ଉତ୍କଳ କନିକା ଗ୍ୟାଲେରିଆର ଶୁଭାରମ୍ଭ

ଭୁବନେଶ୍ୱର,୨୦-୧୨: ଉତ୍କଳ ବିଲଡର୍ସ ପକ୍ଷରୁ ଉତ୍କଳ କନିକା ଗ୍ୟାଲେରିଆ ମଲ୍‌ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ସ୍ଥାନୀୟ କଳ୍ପନା ଛକରେ ଏହି ମଲ୍‌ ୨.୫ ଲକ୍ଷ ବର୍ଗଫୁଟ ପରିମିତ ସ୍ଥାନରେ ଖୋଲିଛି। ଏଠାରେ ଗ୍ରାହକଙ୍କ ଆବଶ୍ୟକତାକୁ ଧ୍ୟାନରେ ରଖି ବିଭିନ୍ନ ଜାତୀୟ, ଆଞ୍ଚଳିକ ଏବଂ ଅନ୍ତର୍ଜାତୀୟ ବ୍ରାଣ୍ଡ ଉପଲବ୍ଧ ହେଉଛି। ଗ୍ରାହକଙ୍କୁ ଗୋଟିଏ ଛାତ ତଳେ, ଫୁଡ,ଫ୍ୟାଶନ, ଏଣ୍ଟରଟେନମେଣ୍ଟ ଏବଂ ଉନ୍ନତ ପରିବେଶ ସହ ଆମୋଦ ପ୍ରମୋଦ ସୁବିଧା ଯୋଗାଣ ଲାଗି ବିଭିନ୍ନ ବ୍ୟବସ୍ଥା ଏଠାରେ ରହିଛି। ଫ୍ୟାଶନ ବର୍ଗରେ ପ୍ରମୁଖ ପ୍ଲାଟଫର୍ମ ସପରଷ୍ଟପ ଏହାର ଓଡ଼ିଶାରେ ଏହାର ପ୍ରଥମ ଷ୍ଟୋର ଏହି ମଲ୍‌ରେ ଖୋଲିଛି।
ଏହାବାଦ ଲକଜ୍ୟୁରି ବ୍ରାଣ୍ଡ ପାଇଁ ନୂଆ ରୂପରେ ଅଲଦାଟ ଜାଜ୍‌, ହାଲଲେଜ, ଟାଇମଜୋନ, ମ୍ୟାକ୍‌, ଫରେଷ୍ଟ ଏସେନସିଆଲ , ମାର୍କସ ଆଣ୍ଡ ସ୍ପେନସରର ଲଞ୍ଜରୀ, ରତୁ କୁମାର, ଡା, ମିଲାନୋ, ଜିମି ଭଗ୍‌ ଭଳି ଅନ୍ୟ ଫର୍ମାଟ ରହିଛି। ଏହାବାଦ ବର୍ଗର କିଙ୍ଗ, ପିଜାହଟ, କେଏଫ୍‌ସି, ଏସିଆ ୭, ପଞ୍ଜାବ ଗ୍ରୀଲ ଷ୍ଟ୍ରିଟ ଫୁଡ, ଓ୍ବାଓ ମୋମୋ, ଦୋଷା ପ୍ଲାଜା, ବମ୍ବେ ଟାଇମ୍ସ ଏଠାରେ ସ୍ଥାପନ କରାଯାଇଛି। ଏହି ମଲ ଦ୍ୱାରା ୮୦୦ ନୂଆ ନିଯୁକ୍ତି ସୃଷ୍ଟି ହେବ ବୋଲି ସୂଚନା ରହିଛି। ନୂଆ ମଲ୍‌ ଶୁଭାରମ୍ଭ ଦିଗରେ ସମସ୍ତ ସହଯୋଗ ଲାଗି ଉତ୍କଳ ଗ୍ରୁପ ପରିଚାଳନା ନିର୍ଦ୍ଦେଶକ ଶରଦ ବୈଦ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି। ରାଜ୍ୟ ବିକାଶ ଲାଗି କର୍ପୋରେଟ କ୍ଷେତ୍ରର ଅସୁବିଧାକୁ ବୁଝି ସରକାର ପଦକ୍ଷେପ ନେଉଥିବାରୁ ଏଥି ଲାଗି ସେ ରାଜ୍ୟ ସରକାରଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଛନ୍ତି। ଗ୍ରାହକଙ୍କ ଆବଶ୍ୟକତାକୁ ଧ୍ୟାନରେ ରଖି ବିଭିନ୍ନ ପଦକ୍ଷେପ ନିଆଯିବ। ଏଠାରେ ବିଭିନ୍ନ କଷ୍ଟମର ଏଜଗେଜମେଣ୍ଟ କାର୍ଯ୍ୟକ୍ରମ ଆୟୋଜନ କରାଯିବାକୁ ଯୋଜନା ରହିଥିବା ଚିଫ୍‌ ମଲ୍‌ ମେକାନିକ ସୁଶୀଳ ଦୁଙ୍ଗରଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri