ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ୩ ପରୀକ୍ଷାଫଳ ପ୍ରକାଶ:କଳା ପାସ୍‌ ହାର ୭୧%, ବିଜ୍ଞାନ ୯୨%, ବାଣିଜ୍ୟ ୮୩%

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ୩ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। କଳାରେ ମୋଟ ୨୨,୭୧୮ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ୧,୬୨୮ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। କଳାରେ ପାସ୍‌ ହାର ୭୧% ରହିଛି। ବିଜ୍ଞାନରେ ମୋଟ ୮,୧୮୯ଜଣ ପରୀକ୍ଷା ଦେଇଥିବା ବେଳେ ୭,୫୩୨ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି ଏବଂ ପାସ୍‌ ହାର ୯୨% ରହିଛି। ସେହିପରି ବାଣିଜ୍ୟରେ ୩,୧୭୭ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୨,୬୪୧ଜଣ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ପାସ୍‌ ହାର ରହିଛି ୮୩%।
ଚଳିତବର୍ଷ କଳା ବିଭାଗର କୋର୍‌ରେ ମୋଟ ୧୯,୬୮୬ ପିଲା ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୭,୧୮୭ଜଣ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ପାସ୍‌ ହାର ୮୭% ରହିଛି। ଏଥିରେ ମୋଟ ୪୯% ଛାତ୍ରୀଛାତ୍ର ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। କଳା ଜେନେରାଲ୍‌ରେ ମୋଟ ୩,୦୩୨ଜଣ ପରୀକ୍ଷା ଦେଇଥିବା ବେଳେ ୨,୧୩୩ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି ଏବଂ ପାସ୍‌ ହାର ୭୦% ରହିଛି। ସେହିପରି ବିଜ୍ଞାନ ବିଭାଗର କୋର୍‌ରେ ୭,୪୦୦ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ୬,୮୯୯ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି ଏବଂ ପାସ୍‌ ହାର ୯୩% ରହିଛି। ଏଥିରେ ୯୧% ଛାତ୍ରୀଛାତ୍ର ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ବିଜ୍ଞାନ ଜେନେରାଲ୍‌ରେ ୭୮୯ଜଣ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୬୩୩ଜଣ ପାସ୍‌ ହୋଇଥିବା ବେଳେ ପାସ୍‌ ହାର ୮୦% ରହିଛି। ବାଣିଜ୍ୟ ବିଭାଗର କୋର୍‌ରେ ୨,୮୫୫ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୨,୩୯୪ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି ଏବଂ ପାସ୍‌ ହାର ରହିଛି ୮୪%। ଏଥିରେ ମୋଟ ୩୫% ଛାତ୍ରୀଛାତ୍ର ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ବାଣିଜ୍ୟ ଜେନେରାଲ୍‌ରେ ୩୨୨ଜଣ ପରୀକ୍ଷା ଦେଇଥିବା ବେଳେ ୨୪୭ଜଣ ପାସ୍‌ ହୋଇଛନ୍ତି ଏବଂ ପାସ୍‌ ହାର ୭୭% ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri