ଉତ୍କଳ ଦିବସରେ କୋଭିଡ-୧୯ ସଚେତନତା ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ: କହିଲେ ‘ଏବେ ବୀରତ୍ୱ ନୁହେଁ ଓଡ଼ିଆଙ୍କ ଏକତା ଦେଖାଇବାର ସମୟ’

ଭୁବନେଶ୍ୱର,୧।୪(ବ୍ୟୁରୋ): ଆଜି ଉତ୍କଳ ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ସମସ୍ତ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଦିବସରେ ସମସ୍ତଙ୍କୁ ମୋର ଅଭିନନ୍ଦନ। ଆମେ ଓଡ଼ିଆମାନେ ଆମ ଏକତା, ବୀରତ୍ୱ ଓ ସ୍ବାଭିମାନୀପଣିଆ ପାଇଁ ପରିଚିତ। ହେଲେ ଏବେ ବୀରତ୍ୱ ନୁହେଁ ଆମ ଏକତା ଓ ସ୍ବାଭିମାନୀପଣିଆକୁ ଦୁନିଆକୁ ଦେଖାଇବାର ସମୟ। ଆସନ୍ତୁ ଦୃଢ଼ତାର ସହ କରୋନାକୁ ମୁକାବିଲା କରିବା ସହ ନିଜକୁ ଓ ନିଜ ପରିବାରକୁ ସୁରକ୍ଷିତ ରଖିବା। ବନ୍ଦେ ଉତ୍କଳ ଜନନୀ ବୋଲି ସେ କହିଛନ୍ତି।

ପ୍ରକାଶ ଯେ, କୋଭିଡ-୧୯ ସଂକ୍ରମଣକୁ ରୋକିବା ଲାଗି କୌଣସି ସଭା ସମିତି, ସାମାଜିକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରାଯାଇଛି। ଏହାକୁ ନେଇ ବୁଧବାର ପାଳନ ହେଉଥିବା ଉତ୍କଳ ଦିବସକୁ ବାତିଲ କରାଯିବାକୁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏ ନେଇ ସମସ୍ତ ଜିଲାପାଳଙ୍କୁ ଚିଠି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?