ଉତ୍ତମ ବ୍ୟବହାର, ସେବା ମନୋଭାବ ରଖ: ଏସ୍‌ପି

ପୁରୀ ଅଫିସ୍‌,୬।୧୨: ଓଡ଼ିଶା ପୋଲିସର ଅବିଚ୍ଛେଦ୍ୟ ଅଙ୍ଗ ହେଉଛନ୍ତି ଗୃହରକ୍ଷୀ। ପୁରୀରେ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ, ରଥଯାତ୍ରା ସମୟରେ ଟ୍ରାଫିକ୍‌ ନିୟନ୍ତ୍ରଣ ଆଦି ବିଭିନ୍ନ କାର୍ଯ୍ୟକ୍ରମରେ ଗୃହରକ୍ଷୀଙ୍କ କାର୍ଯ୍ୟ ପ୍ରଂଶସନୀୟ। ଉତ୍ତମ ବ୍ୟବହାର ଏବଂ ସେବା ମନୋଭାବ ନେଇ କାର୍ଯ୍ୟକରି ଜନତାଙ୍କ ପ୍ରଶଂସାଭାଜନ ହେବାଲାଗି ଶୁକ୍ରବାର ପୋଲିସ ପଡ଼ିଆରେ ଆୟୋଜତି ୫୭ତମ ଗୃହରକ୍ଷୀ ଦିବସ ପାଳନ ଅବସରରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଏସ୍‌ପି ଉମାଶଙ୍କର ଦାସ ଏହା କହିଛନ୍ତି। ସେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବା ସହ ସେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ଲାଗି ଗୃହରକ୍ଷୀଙ୍କୁ ସମ୍ମାନିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏଏସ୍‌ପି (ହେଡକ୍ୱାର୍ଟର୍ସ ) ପି.କେ. ସ୍ବାଇଁ, ଏଏସ୍‌ପି (ଆଇନ ଶୃଙ୍ଖଳା) ଅରୁଣ କୁମାର ଜେନା, ସିଟି ଡିଏସ୍‌ପି କ୍ଷୀରସାଗର ମଲିକ, ସଦର ଡିଏସ୍‌ପି କିଶୋର ଚନ୍ଦ୍ର ମୁଣ୍ଡ୍‌ଙ୍କ ସମେତ ବହୁ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri