Posted inଜାତୀୟ

ଉତ୍ତରପ୍ରଦେଶରେ ହାଇଆଲର୍ଟ: ୧୫ ଜିଲାରେ ଇଣ୍ଟରନେଟ ବନ୍ଦ, ଲକ୍ଷ୍ନୌରେ ଏସଏମ୍‌ଏସ୍‌ ସେବା ଉପରେ ଲାଗିଲା କଟକଣା

ଲକ୍ଷ୍ନୌ,୨୭।୧୨: ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ନେଇ ଦେଶରେ ଉତ୍ତେଜନା ଥମିବାର ନାଁ ନେଉନି। ଶୁକ୍ରବାର ନମାଜ ପାଠକୁ ଶାନ୍ତିଶୃଙ୍ଖଳାର ସହ କରାଇବା ପାଇଁ ଉତ୍ତରପ୍ରଦେଶରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ନମାଜ ପାଠ ପୂର୍ବରୁ ରାଜ୍ୟର ୧୫ଟି ଜିଲାରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଥିବାବେଳେ ଲକ୍ଷ୍ନୌରେ ଏସଏମ୍‌ଏସ୍‌ ଉପରେ ମଧ୍ୟ କଟକଣା ଲଗାଯାଇଛି। ବୁଲନ୍ଦସହର, ମଥୁରା, ଗାଜିଆବାଦ, ଆଗ୍ରା ଓ ରାଜ୍ୟର ଏକାଧିକ ସ୍ଥାନରେ ଏଭଳି କଟକଣା ଲଗାଯାଇଛି। ବୁଲନ୍ଦସହରରେ ଡିସେମ୍ବର ୨୮ ଯାଏ ଇଣ୍ଟରନେଟ ସେବାକୁ ବନ୍ଦ କରାଯାଇଥିବା ବେଳେ ଆଗ୍ରାରେ ୨୭ ଯାଏ କଟକଣା ଲାଗିଛି। ଗୁଜବ ପ୍ରଚାର କରାଯାଇ ଆନ୍ଦୋଳନକୁ କିଛି ଲୋକ ଉସକାଇବାକୁ ଚାହୁଁଥିବା ପୋଲିସ ଜାଣିବା ପରେ ଏଭଳି ପଦକ୍ଷେପ ନେଇଛି। ସୂଚନାଯୋଗ୍ୟ, ଗତ ଶୁକ୍ରବାର ନମାଜ ପାଠ ପରେ ସିଏଏ ବିରୋଧୀ ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…

ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ…

୨ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଦାରିଙ୍ଗବାଡିରୁ ଉଠାଇଲା ମୁମ୍ବାଇ ପୋଲିସ

ଦାରିଙ୍ଗବାଡି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରାଚାଲାଣ ଏବେ ଆଉ କେଵଳ ରାଜ୍ୟ ମଧ୍ୟରେ ସିମିତ ହୋଇ ରହିନାହିଁ । କନ୍ଧମାଳରୁ ବିଭିନ୍ନ ରାଜ୍ୟକୁ ଗଞ୍ଜେଇ ଚାଲାଣ…

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି…

ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ହରିଚନ୍ଦନପୁରରେ ଏକ ଅଭାବନୀୟ ଦେଖିବାକୁ ମିଳିଛି । ଜଣେ ୨୧ ବର୍ଷୀୟ ଯୁବକଙ୍କ ହାଇଡ୍ରାମା ବର୍ତ୍ତମାନ ଚର୍ଚ୍ଚାର ବିଷୟ…

କାଲିଠୁ ଶ୍ରାବଣ ଆରମ୍ଭ: ପ୍ରଥମ ଦିନରେ କରନ୍ତୁ ଏହି ୩ ସହଜ କାମ, ମହାଦେବଙ୍କ କୃପାରୁ ଚମକିବ ଭାଗ୍ୟ!

ହିନ୍ଦୁ ଧର୍ମରେ ଶ୍ରାବଣ ମାସକୁ ଦେବଦେବ ମହାଦେବଙ୍କ ଆରାଧନା ପାଇଁ ସବୁଠାରୁ ପବିତ୍ର ଓ ଗୁରୁତ୍ୱପୂର୍ଣ୍ଣ ମାସ ଭାବେ ବିବେଚନା କରାଯାଏ। ଚଳିତ ବର୍ଷ ଜୁଲାଇ ୩୦…

ଆଶ୍ଚର୍ଯ୍ୟ ହେଲେବି ସତ, ଏହି ରାଜ୍ୟରେ ୭ ହଜାର ଛାତ୍ର HIV ପଜିଟିଭ୍

ବେଙ୍ଗାଲୁରୁ,୨୯।୭: କର୍ନାଟକରୁ ଏପରି ଏକ ରିପୋର୍ଟ ସାମ୍ନାକୁ ଆସିଛି, ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି । ୧୮ ରୁ ୨୫ ବର୍ଷ ବୟସର ପ୍ରାୟ ୭ ହଜାର…

ପ୍ରବଳ ବର୍ଷା; କଳାହାଣ୍ଡିରେ ବଢ଼ିଲା ସ୍କୁଲ ଛୁଟି ଅବଧି, ଜିଲାପାଳ କହିଲେ…

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଜାରି ରହିଛି ବର୍ଷା । ଏହାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ସ୍କୁଲ ଛୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri