ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ଏକାଡେମିକ କାଉନସିଲ ବୈଠକ

ବାରିପଦା ଅଫିସ,୫ା୮: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଏକାଡେମିକ କାଉନସିଲ ବୈଠକ ଅନୁଷ୍ଠିତ ହୋଇଯାଇଛି। କୁଳପତି ପ୍ରଫେସର ଡ.ପ୍ରଦୀପ କୁମାର ଚାନ୍ଦ ଏଥିରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ମୁଖ୍ୟତଃ ପି.ଜି. ପାଇଁ ନୂତନ ପାଠ୍ୟକ୍ରମ ପ୍ରସ୍ତୁତି, ପି.ଜି. ବୋର୍ଡ ଅଫ୍‌ ଷ୍ଟଡିଜ୍‌ର ବୈଠକ, ଖାତା ମୂଲ୍ୟାୟନ ପ୍ରଣାଳୀରେ ଥିବା ଦୋଷ ଦୁର୍ବଳତା ଏବଂ ଡିଜିଟାଲ ପ୍ରଣାଳୀରେ ପିଏଚ.ଡି. ଥେସିସ କିପରି ସୁରୁଖୁରୁରେ ମୂଲ୍ୟାୟନ କରାଯାଇପାରିବ ସେ ନେଇ ଆଲୋଚନା କରାଯାଇଥିଲା। ବୈଠକରେ ଯୋଗ ଦେଇଥିବା ସମସ୍ତ ସଦସ୍ୟମାନଙ୍କୁ କୁଳପତି ଡ. ଚାନ୍ଦ ସ୍ବାଗତ କରିବା ପରେ ସଦସ୍ୟମାନେ ନିଜ ନିଜର ପରିିଚୟ ପ୍ରଦାନ କରିଥିଲେ। କୁଳସଚିବ ତଥା ରସାୟନ ବିଭାଗ ମୁଖ୍ୟ ପ୍ରଫେସର ପ୍ରମୋଦ କୁମାର ଶତପଥୀ ଏଥି ପୂର୍ବରୁ ଅନୁଷ୍ଠିତ ଏକାଡେମିକ କାଉନସିଲ ବୈଠକରେ ନିଆଯାଇଥିବା ବିଭିନ୍ନ ପ୍ରସ୍ତାବ ସଦସ୍ୟମାନଙ୍କ ସମ୍ମୁଖରେ ଉପସ୍ଥାପନା କରିଥିଲେ। ଆଲୋଚନା ପର୍ଯ୍ୟାଲୋଚନା ପରେ ତାହା ଗୃହୀତ ହୋଇଥିଲା। ବୈଠକରେ ନିଆଯାଇଥିବା ବିଭିନ୍ନ ପ୍ରସ୍ତାବ କୁଳପତିଙ୍କ ଅନୁମୋଦନ ପରେ କାର୍ଯ୍ୟକାରୀ କରାଯିବାକୁ ସ୍ଥିର ହୋଇଥିଲା। ପରୀକ୍ଷା ନିୟନ୍ତ୍ରକ ଡ. ଯୁବେନ୍ଦୁ କୁମାର ମନ୍ତ୍ରୀ ସ୍ବଳ୍ପ ସମୟ ମଧ୍ୟରେ ବିଭିନ୍ନ ସେମିଷ୍ଟର ଖାତା ମୂଲ୍ୟାଙ୍କନ କରିବା, ଶେଷ ବର୍ଷ ପରୀକ୍ଷାଫଳ ଠିକ୍‌ ସମୟରେ ପ୍ରକାଶ କରିବା, ସୁରୁଖୁରୁରେ ପରୀକ୍ଷା ପରିଚାଳନା କରିବା ଏବଂ ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ଅଚାନକ ପରିଦର୍ଶନ କରି ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ କାର୍ଯ୍ୟ କରିଥିବାରୁ କୁଳପତି ଡ.ଚାନ୍ଦଙ୍କୁ ପ୍ରଶଂସା କରିଥିଲେ। ବୈଠକରେ ପି.ଜି କାଉନିସଲ ଚେୟାରମ୍ୟାନ ତଥା ପଦାର୍ଥ ବିଜ୍ଞାନ ମୁଖ୍ୟ ପ୍ରଫେସର ଡକ୍ଟର ସସ୍ମିତା କର, ଦୂରନିରନ୍ତର ଶିକ୍ଷା ବିଭାଗର ନିର୍ଦ୍ଦେଶକ ପ୍ରଫେସର ହେମନ୍ତ କୁମାର ସାହୁ, ଅର୍ଥଶାସ୍ତ୍ର ବିଭାଗର ମୁଖ୍ୟ ପ୍ରଫେସର ଜଗନ୍ନାଥ ଲେଙ୍କା, ପ୍ରାଣୀବିଜ୍ଞାନ ମୁଖ୍ୟ ଡକ୍ଟର ପୁଷ୍ପାଞ୍ଜଳି ପରିଡା, ଉଦ୍ଭିଦ ବିଜ୍ଞାନ ମୁଖ୍ୟ ପ୍ରଫେସର ଉମାବଲ୍ଲଭ ମହାପାତ୍ର, ଏମସିଏ ବିଭାଗୀୟ ମୁଖ୍ୟ ଡକ୍ଟର ସୁଜାତା ଦାସ, ବାୟୋଟେକ୍ନୋଲୋଜି ବିଭାଗୀୟ ମୁଖ୍ୟ ଡକ୍ଟର ସୁକାନ୍ତ ନାୟକ, ମହାରାଜା ସ୍ବୟଂଶାସିତ ମହାବିଦ୍ୟାଳୟ ଅଧ୍ୟକ୍ଷା ଡକ୍ଟର ଝରଣାରାଣୀ ବେହେରା, ମୟୂରଭଞ୍ଜ କଲେଜ ଅଫ୍‌ ଆକାଉଣ୍ଟାନ୍ସି ଆଣ୍ଡ ମ୍ୟାନେଜମେଣ୍ଟର ଅଧ୍ୟକ୍ଷ ପ୍ରଦୀପ କୁମାର ନାୟକ, ଶୂଳିଆପଦା ପଞ୍ଚାୟତ ସମିତି ମହାବିଦ୍ୟାଳୟ ଅଧ୍ୟକ୍ଷ ସୁବ୍ରତ ପଟ୍ଟନାୟକ, କୁଶଳେଶ୍ୱର ଆଞ୍ଚଳିକ ମହାବିଦ୍ୟାଳୟ ଅଧ୍ୟକ୍ଷ ଚିନ୍ତାମଣି ଜେନା ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ପରୀକ୍ଷା ନିୟନ୍ତ୍ରକ ଡ. ମନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri