ଉତ୍ତର ଉପକୂଳ ଆଡ଼କୁ ମୁହାଁଇଲା ଲଘୁଚାପ: ୨୪ଘଣ୍ଟା ପ୍ରବଳ ବର୍ଷିବ

ଭୁବନେଶ୍ୱର, ୭ା୯(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଉତ୍ତର ଉପକୂଳ ଆଡ଼କୁ ମୁହାଁଇଛି। ପଶ୍ଚିମବଙ୍ଗର ଗାଙ୍ଗେୟ ଉପକୂଳରେ ମଧ୍ୟ ଲଘୁଚାପର ଏକ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଏକ ଟ୍ରଫ୍‌ ଲାଇନ ପୂର୍ବକେନ୍ଦ୍ର ବଙ୍ଗୀୟ ଉପକୂଳରେ ରହିଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏଥିପାଇଁ ଶନିବାର ଅନୁଗୋଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଓ ନୂଆପଡ଼ା ଆଦି ୬ଟି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ୪ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏସବୁ ଜିଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ରବିବାର ମଧ୍ୟ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବରଗଡ଼ ଆଦି ୪ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ, ଏଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ସେପଟେ କିଛି ଜିଲାରେ ଭୂସ୍ଖଳନ ଓ ବନ୍ୟା ସ୍ଥିତି ଉପୁଜିବା ଆଶଙ୍କା ଥିବାରୁ ଜିଲାପାଳମାନଙ୍କୁ ସତର୍କ ରହିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ବନ୍ୟା ମୁକାବିଲା ପାଇଁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାର ପୂର୍ବ ପ୍ରସ୍ତୁତି, ରନ୍ଧା ଖାଦ୍ୟ, ପାନୀୟ, ଆଲୋକ ଓ ସ୍ବାସ୍ଥ୍ୟସେବା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ଥିବା ରାସ୍ତାରେ ବିକଳ୍ପ ଗମନାଗମନ ସୁବିଧା ପାଇଁ ମଧ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ପାରାଦୀପରେ ସର୍ବାଧିକ ୮୧.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀର, ଭବନୀପାଟଣା, ବାରିପଦା, ଗୋପାଳପୁର, ସୁନ୍ଦରଗଡ଼, କଟକ, କେନ୍ଦୁଝର, ଝାରସୁଗୁଡ଼ା, ବାଲେଶ୍ୱର, ଭୁବନେଶ୍ୱର ଓ ପୁରୀ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି।
ଲଗାଣ ବର୍ଷାରେ ଗଞ୍ଜାମ ଓ କନ୍ଧମାଳ ଜିଲା ଅଧିକ ପ୍ରଭାବିତ ହୋଇଛି। କେଉଁଠି ପୋଲ ଭାଙ୍ଗି ଯାଇଛି ତ ଆଉ କେଉଁଠି ରାସ୍ତା ଉପରେ ସୃଷ୍ଟି ହୋଇଛି କୃତ୍ରିମ ବନ୍ୟା। ଏଭଳି ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ଦିନ ଗଞ୍ଜାମ ଜିଲାର ସବୁ ସ୍କୁଲ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଜିଲାପାଳ ବନ୍ଦ ଘୋଷଣା କରିିଥିଲେ। ଆସିକା, ଧରାକୋଟ, କବିସୂର୍ଯ୍ୟନଗର, ଶେରଗଡ଼ ଆଦି ଅଞ୍ଚଳର ଚାଷ ଜମି ଜଳମଗ୍ନ ହେବା ସହ ପରିବା ଚାଷ ମଧ୍ୟ ନଷ୍ଟ ହୋଇଯାଇଛି। ଆସ୍‌କା ସହରର ଉଭୟ ପଟେ ଥିବା ଋ଼ଷିକୁଲ୍ୟା ଓ ବଡ଼ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। କବିସୂର୍ଯ୍ୟନଗର ଧନେଇ ନଦୀରେ ବନ୍ୟା ଆଶଙ୍କା ଦେଖାଦେଇଛି। ଧରାକୋଟ ଶ୍ରଦ୍ଧାପୁର ଜାତୀୟ ରାଜପଥରେ ବର୍ଷାଜଳ ପ୍ରବାହିତ ହେଉଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ସେହିପରି ହିଞ୍ଜିଳି, ଚିପିିଲିମା, ଶିଆଳିଆ ଆଦି ସ୍ଥାନରେ ନଦୀ ଜଳ ରାସ୍ତା ଉପରେ ପ୍ରବାହିତ ହେଉଛି।
ଅନ୍ୟପଟେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଲମତାପୁଟ ଅଞ୍ଚଳରେ ଥିବା ମାଛକୁଣ୍ଡ ନଦୀର ଜଳସ୍ତର ବିପଦ ସଙ୍କେତ ଟପିଛି। ମାଛକୁଣ୍ଡର ଜଲାପୁଟ ଡ୍ୟାମ୍‌ରେ ୮ଟିରୁ ୩ଟି ଗେଟ୍‌ ଖୋଲା ଯାଇଛି। ଶୁକ୍ରବାର ୨୨ରୁ ୨୩ ହଜାର କ୍ୟୁସେକ୍‌ ଜଳ ଡ୍ୟାମ୍‌ ଭିତରକୁ ପ୍ରବେଶ କରୁଥିବାବେଳେ ୧୨ ହଜାର କ୍ୟୁସେକ୍‌ ନିଷ୍କାସିତ ହେଉଛି। ଇନ୍ଦ୍ରାବତୀ ଡ୍ୟାମ୍‌ରେ ୨ଟି ଓ ମୁରାନ୍‌ ଡ୍ୟାମ୍‌ରେ ୨ଟି ଗେଟ୍‌ ଖୋଲା ଯାଇଛି। ସେହିପରି ହୀରାକୁଦ ଡ୍ୟାମ୍‌ରେ ବର୍ତ୍ତମାନ ୧୨ଟି ଗେଟ୍‌ ଦେଇ ଜଳ ନିଷ୍କାସନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri