ୍ଧୁ ଜଳ ଚୁକ୍ତି କରାଚିଠାରେ ହୋଇଥିଲା। ଚୁକ୍ତି ଅନୁସାରେ ବ୍ୟାସ,ରାବି,ସତଲେଜ୍‌, ସିନ୍ଧୁ, ଚିନାବ୍‌ ଏବଂ ଝେଲମ୍‌ ଆଦି ୬ଟି ନଦୀ ଜଳ ବିତରଣ ଏବଂ ବ୍ୟବହାର କରାଯିବ। ଭାରତ ପୂର୍ବ ନଦୀଗୁଡ଼ିକର ୮୦ ପ୍ରତିଶତ ଜଳ ବ୍ୟବହାର କରିପାରିବ ବୋଲି ଚୁକ୍ତିରେ ଦର୍ଶାଯାଇଥିଲା। ତେବେ ଭାରତ ଏଭଳି କରୁ ନ ଥିଲା। କିନ୍ତୁ ଏହି ପରିଯୋଜନା ଶେଷ ହେଲେ ଏହା ସମ୍ଭବ ହୋଇପାରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri